ବାତ୍ୟାରେ ଉଜୁଡ଼ିଲା କାଜୁ ବଗିଚା

ଢେଙ୍କାନାଳ ଅଫିସ, ୧୫।୫- ଢେଙ୍କାନାଳ ଜିଲାର କାଜୁ ଚାଷୀଙ୍କ ଅଣ୍ଟା ଭାଙ୍ଗିଦେଇଛି ସାମୁଦ୍ରିକ ବାତ୍ୟା ‘ଫନୀ’। ଫସଲ ହରାଇ ଚାଷୀମାନେ ଏବେ ମୁଣ୍ଡରେ ହାତଦେଇ ବସିଥିବାବେଳେ କ୍ଷତିଗ୍ରସ୍ତଙ୍କୁ ସହାୟତା ଯୋଗାଇଦେବାକୁ ଦାବି ହେଉଛି।

ସଦର ବ୍ଲକ ନଡ଼ିଆଳୀ ଗ୍ରାମର ୩ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)କୁ କାଜୁ ଚାଷ କରିବାକୁ ପ୍ରୋତ୍ସାହିତ କରାଯାଇଥିଲା। ମୃତ୍ତିକା ସଂରକ୍ଷଣ ବିଭାଗ ପକ୍ଷରୁ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ୧୦୦ ଏକର ସରକାରୀ ଜମିରେ ସେମାନେ କାଜୁ ଚାଷ କରିଥିଲେ। ଏସ୍‌ଏଚ୍‌ଜିରେ ଅନ୍ତର୍ଭୁକ୍ତ ୪୦ ପରିବାର ଏହାର ରକ୍ଷଣାବେକ୍ଷଣ କରି ଆସୁଥିଲେ। ବାତ୍ୟାରେ କାଜୁଗଛଗୁଡ଼ିକ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଉଜୁଡି ଯାଇଥିବା ବଗିଚାର ପୁନରୁଦ୍ଧାର କରିବା ଦିଗରେ ପଦକ୍ଷେପ ନେବାକୁ କମଳା ଦେହୁରୀ, କବିତା ଦେହୁରୀ, ଦୁହିତା ଦେହୁରୀ, ଟୁନି ଦେହୁରୀ, ସବିତା ଦେହୁରୀଙ୍କ ସମେତ ଶତାଧିକ ଏସ୍‌ଏଚ୍‌ଜି ସଦସ୍ୟା ଦାବି କରିଛନ୍ତି। ଏ ନେଇ ସେମାନେ ମଙ୍ଗଳବାର ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣଙ୍କ ଦ୍ୱାରସ୍ଥ ହୋଇ ସହାୟତାର ହାତ ବଢ଼ାଇବାକୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri