ବାଟୋଇଙ୍କୁ ଆଇସୋଲେଶନରେ ରଖିଲା ପ୍ରଶାସନ

ବିଜେପୁର,୧୬।୪(ଡି.ଏନ.ଏ.)-କରୋନା ପାଇଁ ଲକ୍‌ ଡାଉନ ଜାରି ରହିଛି । ପୋଲିସ ପ୍ରଶାସନର କଟକଣା ଯୋଗୁଁ ପୂର୍ବାହ୍ନ ୧୦ଟା ପରେ ଦୋକାନ ବଜାର ସମେତ ରାସ୍ତା ଶୂନଶାନ ହୋଇଯାଉଛି । ଭୋକିଲା ପେଟକୁ ଦାନା ମୁଠାଏ ଯୋଗାଡ କରିବାକୁ ନିରାଶ୍ରିତ ଲୋକ ଏବେ ମଧ୍ୟ ଏଠି ସେଠି ଘୁରି ବୁଲୁଛନ୍ତି । ବରଗଡ ଜିଲା ବିଜେପୁର-ପଦ୍ମପୁର ରାସ୍ତାରେ ଯାଉଥିବା ଏଭଳି ଜଣେ ନିରାଶ୍ରିତ ପଥିକଙ୍କୁ ଗୁରୁବାର ମଧ୍ୟାହ୍ନରେ ପ୍ରଶାସନ ଉଦ୍ଧାର କରିଛି । ସେ ହେଲେ ବଲାଙ୍ଗୀର ଜିଲା ଅନ୍ତର୍ଗତ ରାଜ ଆଗଲପୁର ବ୍ଲକର ନଅଗାଁର ସୁରୁ ସାହୁ (୫୦) । ମିଳିଥିବା ସୂଚନା ମୁତାବକ ସୁରୁ ସାହୁ ସମ୍ବଲପୁର ଗୋଶାଳାର ଏକ ହୋଟେଲରେ କାମ କରୁଥିଲେ । ହେଲେ ଲକ୍‌ ଡାଉନ ହେବା ଯୋଗୁ ହୋଟେଲ ବନ୍ଦ ହୋଇ ଯାଇଛି। ଏଣୁ ସେ ବରଗଡରୁ ବାହାରି ବିଜେପୁର ବାଟ ଦେଇ ନଅଗାଁ ଫେରୁଥିଲେ। ଏହା ଜାଣିବା ପରେ ସ୍ଥାନୀୟ ଗଣମାଧ୍ୟମ ପ୍ରତିନିଧି ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ। ଭାଜପା ନେତା ସନତ କୁମାର ଗଡତିଆ ମଧ୍ୟ ବନ୍ଦୋବସ୍ତ କରିବାକୁ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ। ଏଣୁ ତହସିଲଦାର କୁଳମଣୀ ରଣବିଡା, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ରୁକ୍ମଣ ମେହେର କେଉଁଟିପାଲି ପହଞ୍ଚତ୍ଥିଲେ । ଶେଷରେ ତାଙ୍କୁ ଏନଏସି ପକ୍ଷରୁ ଗାଡିରେ ନିଆଯାଇ ହାଇସ୍କୁଲରେ ଖୋଲା ଯାଇଥିବା ଆଇସୋଲେଶନ କକ୍ଷରେ ରଖା ଯାଇଛି। ତାଙ୍କ ଖାଦ୍ୟପେୟ ବନ୍ଦୋବସ୍ତ କରିବା ସହ ତାଙ୍କ ତାଙ୍କର ଘରକୁ ପଠାଯିବାର ବ୍ୟବସ୍ଥା କରାଯିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ‘ସମାଧାନ ସମାରୋହ-୨୦୨୬’ ପ୍ରସ୍ତୁତି ବୈଠକ: ସୁପ୍ରିମ କୋର୍ଟଙ୍କ ବିଶେଷ ଲୋକ ଅଦାଲତ ନେଇ ସଚେତନତା…

ଥୁଆମୂଳ ରାମପୁର, ୨୩।୫(ଦୁର୍ଗା କୀର୍ତ୍ତି): ସାଧାରଣ ଜନତାଙ୍କୁ ସହଜ ଓ ତ୍ୱରିତ ନ୍ୟାୟ ପ୍ରଦାନ କରିବା ଲକ୍ଷ୍ୟରେ ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟ (ସୁପ୍ରିମ କୋର୍ଟ)ଙ୍କ ପ୍ରତ୍ୟକ୍ଷ ନିର୍ଦ୍ଦେଶନାରେ…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ନିଖିଲ ହାଡପା ଗୁଳିକାଣ୍ଡ ମାମଲା: ପୋଲିସର ଫ୍ଲାଗମାର୍ଚ୍ଚ, ୯ ଅଭିଯୁକ୍ତ ଜିଲ୍ଲା ବାହାର ଜେଲକୁ ସ୍ଥାନାନ୍ତର

ଗୁଣପୁର, ୨୩।୫ (ସୁଜାତା ପାଢ଼ୀ): ନିଖିଲ ହାଡପା ଗୁଳିକାଣ୍ଡ ଘଟଣା ପରେ ରାୟଗଡା ସହରରେ ଉତ୍ତେଜନା ଜାରି ରହିଛି। ଶୁକ୍ରବାର ରାତିରେ ରାୟଗଡା ଟାଉନ ଥାନା ସମ୍ମୁଖରେ…

ବିଦ୍ୟୁତ କାର୍ଯ୍ୟାଳୟରେ ତାଲା ପକାଇଲେ ତାଳପଡା ଗ୍ରାମବାସୀ: ଅଘୋଷିତ ବିଦ୍ୟୁତ କାଟ …

ପାତ୍ରପୁର, ୨୩/୦୫ (ଉମା ଚରଣ ନେପାକ): ଅଘୋଷିତ ବିଦ୍ୟୁତ କାଟ ଓ ଏସ୍‌ ନୁଆଗାଁ ଗ୍ରାମ ଉପର ପଟରୁ ଯାଇଥିବା ୧୧ କେଭି ତାର ସ୍ଥାନାନ୍ତର ଦାବିକୁ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri