Posted inରାଜ୍ୟ

ଆସୁଛି ବାତ୍ୟା: ଉତ୍ତର ଓଡ଼ିଶା ପ୍ରଭାବିତ ହେବା ସମ୍ଭାବନା, ସତର୍କ ରହିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର, ୧୫।୫(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଏବଂ ଆଣ୍ଡାମାନ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇଛି। ୧୬ ତାରିଖ ସନ୍ଧ୍ୟା ସୁଧା ଏହା ବାତ୍ୟାରେ ପରିଣତ ହେବ। ୧୮ ତାରିଖରୁ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହେବ। ୧୯ ତାରିଖରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ସହିତ ୭୦ରୁ ୮୦ କି.ମି. ବେଗରେ ପବନ ବହିବାର ସମ୍ଭବନା ରହିଛି। ୧୫ ତାରିଖଠାରୁ ମତ୍ସ୍ୟଜୀବୀମାନଙ୍କୁ ସମୂଦ୍ର ଭିତରକୁ ନ ଯିବାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଏହି ବାତ୍ୟା ଅଧିକ ଘନୀଭୂତ ହୋଇ ଭୟଙ୍କର ସାମୂଦ୍ରୀକ ଝଡ଼ରେ ପରିଣତ ହେବ ବୋଲି ପାଣିବପାଗ ବିଭାଗ ପୂର୍ବାନୁମାନ କରିଛି। ବାତ୍ୟା ପ୍ରଥମେ ଉତ୍ତର, ଉତ୍ତର ପଶ୍ଚିମ ଦେଇ ଗତି କରିବ। ଏହା ପରେ ଗତି ବଦଳାଇ ଉତ୍ତର, ଉତ୍ତର ପୂର୍ବ ଦିଗକୁ ଗତି କରିବ। ସମ୍ଭାବ୍ୟ ବାତ୍ୟା ଉତ୍ତର ଓଡ଼ିଶାର କେତେକ ଜିଲାକୁ ପ୍ରଭାବିତ କରିବା ଅଶଙ୍କା ରହିଛି। ବିଶେଷକରି ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଜିଲାରେ ବାତ୍ୟାର ପ୍ରକୋପ ଅନୁଭନ ହେବ ବୋଲି ପୂର୍ବାନୁମାନ କରାଯାଇଛି। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଉତ୍ତର ଓଡ଼ିଶାର ଜିଲାପାଳମାନଙ୍କୁ ସତର୍କ ରହିବା ପାଇଁ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆର୍‌ସି) କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ବାତ୍ୟା ଆଶ୍ରୟସ୍ଥଳ ଗୁଡିକୁ ପ୍ରସ୍ତୁତ ରଖିବା ସହିତ ଲୋକମାନଙ୍କୁ ଏ ଦିଗରେ ସଚେତନ କରିବା ଲାଗି ପଦକ୍ଷେପ ନେବା ସକାଶେ ପରାମର୍ଶ ଦିଆଯାଇଥିବା ଏସ୍‌ଆର୍‌ସି ପ୍ରଦୀପ କୁମାର ଜେନା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri