ଜୟପୁର,୨୮ା୧୦(ନି.ପ୍ର.): ଜୟପୁରରେ ବାଣଫୁଟାକୁ କେନ୍ଦ୍ରକରି ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ରବିବାର ଦୀପାବଳୀ ରାତିରେ ବାଣଫୁଟା ଚାଲିଥିବା ବେଳେ ବିଜୁ ନଗର ଓ ଖ୍ରୀଷ୍ଟିଆନ ସାହି ମଧ୍ୟରେ ଧସ୍ତାଧସ୍ତି ଚାଲିଥିଲା। ଏନେଇ ଅମର ନାଏକଙ୍କ ଅଭିଯୋଗକ୍ରମେ ପୋଲିସ ବିଜୁନଗରର ୨୦ ଜଣଙ୍କ ନାମରେ ମାମଲା ରୁଜୁ କରିଥିଲା। ଅନ୍ୟପକ୍ଷରେ ବିଜୁ ନଗରବାସୀଙ୍କ ପାଲଟା ଅଭିଯୋଗ ପାଇ ପୋଲିସ ଖ୍ରୀଷ୍ଟିଆନ ସାହିର ୮ ଜଣଙ୍କ ନାମରେ ମାମଲା ଦାୟର କରିଥିଲା। ଉଭୟ ଗୋଷ୍ଠୀର ଅଭିଯୋଗ ଅନୁସାରେ ପୋଲିସ କେସ୍ ନଂ ୬୪/୧୯ ଓ ୬୫/୧୯ରେ ପୃଥକ ମାମଲା ରୁଜୁ କରିଥିବା ଟାଉନ ଥାନା ଅଧିକାରୀ ବାଲେଶ୍ୱର ଗିଧି ସୂଚନା ଦେଇଛନ୍ତି। ଅମର କିଛିଦିନ ହେବ ଜୟପୁରରେ ନିଶାମୁକ୍ତି ଅଭିଯାନ ଚଳାଇ ଆସୁଥିବା ବେଳେ ମଦ ମାଫିଆଙ୍କ ଟାର୍ଗେଟରେ ଥିଲେ। ଜଣେ ମଦ ବେପାରୀ ଜାଣିଶୁଣି ଅମନଙ୍କ ଘର ସାମ୍ନାରେ କେତେକ ଲୋକଙ୍କୁ ନେଇ ବାଣ ଫୁଟାଇଥିଲେ। ଏହାକୁ ବିରୋଧ କରିବାରୁ ମଦ ବେପାରୀଙ୍କ ସମର୍ଥକ ତାଙ୍କ ଉପରେ ଆକ୍ରମଣ କରିଥିଲେ ବୋଲି ଅମର ଥାନାରେ ଦେଇଥିବା ଏତଲାରେ ଦର୍ଶାଇଛନ୍ତି।
Posted inଆମ ଜିଲା ଖବର, କୋରାପୁଟ View All
ଗଞ୍ଜେଇ ଜବତ, ଜଣେ ଗିରଫ
ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...
ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ
ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...
ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ
ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...
ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ
ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍ ପକ୍ଷରୁ ଏକ...
୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ
ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...
ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…
ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...
ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…
ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...
ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ
ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...
Archives


