ବାଣ ଫୁଟି ନାବାଳକ ଗୁରୁତର

କେନ୍ଦୁଝର,୧୮।୧ (ସ୍ବ.ପ୍ର.): କ୍ରିକେଟ ଟୁର୍ନାମେଣ୍ଟ ଚାଲିଥିବା ବେଳେ ବାଣ ଫୁଟାଇବା ସମୟରେ ଜଣେ ନାବାଳକ ଗୁରୁତର ହୋଇଛନ୍ତି। ସେ ହେଲେ ରରୁଆଁ ଥାନା ଟିଙ୍ଗିରିଆ ଗ୍ରାମର ମନୋରଞ୍ଜନ ନାଏକଙ୍କ ପୁଅ ସୁମନ୍ତ କୁମାର ନାଏକ(୧୭)। ତାଙ୍କୁ ପ୍ରଥମେ ପରିବାରଲୋକେ ଶୁକୃଳି ସାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରୁ ତାଙ୍କୁ କେନ୍ଦୁଝର ଜିଲା ମୁଖ୍ୟଚ଼ିକିତ୍ସାଳୟ ଓ ପରେ କଟକ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି।

ମୟୁରଭଞ୍ଜ ଜିଲା ଟିଙ୍ଗିରିଆ ଗ୍ରାମରେ ଶୁକ୍ରବାର ସନ୍ଧ୍ୟା ୫ଟାବେଳେ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଚାଲିଥିଲା । ଖେଳପଡ଼ିଆ ପରିସରରେ କେହି ବ୍ୟକ୍ତି ବାଣ ଫୁଟାଉଥିଲେ। ସେଠାକୁ ଖେଳ ଦେଖିବାକୁ ଯାଇଥିବା ସୁମନ୍ତଙ୍କ ପାଖରେ ଗୋଟିଏ ବାଣ ଫୁଟି ତାଙ୍କର ମୁଁହ ଓ ଓଠ ଫାଟିବା ସହ ହାତପାପୁଲି ରକ୍ତାକ୍ତ ହୋଇଥିଲା। ଅତିଗୁରୁତର ଅବସ୍ଥାରେ ପରିବାରଲୋକେ ତାଙ୍କୁ ପ୍ରଥମେ ଶୁକୃଳି ସାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଅବସ୍ଥା ଗୁରୁତର ହେବାରୁ ଡାକ୍ତର ତାଙ୍କୁ କରଞ୍ଜିଆ ଡାକ୍ତରଖାନା ଓ ପରେ ରକ୍ତସ୍ରାବ ବନ୍ଦ ନ ହେବାରୁ ସେଠାରୁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ସେଠାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକାପ୍ତା ବିକ୍ରି ପାଇଁ ଏତିକି ଟଙ୍କାରେ ଛିଡ଼ିଥିଲା ଦାମ୍‌, ହଠାତ୍‌ ପହଞ୍ଚିଗଲା ବନବିଭାଗ, ୨ ଜଣଙ୍କୁ ଧରି…

ନବରଙ୍ଗପୁର,୩୦ା୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଡିଏଫ୍‌ଓ ଉଦୟନ ସୁବୁଦ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ବଜ୍ରକାପ୍ତା ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି…

ଗ୍ରୀଷ୍ମରେ ଖାଲିପଡ଼ିଛି ଭଞ୍ଜନଗର ରକ୍ତଭଣ୍ଡାର, ରକ୍ତଦାତାମାନେ ଆଗକୁ ଆସିବା ପାଇଁ ନିବେଦନ

ଭଞ୍ଜନଗର,୩୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରକ୍ତଭଣ୍ଡାରରେ ବର୍ଷ ତମାମ ରକ୍ତ ମହଜୁଦ ରହିଥାଏ। ଏହାର ମୁଖ୍ୟ କାରଣ ହେଲା ଅଞ୍ଚଳର ଅନେକ ସ୍ବେଚ୍ଛାସେବୀ ଅନୁଷ୍ଠାନ ଯଥା…

ନଦୀ ଭିତରେ ମାଡ଼ିଗଲାଣି ବୁଦାଳିଆ ଜଙ୍ଗଲ,ସୁରକ୍ଷା ପ୍ରତି ସରକାରଙ୍କ ନଜର ନାହିଁ

ବଡ଼ଗାଁ,୩୦ା୫(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା, ବଡ଼ଗାଁ, ଫୁଲବାରୀ ଓ ଭୋଇପାଲି ପଞ୍ଚାୟତର କେତେକ ଗ୍ରାମ ନିକଟ ଦେଇ ପ୍ରବାହିତ ସଫେଇ ନଦୀ…

କଳା ଅନ୍ଧାର କରି ମାଡ଼ିଆସିଲା କାଳବୈଶାଖୀ: ଉଡାଇନେଲା ଛପର, ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି….

କଲ୍ୟାଣସିଂହପୁର, ୩୦।୫(ଦୀପକ କୁମାର ପରିଡା): ରାୟଗଡା ଜିଲାର କଲ୍ୟାଣସିଂହପୁର ବ୍ଲକ୍ ସଦରରେ ଶୁକ୍ରବାର ରାତିରେ କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ଜୋରଦାର ପବନ ଓ ବର୍ଷାର ପ୍ରଭାବରେ…

ନିଶା ସେବନ କରି ଗାଡ଼ି ଚଲାଉଥିଲେ ଫରେଷ୍ଟର, ପୋଲିସ ଅଟକ ରଖି…

ବଲାଙ୍ଗୀର,୩୦ା୫(ସୁନିଲ କୁମାର ମହାନ୍ତି): ନିଶାସେବନ କରି ଗାଡ଼ି ଚଲାଇବା ଜଣେ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ବଙ୍ଗୋମୁଣ୍ଡା ଫରେଷ୍ଟର ଦିବସ ମାଝୀ ନିଶାସେବନ କରି ଗାଡ଼ି ଚଲାଉଥିବା…

ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀ ଦେବ ବିଜୁ ସ୍ବାଭିମାନ ମଞ୍ଚ କୋଲନରାରେ ଭାସ୍କର ରାଓଙ୍କ ଶକ୍ତି ପ୍ରଦର୍ଶନ

ଗୁଣପୁର,୩୦॥୫(ସୁଜାତା ପାଢ଼ୀ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପୂର୍ବରୁ ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି ଟାଣୁଆ ନେତା ତଥା ପୂର୍ବତନ ରାଜ୍ୟ ସଭା ସଭ୍ୟ ଏନ୍‌.ଭାସ୍କର ରାଓ। ରାୟଗଡା…

ଘରେ ଏକାକୀ ଥିଲେ ମହିଳା, ଛୁରି ଦେଖାଇ ବଳାତ୍କାର କଲେ ଯୁବକ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୩୦ା୫(ଦ୍ୱିତୀକୃଷ୍ଣ ପଣ୍ଡା): ଘରେ ଏକାକୀ ଥିବା ଜଣେ ବିବାହିତା ମହିଳାଙ୍କୁ ଛୁରି ଦେଖାଇ ହତ୍ୟା ଧମକ ଦେଇ ବଳାତ୍କାର କରିଥିବା ଅଭିଯୋଗରେ ହିଞ୍ଜିଳି ପୋଲିସ ଜଣେ ଯୁବକଙ୍କୁ…

ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇ କାର ଚାଳକ ଗୁରୁତର

ନନ୍ଦପୁର/ପାଡୁଆ,୩୦ା୫ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର-ହାଣ୍ଡିପୁଟ ସଂଯୋଗୀ ଏମ୍‌ଡିଆର ୫୫ ରାସ୍ତାର ଭେଜା ରେଳ ଷ୍ଟେଶନ ନିକଟ ରାସ୍ତାରେ ଏକ ବିଦ୍ୟୁତ୍‌ ଖୁଣ୍ଟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri