Posted inଖେଳ

ବାତ୍ରା ଅଲିମ୍ପିକ୍‌ ଚାନେଲ କମିଶନ ସଦସ୍ୟ

ନୂଆଦିଲ୍ଲୀ, ୨୮ା୫(ପି.ଟି.)- ଭାରତୀୟ ଅଲିମ୍ପିକ୍‌ ଆସୋସିଏଶନ(ଆଇଓଏ) ସଭାପତି ନରିନ୍ଦର ବାତ୍ରା ଅଲିମ୍ପିକ୍‌ ଚାନେଲ କମିଶନ ସଦସ୍ୟଭାବେ ନିଯୁକ୍ତ ହୋଇଛନ୍ତି। ଗତବର୍ଷ ଜୁନ୍‌ ପର୍ଯ୍ୟନ୍ତ ଅନ୍ତର୍ଜାତୀୟ ଅଲିମ୍ପିକ୍‌ କମିଟି (ଆଇଓସି) ସଦସ୍ୟ ଥିବା ବାତ୍ରା ନୂଆ ନିଯୁକ୍ତି ପାଇଁ ଏହାର ସଭାପତି ଥୋମାସ ବ୍ୟାକ୍‌ଙ୍କୁ ପତ୍ର ଲେଖି କୃତଜ୍ଞତା ଜଣାଇଛନ୍ତି। ”ଅଲିମ୍ପିକ୍‌ ଚାନେଲ କମିଶନ ସଦସ୍ୟଭାବେ ନିଯୁକ୍ତ ହୋଇଥିବାରୁ ମୁଁ ବହୁତ ଖୁସି। ଆଇଓସିରେ ନୂଆ ଦାୟିତ୍ୱ ପାଇବା ମୋ ପାଇଁ ଗର୍ବର କଥା। ଏଥିପାଇଁ ମୁଁ ଆଇଓସି ସଭାପତିଙ୍କୁ ଧନ୍ୟବାଦ ଜଣାଉଛି“ ବୋଲି ଅନ୍ତର୍ଜାତୀୟ ହକି ଫେଡେରେଶନ ସଭାପତି ଥିବା ବାତ୍ରା ପ୍ରକାଶ କରିଛନ୍ତି। ଅଲିମ୍ପିକ୍‌ ଚାନେଲ କମିଶନ ସଦସ୍ୟ ଆଇଓସି ସିଜନ, ଆଇଓସି କାର୍ଯ୍ୟନିର୍ବାହୀ ବୋର୍ଡ ଏବଂ ଆଇଓସି ସଭାପତିଙ୍କୁ ବିଭିନ୍ନ ପ୍ରସଙ୍ଗରେ ପରାମର୍ଶ ଦେଇପାରିବେ। ଏହା ବ୍ୟତୀତ ଅଲିମ୍ପିକ୍‌ ଚାନେଲ ଆରମ୍ଭ ହେବା ଏବଂ କାର୍ଯ୍ୟ କରିବାରେ ଗାଇଡ କରିବେ। ୬୩ ବର୍ଷୀୟ ବାତ୍ରା ପୂର୍ବରୁ ୨୦୧୪ରୁ ୨୦୧୬ ପର୍ଯ୍ୟନ୍ତ ହକି ଇଣ୍ଡିଆ ସଭାପତି, ୨୦୦୩ରୁ ୨୦୧୩ ପର୍ଯ୍ୟନ୍ତ ଏସିଆନ ହକି ଫେଡେରେଶନ ସଭାପତି ଭାବେ କାର୍ଯ୍ୟ କରିଛନ୍ତି। ଏହା ବ୍ୟତୀତ ୨୦୦୩ରୁ ୨୦୧୩ ପର୍ଯ୍ୟନ୍ତ ସେ ଦିଲ୍ଲୀ ଆଣ୍ଡ ଡିଷ୍ଟ୍ରିକ୍ଟ କ୍ରିକେଟ ଆସୋସିଏଶନର କୋଷାଧ୍ୟକ୍ଷ ମଧ୍ୟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କାହିଁକି ଚର୍ଚ୍ଚାରେ ରିୟାନ ପରାଗଙ୍କ ସେଲିବ୍ରେଶନ? ଗୁଜରାଟକୁ ହରାଇବା ପରେ ସେ ପଡ଼ିଆରେ କ’ଣ କରିଥିଲେ? ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୫।୪: ଇଣ୍ଡିଆନ ପ୍ରିମିୟର ଲିଗର ନୂଆ ସିଜିନରେ ଜଣେ ନୂତନ ପୂର୍ଣ୍ଣକାଳୀନ ଅଧିନାୟକଙ୍କ ସହିତ ପ୍ରବେଶ କରି, ରାଜସ୍ଥାନ ରୟାଲ୍ସ କ୍ରିକେଟର ଏକ ଚମତ୍କାର ପ୍ରଦର୍ଶନ କରିଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri