ବାତ୍ୟା ଅମ୍ଫନ ମୁକାବିଲା: ଧାମରା ଅଞ୍ଚଳରୁ ସ୍ଥାନାନ୍ତର ହେବେ ୧୦ ହଜାର ଲୋକ

ଚାନ୍ଦବାଲି,୧୯।୫(ଡି.ଏନ.ଏ.)-ବାତ୍ୟା ଅମ୍ଫାନ ମୁକାବିଲା ପାଇଁ ମଙ୍ଗଳବାର ମଧ୍ୟାହ୍ନରେ ଧାମରା ଅତିରିକ୍ତ ତହସିଲଦାରଙ୍କ କାର୍ଯ୍ୟାଳୟରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ଦାସ ଯୋଗଦେଇ ବାତ୍ୟା ଜନିତ ସାମ୍ଭାବ୍ୟ ପରିସ୍ଥିତି ପ୍ରତି ସଜାଗ ରହିବାକୁ ପରାମର୍ଶ ଦେଇଥିଲେ। ଚାନ୍ଦବାଲି ବ୍ଲକର ୧୭ଟି ବାତ୍ୟା ଆଶ୍ରୟସ୍ଥଳୀ, ୪୨ଟି ବିଦ୍ୟାଳୟ ଏବଂ ୨୫ଟି ଅଙ୍ଗନଓ୍ବାଡି କେନ୍ଦ୍ରରେ ପ୍ରାୟ ୧୫ ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯିବାକୁ ଜିଲା ପ୍ରଶାସନ ପକ୍ଷରୁ ଯୋଜନା କରାଯାଇଛି। କଚ୍ଚା ଘର ଏବଂ ସମୁଦ୍ର ପାଖାପାଖି ଲୋକଙ୍କୁ ପ୍ରଥମେ ଥଇଥାନ କରାଯିବ। ଏଥିସହିତ ବ୍ଲକର ସମୁଦ୍ର ଓ ମନ୍ତେଈ ନଦୀକୂଳିଆ ୮ଟି ପଞ୍ଚାୟତର କେତେକ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳ ଓ ବିଭିନ୍ନ ସ୍କୁଲ ଗୃହକୁ ସ୍ଥାନାନ୍ତର କରାଯିବ ନିଷ୍ପତି ହୋଇଥିଲା।
ସେହିପରି ଧାମରା ପଞ୍ଚାୟତରେ ୧୩୦୦, ଜାଗୁଳାରେ ୨୦୦୦, ଦୋସିଙ୍ଗାରେ ୨୫୦୦, ବାଂଶଡାରେ ୧୫୦୦, କଇଥଖୋଲାରେ ୨୦୦୦, କରଣପଲ୍ଲୀ ୧୧୦୦, ପଞ୍ଚୁଟିକ୍ରିରେ ୧୫୦୦ ଏବଂ କରଞ୍ଚମାଳ ପଞ୍ଚାୟତର ୨୦୦୦ ଲୋକଙ୍କୁ ସ୍ଥାନାନ୍ତରିତ କରାଯିବ ବୋଲି ଉପସ୍ଥିତ ଲୋକ ପ୍ରତିନିଧିମାନେ ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଭଦ୍ରକ ଏମ୍‌ପି ମଞ୍ଜୁଲାତା ମଣ୍ଡଳ, ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ, ଭଦ୍ରକ ଜିଲା ପାଇଁ ନିଯୁକ୍ତ ଅତିରିକ୍ତ ଶାସନ ସଚିବ ଅଶୋକ ବେହୁରିଆ, ଚାନ୍ଦବାଲି ତହସିଲଦାର ସୁଶାନ୍ତ ସୂତାର, ଧାମରା ଅତିରିକ୍ତ ତହସିଲଦାର ଚୈତନ୍ୟ ପ୍ରସାଦ ମୁର୍ମୁ, ସୁପରଭାଇଜର ଦାସରଥି ଦାସ, ଧାମରା ଥାନା ଅଧିକାରୀ ଶ୍ରୀକାନ୍ତ ପତି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

ଗୋ’ ମାଫିଆଙ୍କ ଘରେ ରେଡ୍‌: ମିଳିଲା ପୁଳାପୁଳା ଟଙ୍କା-ସୁନା, ମାରଣାସ୍ତ୍ର

ଭଦ୍ରକ, ୭।୪(ସନାତନ ରାଉତ): ପୂର୍ବାଞ୍ଚଳ ଡିଆଇଜିଙ୍କ ନିଦ୍ଦେର୍ର୍ଶକ୍ରମେ ବାଲେଶ୍ୱର, ଭଦ୍ରକ ଓ ମୟୁରଭଞ୍ଜ ଜିଲାରେ ପୋଲିସ ପକ୍ଷରୁ ଗୋ’ ମାଫିଆଙ୍କ ଘରେ ରେଡ କରାଯାଇଛି l ଭଦ୍ରକର…

ବସ ଡ୍ରାଇଭର-ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ, ରାସ୍ତାରେ ବସ ରଖି ଡ୍ରାଇଭର ଗଲେ ମେଡିକାଲ

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକ ଆରଡ଼ି ଛକ ନିକଟରେ ଜାତୀୟ ରାଜପଥ ସର୍ଭିସ ରୋଡରେ ଅଭାବନୀୟ ଘଟଣା । ବସ ଡ୍ରାଇଭର ଓ ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ…

ମା’ ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭାଙ୍ଗି ଦୁର୍ବୃତ୍ତ…

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠରେ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଥିବାର ଅଭିଯୋଗ ହୋଇଛି। ଭୋର୍‌ ସମୟରେ ମା’ଙ୍କ ପୂଜା ପୂଜା…

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ବାଇକ୍‌କୁ ଧକ୍କାଦେଲା ଟ୍ରାକ୍ଟ୍ରର, ଚାଲିଗଲା ୨ ଜଣଙ୍କ ଜୀବନ

ଧାମନଗର,୪ା୪(ସନ୍ତୋଷ କୁମାର ମହାପାତ୍ର/ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ବିଜ୍ଞାପିତ ଅଞ୍ଚଳ ଭଣ୍ଡାରିପଦୀ ଛକ ମୁଖ୍ୟ ରାସ୍ତାରେ ଶନିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ୨…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri