ବାଟବନା ହେଇଛେ ଆବାସ ଯୋଜନା: ଦଦ୍‌ରା ମାଟି ଖପର ଘରେ ଗରିବ୍‌ ପରିବାର

ଲାଠୋର, ୨୫।୭ (ଡି.ଏନ୍‌.ଏ.): ସରକାର ଗରିବ ଦୁଖି, ବାସହୀନମାନକୁ ପ୍ରଧାନମନ୍ତ୍ରୀ ଆବାସ, ଇନ୍ଦିରା ଅବାସ, ବିଜୁ ପକାଘର, ମୋ କୁଡ଼ିଆ ଯୋଜନାରେ ସାମିଲ କରି ପକାଘର ଯୁଗେଇ ଦେଉଛନ୍‌। ହେଲେ ଏସ୍‌ଇସିସି ତାଲିକାନେ ଭୁଲଭଟକା ଲାଗି ଅନେକ ଜାଗାରେ ଗରିବ୍‌ ପରିବାରମାନେ ଯୋଜନାରୁ ବାଦ୍‌ପଡ଼ି ବଡ଼ା ଗୁଲଗୁଲା ହେଇ ଜୀବନ୍‌ ବିତଉଛନ୍‌। ଏନ୍‌ତା ଗୁଟେ ଘଟନା ଦେଖ୍‌ବାକେ ମିଲିଛେ ବଲାଙ୍ଗୀର ଜିଲା ଖପରାଖୋଲ ବ୍ଲକ ଲାଠୋର ପଁଚେତ୍‌ ଅଧୀନ ପିପଲବାହାଲ ଗଁାରେ।
ସୂଚନା ଅନ୍‌ସାରେ ପିପଲବାହାଲ ଗଁାର ବୈଦାର ପରାଭୁଏ। ପରିବାର କହେଲେ ମାଏକିନା ଇନ୍ଦିରା, ଦୁଇ ଝି’ ଆର ଗୁଟେ ପୁଓକେ ନେଇ ତାକର ସଁସାର। ଜମିବାଡ଼ି, ସଁପତି ବଲି ତାକର କିଛି ନାଇଁ। ନିଜେ ଲୁହା କାମ୍‌ କରବାର ସଂଗେ ରାଏଜ୍‌ ବାହାରକେ ଦାଦନ୍‌ ଯାଇ କୁଟୁମ ପୁଷୁଛନ୍‌। ହେଲେ ବୈଦାରକଁର ବଏସ୍‌ ଅଧ୍‌କା ହେବାର ଲାଗି ଏହେଦେ ସେ ଲୁହା କାମ୍‌ ନାଇଁ କରିପାରବାର। ଯେନ୍‌ଥିରଲାଗି ଏହେଦେ କୁଟୁମବସିଆ ଦାଦନ୍‌ ଯାଇ ପେଟ୍‌ ପାଲୁଛନ୍‌। ଏନ୍‌ତାଥି ସେ ତାକର ମାଏଟ୍‌ ଖପର ଘରଟାକେ ମରାମତି କରି ନାଇଁପାରବାର। ଖପର ଉପରେ ଗୁଟେ ପଲିଥିନ୍‌ ଢାପି କୁଟୁମବସିଆ ମୁଡ଼ଗୁଁଜିଛନ୍‌। ସେ ବହୁତ ବଛର ହେଲା ସରକାରୀ ଯୋଜନାରେ ଘରଖଁଡ଼େ ପାଏବାର ଲାଗି ଭିନେ ଭିନେ ସମିଆରେ ଥାନୀୟ ନେତା, ସରକାରୀ ବାବୁମାନକୁ ଗୁହାରି କରି ନିରାଶ ହେଇଥିବାର କହିଛନ୍‌। ଏହେଦେ ପରିବାରଟା ଉପେ ଶୂଇନ୍‌ ହେଇ ଭଂଗା ଦଦ୍‌ରା କୁରିଆରେ ଜୀବନ୍‌କେ ପାଏନ୍‌ଛଡ଼େଇ ରହୁଛନ୍‌। ସେନ୍‌ତା ବୈଦାର ଦିନାକେତେ ତଲେ ଖପ୍ରାଖୋଲ ବ୍ଲକ ପରଶାସନକେ ଘରଖଁଡ଼େ ଯୁଗେଇ ଦେବାକେ ନିବେଦନ କରିଥିବାର କହିଛନ୍‌। ଇ ଦୁଖି ଗରିବ୍‌ ପରିବାରକେ ବ୍ଲକ ପରଶାସନ ଦୁରୁଷ୍‌ଟି ଦେଇ ଯେତେ ଜଲଦି ହେବା ସରକାରୀ ଯୋଜନାରେ ଘରଖଁଡ଼େ ଯୁଗେଇ ଦେବାକେ ସାଧାରନରେ ଦାବି ହେଉଛେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧା ରହିଗଲା ସମଲେଶ୍ୱରୀ ଦର୍ଶନ, ଟୁରିଷ୍ଟ ବସ ଓଲଟି ୧୫ ଆହତ

ସମ୍ବଲପୁର, ୨୭।୧୨(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଜାତୀୟ ରାଜପଥ(୫୫) ଉପରେ ଗୁରୁବାର ଭୋରରେ ଏକ ଟୁରିଷ୍ଟ ବସ ଦୁର୍ଘଟଣାର...

ଓଡ଼ିଶାରେ ‘ବଙ୍ଗଳାଦେଶୀ’ ସନ୍ଦେହରେ ବଙ୍ଗୀୟ ଶ୍ରମିକଙ୍କୁ ପିଟିପିଟି ହତ୍ୟା, ୬ ଅଭିଯୁକ୍ତ ଗିରଫ

ସମ୍ବଲପୁର,୨୬।୧୨(ପ୍ରମୋଦ ବହିଦାର): ସମ୍ବଲପୁରର ଦାନିପାଲିଠାରେ ‘ବଙ୍ଗଳାଦେଶୀ’ ସନ୍ଦେହ କରି ପଶ୍ଚିମବଙ୍ଗର ଶ୍ରମିକ ଶେଖ୍ ଜୁଏଲ୍ (୨୨)ଙ୍କୁ ପିଟିପିଟି ହତ୍ୟା ଘଟଣାରେ ପୋଲିସ ଗୁରୁବାର ୬ ଜଣ...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଡିଭାଇଡରରେ ପିଟି ହୋଇ ଜଳିଗଲା ଟ୍ରେଲର୍‌

ସମ୍ବଲପୁର,୨୦।୧୨: ରମ୍ପେଲା ସପ୍ନେ ବ୍ରିଜ ଉପରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବ୍ରିଜ ଉପରେ ଏକ ୧୮ ଚକିଆ ଟ୍ରେଲର୍‌ ଯାଉଥିବା ବେଳେ...

ଟୋକନ ସମସ୍ଯାକୁ ନେଇ ଚାଷୀଙ୍କ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ବାଦ୍ ପଡ଼ିଛି ଜାତୀୟ ରାଜପଥ ଓ ରେଳ ରୋକ

ସମ୍ବଲପୁର,୧୯।୧୨(ପ୍ରମୋଦ ବହିଦାର): ଟୋକନ ସମସ୍ୟାକୁ ନେଇ ଶୁକ୍ରବାର ଚାଷୀଙ୍କ ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ଜାରି ରହିଛି । ଚାଷୀମାନେ ସକାଳ ୬ଟାରୁ ସହରର...

ପାରିବାରିକ ବିବାଦର କରୁଣ ପରିଣତି, ସ୍ବାମୀଙ୍କୁ ଗାମୁଛାରେ ହତ୍ୟାକଲେ ସ୍ତ୍ରୀ

ସମ୍ବଲପୁର,୧୮।୧୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଏମସିଏଲ ଜାଗୃତିବିହାର ଠାରେ ଜଣେ ଏମସିଏଲ କର୍ମଚାରୀଙ୍କୁ ତାଙ୍କ ଧର୍ମପତ୍ନୀ ତଣ୍ଟି ଚିପି ହତ୍ୟା କରିଛନ୍ତି । ମୃତ...

ଶୁକ୍ରବାର ସମ୍ବଲପୁର ବନ୍ଦକୁ ସମର୍ଥନ କରି ଶତାଧିକ ଚାଷୀଙ୍କ ବାଇକ୍‌ ରାଲି

ସମ୍ବଲପୁର,୧୮ା୧୨(ପ୍ରମୋଦ ବହିଦାର): ଖରିଫ ଧାନ ବିକ୍ରି ପାଇଁ ଟୋକନ ବଣ୍ଟନ ସମସ୍ୟା ବିରୋଧରେ ଚାଷୀ ସଂଗଠନ ପକ୍ଷରୁ ଶୁକ୍ରବାର ସମ୍ବଲପୁର ବନ୍ଦ ଡାକରା ଦିଆଯାଇଛି। ସମ୍ବଲପୁର...

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri