ବାତ୍ୟା ଆଶଙ୍କା: ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ରାଜନଗର,୬।୧୧(ଡି.ଏନ୍‌.ଏ.): ସମ୍ଭାବ୍ୟ ବାତ୍ୟା ‘ବୁଲ୍‌ବୁଲ୍‌’କୁ ଦୃଷ୍ଟିରେ ରଖି କେନ୍ଦ୍ରାପଡ଼ା ଜିଲାପାଳ ସମର୍ଥ ବର୍ମାଙ୍କ ନିର୍ଦ୍ଦେଶରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବାକୁ ବୁଧବାର ସଚେତନ କରାଯାଇଛି। ଏ ନେଇ ରାଜନଗର ବ୍ଲକ ଅଧୀନ ୨୯ ପଞ୍ଚାୟତର ୪୮ଟି ସମୁଦ୍ରକୂଳିଆ ଗାଁର ଲୋକମାନଙ୍କୁ ସତର୍କ ରହିବାକୁ ରାଜନଗର ତହସିଲଦାର ଦିବ୍ୟେନ୍ଦୁ କୁମାର ଦାସ ଡାକବାଜି ସାହାଯ୍ୟରେ ସଚେତନ କରାଇଛନ୍ତି। ଏହା ସହ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ମାଛ ଧରିବାକୁ ନ ଯିବାକୁ ବାରଣ କରାଯାଇଛି।