ବାତ୍ୟା ଅମ୍ଫନ୍‌ କ୍ଷୟକ୍ଷତି ଆକଳନ: ବାଲେଶ୍ୱର, କେନ୍ଦ୍ରାପଡ଼ା ପରିଦର୍ଶନ କଲେ କେନ୍ଦ୍ରୀୟ ଟିମ୍‌; ଶୁକ୍ରବାର ଗସ୍ତ କରିବେ ଜଗତ୍‌ସିଂହପୁର, ଭଦ୍ରକ 

ଭୁବନେଶ୍ୱର,୪ା୬(ବ୍ୟୁରୋ)/କେନ୍ଦ୍ରାପଡ଼ାଅଫିସ/ଭୋଗରାଇ/ବାଲିଆପାଳ, (ଡି.ଏନ୍‌.ଏ.): ବାତ୍ୟା ଅମ୍ଫନ୍‌ର କ୍ଷୟକ୍ଷତି ଆକଳନ କରିବାକୁ ଏକ ୭ ଜଣିଆ କେନ୍ଦ୍ରୀୟ ଟିମ୍‌ ଭୁବନେଶ୍ୱରରେ ପହଞ୍ଚିଛି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଯୁଗ୍ମ ସଚିବ ଶ୍ରୀ ପ୍ରକାଶଙ୍କ ନେତୃତ୍ୱରେ ଏହି ଟିମ୍‌ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଟିମ୍‌ରେ କୃଷି ଓ ସମବାୟ ବିଭାଗର ଆସିଷ୍ଟାଣ୍ଟ କମିଶନର ସୋମନାଥ ଆଗାସିମନି, ନୂଆଦିଲ୍ଲୀ ସ୍ଥିତ ମତ୍ସ୍ୟ ବିଭାଗର ଆସିଷ୍ଟାଣ୍ଟ କମିଶନର ଏସ.କେ. ରଥ, ଅର୍ଥ ମନ୍ତ୍ରଣାଳୟର ଖର୍ଚ୍ଚ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ସୁରଜ କୁମାର ପ୍ରଧାନ, ଜଳଶକ୍ତି ମନ୍ତ୍ରଣାଳୟର ସୁପରିଣ୍ଟେଣ୍ଡିଂ ଇଞ୍ଜିନିୟର ଅମରୀଶ ପାଲ ସିଂ, ଶକ୍ତି ମନ୍ତ୍ରଣାଳୟର ନିର୍ଦ୍ଦେଶକ ଏନ୍‌ଆର୍‌ଏଲ୍‌କେ ପ୍ରସାଦ ଏବଂ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟର ଅଧିକାରୀ ବି ଏନ ସହାୟ ଏହି ଟିମ୍‌ର ସଦସ୍ୟ ରହିଛନ୍ତି। ଏହି କେନ୍ଦ୍ରୀୟ ଟିମ୍‌ ଦୁଇଦିନ ୪ଟି ଜିଲା ବାଲେଶ୍ୱର, କେନ୍ଦ୍ରାପଡ଼ା, ଭଦ୍ରକ ଓ ଜଗତ୍‌ସିଂହପୁର ଗସ୍ତକରି କ୍ଷୟକ୍ଷତି ଆକଳନ କରିବେ। ୫ ତାରିଖରେ ଟିମ୍‌-ଏ ଭଦ୍ରକ ଏବଂ ଟିମ୍‌-ବି ଜଗତ୍‌ସିଂହପୁର ଗସ୍ତ କରିବେ। ସେହି ଦିନ ଅପରାହ୍ନରେ ଉଭୟ ଟିମ୍‌ ଭୁବନେଶ୍ୱର ଫେରିଆସିବେ। ରାଜ୍ୟ ସରକାରଙ୍କ ଅଧିକାରୀମାନଙ୍କ ସହିତ ବୈଠକରେ କ୍ଷୟକ୍ଷତି ସମ୍ପର୍କରେ ଆଲୋଚନା କରିବେ। ଗୁରୁବାର ଏହି ଟିମ୍‌ ଦୁଇ ଭାଗରେ ବିଭକ୍ତ ହୋଇ ଜିଲାଗସ୍ତ କରିଛନ୍ତି। ଟିମ୍‌-ଏ ବାଲେଶ୍ୱର ଏବଂ ଟିମ୍‌-ବି କେନ୍ଦ୍ରାପଡ଼ା ଜିଲା ଗସ୍ତ କରିଛନ୍ତି।
କେନ୍ଦ୍ରୀୟ ଟିମ୍‌-ବି ସଦସ୍ୟଙ୍କ ସହିତ ଜିଲାପାଳ ସମର୍ଥ ବର୍ମା ପ୍ରମୁଖ ରାଜନଗର ବ୍ଲକ ପେଣ୍ଠ ଓ ନଳିତାପାଟିଆ ଅଞ୍ଚଳ ପରିଦର୍ଶନ କରିଥିଲେ। ପରେ ଜିଲାପାଳଙ୍କ କାର୍ଯ୍ୟାଳୟରେ କେନ୍ଦ୍ରୀୟ ଟିମ୍‌ ସହ ଜିଲା ପ୍ରଶାସନ ଅଧିକାରୀମାନଙ୍କର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଜିଲା ଜରୁରିକାଳୀନ ଅଧିକାରୀ ସମ୍ବିତ୍‌ କୁମାର ଶତପଥୀ ଅମ୍ଫନ୍‌ ସମୟରେ କ୍ଷୟକ୍ଷତି ସହିତ ବାତ୍ୟା ପରିଚାଳନା ସମ୍ପର୍କରେ ତଥ୍ୟ ପ୍ରଦାନ କରିଥିଲେ। ସେ ଦର୍ଶାଇଥିଲେ, ଅମ୍ଫନ୍‌ ବାତ୍ୟାରେ ଜିଲାର ୧୫୯୨ ରାଜସ୍ବ ଗ୍ରାମରେ କ୍ଷତି ହୋଇଛି। ୪୭୮ ହେକ୍ଟର ଚାଷ କ୍ଷତି ହୋଇଥିବା ବେଳେ ୧୪୫୧ଟି ଘର ଭାଙ୍ଗିଛି। ସେହିପରି ୮,୭୧,୯୪୩ ପ୍ରାଣୀ ସମ୍ପଦ ପ୍ରଭାବିତ ହୋଇଛନ୍ତି। ଏଥିରେ ୪୬୩.୬୭୩ ଲକ୍ଷ ଟଙ୍କାର ବେସରକାରୀ ଓ ସରକାରୀ ସମ୍ପଦ କ୍ଷତି ହୋଇଛି। ତେବେ ବାତ୍ୟାରେ କୌଣସି ଲୋକ ମୃତାହତ ହୋଇନାହାନ୍ତି। ବାତ୍ୟା ପୂର୍ବରୁ ଜିଲାର ୩୯୮୬୪ ଜଣଙ୍କୁ ନିକଟସ୍ଥ ବାତ୍ୟା ଆଶ୍ରୟସ୍ଥଳୀକୁ ନିଆଯାଇଥିଲା। ବୈଠକରେ ଏଡିଏମ୍‌ ବସନ୍ତ କୁମାର ରାଉତ, ପିଡି ଦିଲୀପ କୁମାର ପରିଡାଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri