ଲାଠୋର,୩୧।୩ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ୍ ଅଧୀନ କରୁଆଁଝର ପଞ୍ଚାୟତ ସାନଗୁର୍ଜିଭଟା ଗାଁ ମୁଣ୍ଡରୁ ଜଣେ ଶ୍ରମିକଙ୍କୁ ଉଦ୍ଧାର କରି ଆଶ୍ରୟ ସ୍ଥଳରେ ରଖା ଯାଇଛି। ସେ ହେଲେ ଗଞ୍ଜାମ ଜିଲା ଛତ୍ରପୁର ପୋଲସାରା ଗ୍ରାମର ହିନ ପୋଲେଇ। ସେ ଉଦ୍ଦେଶ୍ୟରେ ଆନ୍ଧ୍ର ପ୍ରଦେଶର ୱାଲଟିୟରକୁ ଯାଇଥିଲେ। ହେଲେ କେନ୍ଦ୍ର ସରକାର ୨୩ ତାରିଖରୁ ସାରା ଦେଶକୁ ତାଲା ବନ୍ଦ ଘୋଷଣା କରିବାରୁ ସେ ଚାଲି ଚାଲି ଘରକୁ ବାହାରିଥିଲେ। ସାନଗୁର୍ଜିଭଟା ଗ୍ରାମମୁଣ୍ଡରେ ଅଙ୍ଗନୱାଡି କର୍ମୀ ସନ୍ଧ୍ୟାରାଣୀ ଗିରି ଏହି ଅଚିହ୍ନା ବ୍ୟକ୍ତିଙ୍କୁ ଦେଖି ତାଙ୍କୁ ପ୍ରଥମେ ଖାଦ୍ୟ ଏବଂ ପାଣି ଦେଇ ପରିଚୟ ପଚାରି ଥିଲେ। ଘଟଣା ବିଷୟରେ ଅବଗତ ହେବା ପରେ ଖପ୍ରାଖୋଲ ଗୋଷ୍ଠି ଉନ୍ନୟନ ଅଧିକାରୀ ତରଣି ସୁନା ଏବଂ ସରପଞ୍ଚ ବିଜୟଲକ୍ଷ୍ମୀ ବାଗଙ୍କୁ ଯୋଗାଯୋଗ କରିଥିଲେ। ଏହାପରେ ସଂପୃକ୍ତ ବ୍ୟକ୍ତିଙ୍କୁ କରୁଆଁଝରରେ ନିର୍ମାଣ ହୋଇଥିବା ଆଶ୍ରୟ ସ୍ଥଳକୁ ନେଇ ପହଞ୍ଚି ଥିଲେ। ଅଙ୍ଗନୱାଡି କର୍ମୀଙ୍କୁ ସାନଗୁର୍ଜିଭଟା ଗ୍ରାମର ବିଦେଶୀ ଛତ୍ରିଆ ସହଯୋଗ କରିଥିଲେ।
Posted inHome, Home Left, ଆମ ଜିଲା ଖବର, ବଲାଙ୍ଗୀର View All
ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍ , ସିସିଟିଭିରେ…
ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍ ହେଉଛି। ପୋଲିସ…
କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ
କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…
ବାଇକ୍କୁ ଧକ୍କା ଦେଲା ଟ୍ରକ୍: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ
ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…
ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….
ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…
୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍ରେ….
ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍ । ୱାର୍ଲ୍ଡ ଚାମ୍ପିୟନଶିପ୍ ଅଫ୍ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…
ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା
ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…
ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…
ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…
ଦୀପ ଜାଳି କ୍ୟାପ୍ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର
ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

