ବାଟାଗୁଡାକୁ ନିଶାମୁକ୍ତ ପାଇଁ ଏକାଠି ହେଲେ ମହିଳା

ଫୁଲବାଣୀ ଅଫିସ,୧୯ା୧୦: କନ୍ଧମାଳ ଜିଲା ବାଲିଗୁଡା ବ୍ଲକ ବାଟାଗୁଡା ପଞ୍ଚାୟତର ମହିଳାମାନେ ଏକତ୍ରିତ ହୋଇଛନ୍ତି। ପଞ୍ଚାାୟତରେ ଆଉ ମଦ ପୁରାଇ ଦେବେ ନାହିଁ। କେହି ଚୋରାରେ ବିକିଲେ ତାଙ୍କୁ ଗ୍ରାମରେ କୌଣସି ପ୍ରକାର ସହଯୋଗ କରାଯିବ ନାହିଁ। ପଞ୍ଚାୟତ ବୈଠକ ନିଷ୍ପତି ଅନୁସାରେ ମଦ ବିକ୍ରି ବନ୍ଦ ନ ହେବାଯାଏ ତାଙ୍କୁ ସମସ୍ତ ସରକାରୀ ସୁବିଧାରୁ ବଞ୍ଚତ୍ତ କରାଯିବ। କୌଣସି ପରିସ୍ଥିତିରେ ମଦକୁ ଆଉ ବରଦାସ୍ତ କରାଯିବ ନାହିଁ। ଏଭଳି ନିଷ୍ପତି ନେଇ ପଞ୍ଚାୟତର ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ସଦସ୍ୟ ଏବଂ ମହିଳାମାନେ ଶନିବାର ଜିଲାପାଳଙ୍କୁ ଭେଟିଛନ୍ତି। ସେମାନଙ୍କ ପଞ୍ଚାୟତକୁ ସମ୍ପୂର୍ଣ୍ଣ ମଦ ମୁକ୍ତ କରିବାକୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି।
ଆମ ପଞ୍ଚାୟତର ସମସ୍ତ ଗ୍ରାମରେ ଦିନକୁ ଦିନ ମଦ କାରବାର ବଢ଼ି ଚାଲିଛି। ଅଭିଯୋଗ କଲେ ପୋଲିସ କି ଅବକାରୀ ବିଭାଗ କେହି ଶୁଣୁ ନାହାନ୍ତି। ସେମାନଙ୍କ ଠାରୁ ଟଙ୍କା ନେଇ ଚୁପ୍‌ ରହୁଛନ୍ତି। ମଦପିଇ ପୁରୁଷମାନେ କାମ ଧନ୍ଦା କରୁ ନାହାନ୍ତି, ଯୁବକ ବିପଥଗାମୀ ହେଲେଣି। ତେଣୁ ଆମେ ସମସ୍ତେ ଏକ ବୈଠକରେ ବସି ପଞ୍ଚାୟତକୁ ନିଶାମୁକ୍ତ କରିବାକୁ ନିଷ୍ପତି ନେଇଛୁ। ଯେଉଁ ବ୍ୟକ୍ତି ଗ୍ରାମରେ ମଦ କାରବାର କରିବେ ସେମାନଙ୍କ ରାଶନ କାର୍ଡ ଏବଂ ପରିବାରରେ କେହି ଭତ୍ତା ପାଉଥିଲେ ତାହାକୁ ବନ୍ଦ କରାଯିବାକୁ ସମସ୍ତେ ସମ୍ମତି ଜଣାଇଛନ୍ତି ବୋଲି ଜିଲାପାଳଙ୍କୁ ଭେଟିବାକୁ ଆସିଥିବା ମହିଳା ସ୍ବୟଂ ସହାୟିକା ଗୋଷ୍ଠୀର ସସ୍ମିତା ନାୟକ, ବାଲମତୀ ମଳିକ, ନମିତା ମଳିକ, ଶାସନି ମଳିକ, ସିରନ୍ତି ମଳିକ ପ୍ରମୁଖ ପ୍ରକାଶ କରିଛନ୍ତି। ଜିଲାପାଳ ଗ୍ରାମାଞ୍ଚଳରେ ଯେପରି ମଦର ବିକ୍ରୀ ନ ହେବ ସେଥିପ୍ରତି ନଜର ଦେବା ଏବଂ ଯେଉଁମାନେ ବିକ୍ରି କରୁଥିବେ ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ଅବକାରୀ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?