Posted inବରଗଡ଼

ବାଢ଼ୁନ୍‌ ବେପାର ଦେଉଛେ ଦାନା: ଭତା, ଆବାସ ଯୋଜନାରୁ ବଁଚିତ୍‌ ପରିବାର

ଅତାବିରା, ୧୮।୩ (ଡି.ଏନ୍‌.ଏ.)-
କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଗରିବ୍‌ ଦୁଖିକର ଲାଗି ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ସର୍ଭେରେ ଭୁଲଭଟକା, ସରକାରୀ ଅଧ୍‌କାରୀ, କରମ୍‌ଚାରୀକଁର ଖାମ୍‌ଖିଆଲି ମନଭାବ ଲାଗି ହକ୍‌ଦାର ହିତାଧିକାରୀ ସରକାରୀ ଯୋଜନାର ଲାଭ ପାଏବାରୁ ବଁଚିତ୍‌ ହେଉଛନ୍‌। ଏନ୍‌ତା ଗୁଟେ ଉଦାହରନ୍‌ ଦେଖ୍‌ବାକେ ମିଲିଛେ ବରଗଡ଼ ଜିଲା ଅତାବିରା ବ୍ଲକ ଟାମ୍ପରସରା ପଁଚେତ୍‌ ଗମ୍ଭାରୀପାଲି କୃଷିଫାର୍ମ ପାସର ଲିଚୁପଡ଼ାରେ।
ସୂଚନା ଅନ୍‌ସାରେ ବରଗଡ ଜିଲା ବେହେରାଟିକ୍ରାର ମୂଲବାସିନ୍‌ଦା ନୀଳ ଜଗଦଲା (୬୬)। ପରିବାର କହିଲେ ମାଏକିନା ଯଜ୍ଞ, ଦୁଇପୁଓ ସୁରେନ, ରବି, ବହ ଆର ନାତିନାତେନକୁଁ ନେଇ ସଁସାର। ନୀଳକଁର ବାପା ଗୋପାଳ ଆଏଜ୍‌କେ ୫୦ ବଛର ତଲେ କମେଇ ଖାଏବାର ଲାହଁାସେ ଗମ୍ଭାରୀପାଲି ପାସର ଲିଚୁପଡ଼ାକେ ପଲେଇ ଆସିଥିଲେ। ପରିବାରଟା ନିହାତି ଗରିବ୍‌ ହେଇଥିଲାବେଲେ ଜମିବାଡ଼ି, ଘରଡିହ, ସଁପତି ବଲି କିଛି ନାଇଁ। ନୀଳ ବାଢ଼ୁନ୍‌ ବେପାର କରି ଦୁଇ ପଏସା ରୁଜଗାର କରୁଛନ୍‌। ସେଥ୍‌ରେ ସେ ପିଲାଛୁଆକୁ ପାଠ୍‌ ପଢ଼ାବାର ସଂଗେ ବିହାଚୁରା କରିଛନ୍‌। ଏହେଦେ ଇ ବୁରୁଧ୍‌ ଦମ୍ପତି ସାନପୁଓ ରବିକଁର ସଂଗେ ରହୁଥିଲାବେଲେ ବଡ଼ପୁଓ ବିହାଚୁରା ହେଲା ଉତାରୁ ଭିନେ ହେଇ ରହୁଛନ୍‌। ନୀଳକଁର ଆଧାରକାର୍ଡ, ଭୋଟ ପରିଚଏପତର, ରାଶନକାର୍ଡ ରହିଛେ। ସରକାରୀ ଯୋଜନାରେ ପରିବାରଟା ମାସିକ ୧୫ କେ.ଜି. ଚାଉଲ ପାଉଛନ୍‌। ହେଲେ ବୁରୁଧ୍‌ ଦମ୍ପତି ଭତା ଆର ରୟତି ଜାଗା ଅଭାବୁ ଆବାସ ଯୋଜନାରୁ ବଁଚିତ୍‌ ହେଇ ରହିଥିବାର କହିଛନ୍‌। ସେନ୍‌ତା ପରିବାରଟା ସୁଖବାସୀ ହେଇଥିଲେ ବି ବସୁନ୍ଧରା ଯୋଜନାରେ ୪ ଡେସିମିଲ ଘର ଡିହ ପାଏବାରୁ ବଁଚିତ୍‌ ଥିବାର ନୀଳ କହିଛନ୍‌। ଇ ବାବ୍‌ଦେ ଅତାବିରା ବିଡିଓ ପ୍ରଣବ କୁମାର ଚାନ୍ଦ ଆର ତହସିଲଦାର ହୃଦାନନ୍ଦ ଅଡ୍ଡାକୁଁ ପଚ୍‌ରାଲାରୁ ଘଟନାର ତଦଁତ୍‌ କରି ପଦକ୍ଷେପ ନିଆଯିବା ବଲି ଉଭଏ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୭ ଦଫା ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଲା କୃଷକ ସଙ୍ଗଠନ: ପଦ୍ମପୁର ବନ୍ଦ ଡାକରା

ପଦ୍ମପୁର,୨୬।୧୨(ପ୍ରଦୀପ୍ତ ଦାଶ):ଚଳିତ ବର୍ଷ ରାଜ୍ୟ ସରକାରଙ୍କ ଧାନ ସଂଗ୍ରହ ନୀତି ବାଟବଣା ହୋଇଯାଇଛି। ଡବଲ ଇଞ୍ଜିନ ଲୋକଙ୍କ ସରକାର କହି କହି କେବଳ ବାହାସ୍ଫୋଟ ମାରୁଛନ୍ତି।...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

ବରଗଡ଼ ଧନୁଯାତ୍ରା: ସାଂସ୍କୃତିକ ଶୋଭାଯାତ୍ରାରେ ଦୁଲୁକିଲା ବରଗଡ଼

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri