ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳରେ ଅଗ୍ନିଶମ, ଓଡ୍ରାଫ ଟିମ୍‌: ଉଦ୍ଧାର କାର୍ଯ୍ୟକୁ ପ୍ରଶଂସା କଲେ ଅଗ୍ନିଶମ ଡିଜି

ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): ବାତ୍ୟା ‘ବୁଲ୍‌ବୁଲ୍‌’ ପ୍ରଭାବରେ ଓଡ଼ିଶାର ଉପକୂଳବର୍ତ୍ତୀ ଜିଲାରେ ବ୍ୟାପକ କ୍ଷତି ଘଟିଛି। କେନ୍ଦ୍ରାପଡ଼ା, ବାଲେଶ୍ୱର ଓ ଭଦ୍ରକ ଜିଲାରେ ଗଛ ଓ ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ପଡ଼ିଥିବାବେଳେ ବ୍ୟାପକ ଘର ଭାଙ୍ଗିଛି। ବିଶେଷକରି ଗଛ ଓ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗିପଡିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି। ବାଟ ସଫା କରିବା ସହ ଲୋକଙ୍କୁ ଉଦ୍ଧାର କରିବାରେ ଏକାଧିକ ଅଗ୍ନିଶମ କର୍ମଚାରୀ ଓ ଓଡ୍ରାଫ ଟିମ୍‌ ନିୟୋଜିତ ରହିଛନ୍ତି। ବର୍ଷା ଓ ପବନ ପୂର୍ବରୁ ଏବଂ ପରେ ବିପଦପୂର୍ଣ୍ଣ ଘରୁ ଲୋକଙ୍କୁ ଉଦ୍ଧାର କରି ସୁରକ୍ଷିତ ସ୍ଥାନକୁ ଆଣିଛନ୍ତି ବୋଲି ଅଗ୍ନିଶମ ଡିଜି ବି.କେ. ଶର୍ମା ସୂଚନା ଦେଇଛନ୍ତି।

ସେ କହିଛନ୍ତି, ପାରାଦୀପ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା ଓ ବାଲେଶ୍ୱରରେ ଓଡ୍ରାଫ ଏବଂ ଅଗ୍ନିଶମ କର୍ମଚାରୀ ନିୟୋଜିତ ରହିଛନ୍ତି। ଉପୁଡି ପଡିଥିବା ଗଛଗୁଡିକୁ କାଟି ଯୋଗାଯୋଗ ଓ ଯାତାୟାତ ବ୍ୟବସ୍ଥାକୁ ସ୍ବାଭାବିକ କରିବାକୁ ଚେଷ୍ଟା କରୁଛନ୍ତି। ଏଥିପାଇଁ ଟିମ୍‌ଗୁଡ଼ିକୁ ଆବଶ୍ୟକ ସରଞ୍ଜାମ ଯୋଗାଇ ଦିଆଯାଇଛି। ଯେଉଁମାନେ ବାତ୍ୟା ଆଶ୍ରୟସ୍ଥଳୀରେ ଅଛନ୍ତି ସେମାନଙ୍କୁ ମଧ୍ୟ ଅଗ୍ନିଶମ କର୍ମଚାରୀ ଶୁଖିଲା

ଖାଦ୍ୟ ଖାଇବାକୁ ଦେଉଛନ୍ତି। ଜଣେ ଦକ୍ଷ ଅଫିସର ଟିମ୍‌ ଦାୟିତ୍ୱରେ ରହିଛନ୍ତି। ସ୍ଥାନୀୟ ପୋଲିସ ଓ ପ୍ରଶାସନର ସହଯୋଗରେ ଅଗ୍ନିଶମ ବିଭାଗ ଓ ଓଡ୍ରାଫ ଟିମ୍‌ ଭଲ କାର୍ଯ୍ୟ କରୁଥିବା ଡିଜିପି ଶର୍ମା କହିଛନ୍ତି। ଏପରି କି ଜଣେ ପ୍ରସୂତିଙ୍କୁ ବର୍ଷାରେ ଅଗ୍ନିଶମ କର୍ମଚାରୀମାନେ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିବାରୁ ଏହାକୁ ଡିଜିପି ପ୍ରଶଂସା କରିଛନ୍ତି। ବାତ୍ୟା ଫନୀ ସମୟରେ ଅଗ୍ନିଶମ କର୍ମଚାରୀ ଓ ଓଡ୍ରାଫ ଟ୍ରିମ୍‌ ଭଲ କାର୍ଯ୍ୟ କରିଥିଲେ। ଗଛ କାଟିବାଠାରୁ ଆରମ୍ଭ କରି ଲୋକଙ୍କୁ ଉଦ୍ଧାର କରିବା, ପାଣି ଓ ରିଲିଫ ବାଣ୍ଟିବା ଆଦି କାଯର୍‌ୟ କରି ପ୍ରଶଂସିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବା ବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?