ବାଣିଜ୍ୟ ନିଅଣ୍ଟ ୬ ମାସର ସର୍ବୋଚ୍ଚ ସ୍ତରରେ

ନୂଆଦିଲ୍ଲୀ,୧୬-୬: ଦେଶର ରପ୍ତାନି ମେ’ରେ ୩.୯୩ ପ୍ରତିଶତ ବଢ଼ି ୩୦ ବିଲିୟନ ଡଲାରରେ ପହଞ୍ଚତ୍ୟାଇଛି। ବାଣିଜ୍ୟ ମନ୍ତ୍ରଣାଳୟ ଦ୍ୱାରା ଶୁକ୍ରବାର ଜାରି ତଥ୍ୟ ଅନୁସାରେ ଇଲେକ୍ଟ୍ରୋନିକ୍ସ ଓ ରସାୟନ କ୍ଷେତ୍ରରେ ଉନ୍ନତ ପ୍ରଦର୍ଶନ ଯୋଗୁ ରପ୍ତାନି ବୃଦ୍ଧି ପାଇଛି। ତେବେ ଏହି ସମୟରେ ବାଣିଜ୍ୟ ନିଅଣ୍ଟ ପରିମାଣ ୬ ମାସର ସର୍ବୋଚ୍ଚ ସ୍ତରରେ ପହଞ୍ଚତ୍ୟାଇଛି। ତଥ୍ୟ ଅନୁଯାୟୀ, ମେ’ରେ ଆମଦାନୀ ୪.୩୧ ପ୍ରତିଶତ ବଢ଼ି ୪୫.୩୫ ବିଲିୟନ ଡଲାର ହୋଇଛି। ଏହି ଅବଧିରେ ବାଣିଜ୍ୟ ନିଅଣ୍ଟ ବୃଦ୍ଧି ପାଇ ୧୫.୩୬ ବିଲିୟନ ଡଲାର ହୋଇଛି। ଗତବର୍ଷ ଏହି ସମୟରେ ବାଣିଜ୍ୟ ନିଅଣ୍ଟ ପରିମାଣ ୧୪.୬୨ ବିଲିୟନ ଡଲାର ଥିଲା। ଏହି ସମୟରେ ସୁନା ଆମଦାନୀ ୩୭.୪% ବୃଦ୍ଧି ପାଇଥିବା ବେଳେ ଅଶୋଧିତ ତେଲ ଆମଦାନୀ ୮.୨% ବଢ଼ିଥିବା ଦେଖିବାକୁ ମିଳିଥିଲା। ବିଶେଷଜ୍ଞଙ୍କ କହିବାନୁଯାୟୀ, ଆମେରିକା ଓ ଚାଇନା ମଧ୍ୟରେ ଆରମ୍ଭ ହୋଇଥିବା ବାଣିଜ୍ୟ ଯୁଦ୍ଧ ଆରମ୍ଭ ହେବା କାରଣରୁ ତେଲ ଆମଦାନୀ ପ୍ରଭାବିତ ହୋଇଛି। ତେବେ ୫୪.୯ପ୍ରତିଶତ ଅନ୍ୟ ଖାଦ୍ୟଶସ୍ୟ, ୨୦.୭% କାଜୁ, ୧୩.୭ ପ୍ରତିଶତ ଚାଉଳ, ୧୦.୬ ପ୍ରତିଶତ ମାଂସ ଓ ଡେଏରୀ ଉତ୍ପାଦ, ୫.୯ ପ୍ରତିଶତ ସାମୁଦ୍ରିକ ଉତ୍ପାଦ, ହ୍ୟାଣ୍ଡଲୁମ୍‌ ଓ ତୁଳା ବ୍ୟତୀତ ୩.୭୯ ପ୍ରତିଶତ ତମ୍ବାକୁ ଉତ୍ପାଦ ରପ୍ତାନି ହ୍ରାସ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ପଡ଼ିଆରେ ଅଘଟଣରେ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଭାରତୀୟ ବିମାନ କମ୍ପାନୀ ବିରୋଧରେ ବାଂଲାଦେଶ ନେଲା ବଡ଼ ନିଷ୍ପତ୍ତି: ଏୟାରସ୍ପେସ ବନ୍ଦ

ଢାକା,୧୯।୨: ବାଂଲାଦେଶର ତାରିକ ରହମାନ ସରକାର ବକେୟା ଦେୟ ପରିଶୋଧ ନ କରିବା କାରଣରୁ ଭାରତୀୟ ବଜେଟ ବିମାନ କମ୍ପାନୀ ସ୍ପାଇସଜେଟକୁ ଏହାର ଏୟାରସ୍ପେସ ବ୍ୟବହାର କରିବାରୁ…

ରାଜ୍ୟରେ ବଢ଼ିବ ସବ୍‌ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ

ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍‌ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍‌ଡିଭିଜନ ଗଠନ ପାଇଁ ସରକାରଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri