ବାଟ ହୁଡୁଛି ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା

ଚନ୍ଦ୍ରଗିରି,୫ା୯(ଡି.ଏନ.ଏ.)-ସରକାର ଗ୍ରାମାଞ୍ଚଳର ବିକାଶ ପାଇଁ ବିଭିନ୍ନ ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି। ସେଥି ମଧ୍ୟରୁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା ଅନ୍ୟତମ। ହେଲେ ବିଭିନ୍ନ ସ୍ଥାନରେ ରାସ୍ତା କାମ ହାତକୁ ନେଇଥିବା ଠିକାଦାର ଓ ବିଭାଗୀୟ ଅଧିକାରୀଙ୍କ ମଧ୍ୟରେ ମଧୁଚନ୍ଦ୍ରିକା ଯୋଗୁ କେଉଁଠି ରାସ୍ତା କାମ ନିମ୍ନମାନର ତ ଆଉ କେଉଁଠି ଅଧାପନ୍ତରିଆ ଭାବେ ପଡ଼ି ରହିଛି। ଫଳରେ ଅଞ୍ଚଳବାସୀ ହଇରାଣ ହେଉଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଚାନ୍ଦିପୁଟ ଅଞ୍ଚଳରେ। ପିଡବ୍ଲ୍ୟୁଡି ରାସ୍ତାଠାରୁ ଯୋଡିପଥର ଓ ଲଣ୍ଡାଗୁଡାକୁ ସଂଯୋଗ କରୁଥିବା ପ୍ରଧାନମନ୍ତ୍ରୀ ସଡ଼କ କାମ ଅଧାପନ୍ତରିଆ ଭାବେ ପଡି ରହିଛି। ୨୦୧୭ରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନାରେ ରାସ୍ତା ନିର୍ମାଣ ପାଇଁ ଏଠାରେ ଫଳକ ଲାଗିଥିଲା। ରାସ୍ତା ନିର୍ମାଣ ଓ ଦୁଇ ପାର୍ଶ୍ୱ ପ୍ରଶସ୍ତୀକରଣ ପାଇଁ ଜମି ମଧ୍ୟ ଛାଡିଥିଲେ ଅଞ୍ଚଳବାସୀ। ସୂଚନା ଫଳକ ପ୍ରକାରେ ୧୮ ଅକ୍ଟୋବର ୨୦୧୭ରେ କାମ ଆରମ୍ଭ ହୋଇ ୧୭ ଜୁଲାଇ ୨୦୧୮ରେ ଶେଷ ହେବା କଥା। ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ୩ କିମି ରାସ୍ତାକୁ ୧ କୋଟି ୫୦ ଲକ୍ଷ ୫୩ ହଜାର ବ୍ୟୟ ଅଟକଳ ହୋଇ ଘନଶ୍ୟାମ କନ୍‌ଷ୍ଟ୍ରକ୍ସସନ ନାମକ ସଂସ୍ଥା ଠିକା ନେଇଥିଲା। ଦୁଇଟି ସ୍ଥାନରେ କଲଭର୍ଟ ନିର୍ମାଣ ହେଲା। ଏହାପରେ ମୋରମ ମାଟି ପକାଯିବା ବଦଳରେ ପଙ୍କୁଆ ମାଟି ପକାଯିବାରୁ ଅଞ୍ଚଳବାସୀ ବିରୋଧ କଲେ। ପରେ ବର୍ଷାଦିନ ଆସିଯିବାରୁ ସମ୍ପୃକ୍ତ ସଂସ୍ଥା କାମ ବନ୍ଦ କରିଦେଲା। ହେଲେ ଆଜିଯାଏ ଆଉ କାମ ହେଉନାହିଁ।
ଉକ୍ତ ରାସ୍ତାକୁ ଯଥାଶୀଘ୍ର ସମ୍ପୂର୍ଣ୍ଣ କରିବା ପାଇଁ ଠିକା ସଂସ୍ଥା ମାଲିକଙ୍କୁ ଅଞ୍ଚଳବାସୀ ଫୋନ କଲେ ମଧ୍ୟ କୌଣସି ଉତ୍ତର ମିଳି ନ ଥିବା ପ୍ରକାଶ କରିଛନ୍ତି। ସମସ୍ୟା ନେଇ ଚନ୍ଦ୍ରଗିରି ସ୍ଥିତ ବିଭାଗୀୟ ସହକାରୀ ଯନ୍ତ୍ରୀଙ୍କୁ ବାରମ୍ବାର ଜଣାଇବା ସହ ଜିଲାପାଳଙ୍କ ଅଭିଯୋଗ ଶୁଣାଣିରେ ମଧ୍ୟ ଅଞ୍ଚଳବାସୀ ଅଭିଯୋଗ କରିଥିଲେ। ହେଲେ କୌଣସି ସୁଫଳ ମିଳିନଥିବା ଯୋଡିପଥର ଗ୍ରାମର ୱାର୍ଡମେମ୍ବର ସନିଆ ଗମାଙ୍ଗ, ଦାଶରଥି ରଇତ, ପୂର୍ବତନ ୱାର୍ଡମେମ୍ବର ସୋମନାଥ ମଣ୍ଡଳ ପ୍ରମୁଖ କହିଛନ୍ତି।
ସମସ୍ୟା ନେଇ ଗତମାସରେ ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁଙ୍କୁ ଚାନ୍ଦିପୁଟ ବଜାରରେ ଗ୍ରାମବାସୀ ଜଣାଇଥିଲେ। ସେ ମୋହନା ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀ ଯନ୍ତ୍ରୀଙ୍କୁ ଫୋନ କରି ତୁରନ୍ତ ରାସ୍ତାକାମ ସାରିବାକୁ ନିର୍ଦ୍ଦେଶ ଦେଇଥିଲେ। କାମ ବନ୍ଦ ନେଇ ଘନଶ୍ୟାମ କନ୍‌ଷ୍ଟ୍ରକଶନ ମାଲିକଙ୍କୁ ପଚାରିବାରୁ ବିଭାଗୀୟ ଅଧିକାରୀ ସହଯୋଗ କରୁ ନ ଥିବାରୁ କାମ ହୋଇପାରୁନାହିଁ ବୋଲି କହିଥିଲେ। ମାତ୍ର ଚନ୍ଦ୍ରଗିରିସ୍ଥିତ ବିଭାଗୀୟ ସହକାରୀ ଯନ୍ତ୍ରୀ ନରେନ ରେଡ୍ଡୀଙ୍କୁ ପଚାରିବାରୁ, କାମ ସାରିବାକୁ ସମ୍ପୃକ୍ତ ଠିକା ସଂସ୍ଥାକୁ ବାରମ୍ବାର ଚିଠି କରୁଛୁ। ସମସ୍ୟା ନେଇ ବିଭାଗୀୟ ଉଚ୍ଚ ପଦାଧିକାରୀମାନଙ୍କୁ ମଧ୍ୟ ଜଣାଇ ଦିଆଯାଇଛି ବୋଲି କହିଛନ୍ତି। ଠିକାଦାର ଓ ବିଭାଗୀୟ ଅଧିକାରୀ ଦୋଷ ଲଦାଲଦିରେ ସାଧାରଣ ଜନତା ହନ୍ତସନ୍ତ ହେଉଛନ୍ତି। ତୁରନ୍ତ ରାସ୍ତା କାମ ସାରିବାକୁ ଦାବି କରିଛନ୍ତି ଅଞ୍ଚଳବାସୀ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri