ବାତ୍ୟା କ୍ଷତିଗ୍ରସ୍ତ ଉଠାଦୋକାନୀଙ୍କୁ ସହାୟତା ପ୍ରଦାନ: ୧୩୬୯ ଜଣଙ୍କୁ ମିଳିଲା, ଆହୁରି ପାଇବେ ୨୦୦୦

ପୁରୀ ଅଫିସ,୧ା୯: ବାତ୍ୟାରେ କ୍ଷତିଗ୍ରସ୍ତ ଉଠାଦୋକାନୀଙ୍କୁ ମିଳିଛି ସହାୟତା। ଶନିବାର ଟାଉନ ହଲ୍‌ ପରିସରରେ ସ୍ବାୟତ୍ତ ଶାସନ ଦିବସ ପାଳନ ଅବସରରେ କ୍ଷତିଗ୍ରସ୍ତ ଉଠାଦୋକାନୀଙ୍କୁ ୧୦ ହଜାର ଟଙ୍କା ଲେଖାଏ ସହାୟତା ରାଶି ଦିଆଯାଇଛି। ପ୍ରଥମ ପର୍ଯ୍ୟାୟରେ ୧୩୬୯ ଜଣଙ୍କୁ ଏହି ସହାୟତା ରାଶି ମିଳିଥିବାବେଳେ ଆହୁରି ୨୦୦୦ରୁ ଊର୍ଦ୍ଧ୍ୱ କ୍ଷତିଗ୍ରସ୍ତ ଉଠାଦୋକାନୀ ସହାୟତା ପାଇବେ। ଭୁବନେଶ୍ୱରରୁ ଭିଡିିଓ କନ୍‌ଫରେନ୍ସି ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନ୍‌ଲାଇନ ବିଲ୍ଡିଂ ପ୍ଲାନ ମଞ୍ଜୁର, ମାଇକ୍ରୋ କମ୍ପୋଷ୍ଟିଂ ପ୍ଲାଣ୍ଟ, ପ୍ରତି ୱାର୍ଡରେ ୱାର୍ଡ କାର୍ଯ୍ୟାଳୟର ଉଦ୍‌ଘାଟନ କରିବା ସହ କ୍ଷତିଗ୍ରସ୍ତ ଉଠାଦୋକାନୀଙ୍କୁ ସହାୟତା ରାଶି ପ୍ରଦାନ କରିଥିଲେ। ସହାୟତା ରାଶି ପାଇଥିବା ୧୩୬୯ ଉଠାଦୋକାନୀଙ୍କ ମଧ୍ୟରୁ ୯୪୩ ଜଣ ବଡ଼ଦାଣ୍ଡରେ ବ୍ୟବସାୟ କରିଆସୁଥିଲେ। ଏହି କାର୍ଯ୍ୟକ୍ରମରେ ଏମ୍‌ପି ପିନାକୀ ମିଶ୍ର, ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ, ଜିଲାପାଳ ବଲୱନ୍ତ ସିଂ ଅତିଥି ଭାବେ ଯୋଗ ଦେଇଥିଲେ। ପୌରସଂସ୍ଥା ନିର୍ବାହୀ ଅଧିକାରୀ ବିଜୟ କୁମାର ଦାଶ ବାର୍ଷିକ ବିବରଣୀ ପାଠ କରିଥିବାବେଳେ ପୌରସଂସ୍ଥା ଦ୍ୱାରା ଆୟୋଜିତ ବକ୍ତୃତା, ଚିତ୍ରାଙ୍କନ ଓ ପ୍ରବନ୍ଧ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଏହି ଅବସରରେ ନବକଳେବର ରୋଡସ୍ଥିତ ଆଖଣ୍ଡଳମଣି ପାର୍କକୁ ପୁରୀବାସୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରାଯାଇଥିଲା। ଏଥିସହ ପୌରସଂସ୍ଥା ଦ୍ୱାରା ଏକ୍ସପ୍ରେସ୍‌ ସଫେଇ ସେବାର ଶୁଭାରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିବ ତାତି: ଗରମ-ଗୁଳୁଗୁଳିରେ ଛଟପଟ ହେବେ ଏସବୁ ଜିଲାର ଲୋକେ, ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୦।୪: ରାଜ୍ୟରେ ପାରଦ ପୁଣି ଉପରମୁହାଁ ହେବ। ଦୁଇଦିନ ମଧ୍ୟରେ ୪ରୁ ୬ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବ। ବିଶେଷକରି ଶନିବାର ୧୧ ତାରିଖରୁ ପଶ୍ଚିମ ଓ…

କଟାଗଲା ଗଛ, ଭଙ୍ଗାଯିବ ଘର, ଜବରଦଖଲକାରୀଙ୍କ ଚିନ୍ତା ବଢ଼ିଲା

ଧର୍ମଶାଳା,୧୦ା୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଶାନ୍ତିବଜାରଠାରୁ କାଏମା ପର୍ଯ୍ୟନ୍ତ ଅଟକି ରହିଥିବା ପ୍ରଶସ୍ତିକରଣ କାର୍ଯ୍ୟ ଦୀର୍ଘ ୨୭ମାସ ପରେ ଆରମ୍ଭ ହୋଇଛି। ଏହାକୁ ଚାରି…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ…

ସରକାରଙ୍କ ବଡ଼ ଘୋଷଣା: ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା

ଭୁବନେଶ୍ୱର,୧୦।୪: ଏଣିକି ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା। ପ୍ରଧାନମନ୍ତ୍ରୀ ରାହତ୍‌ ଯୋଜନା ମାଧ୍ୟମରେ ମାଗଣା ଚିକିତ୍ସା ମିଳିବ। ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲା SP,…

ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…

ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍‌ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…

କ୍ଷତିଗ୍ରସ୍ତ ଚାଷୀଙ୍କୁ ଠିକ୍‌ଭାବେ ପ୍ରଦାନ କରାଯାଉନାହିଁ ବୀମାରାଶି, ଜିଲାରେ ପୁଣି…

ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇପଡ଼ିଛି। ବିଭିନ୍ନ ସମୟରେ ଚାଷୀମାନେ ଫସଲକ୍ଷତିର ସମ୍ମୁଖୀନ ହେଉଛନ୍ତି, ଅଥଚ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ଠିକ୍‌ଭାବେ ବୀମାରାଶି…

ଅଧ୍ୟାପିକାଙ୍କୁ ନିର୍ଯାତନା ଦେଇ ଜେଲ୍‌ ଗଲେ କଲେଜ ଅଧ୍ୟକ୍ଷ

ଝାରବନ୍ଧ,୧୦ା୪(ଦେବେନ୍ଦ୍ର ସାହୁ): ଜଣେ ଅଧ୍ୟାପିକାଙ୍କୁ ମାନସିକ ନିର୍ଯାତନା ଦେବା ବରଗଡ଼ ଜିଲା ଝାରବନ୍ଧ ଜୁନିଅର ଅଧ୍ୟକ୍ଷ ପ୍ରମୋଦ କୁମାର ସାହୁଙ୍କୁ ମହଙ୍ଗା ପଡ଼ିଛି। ଶେଷରେ ତାଙ୍କୁ ଜେଲ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri