ବାତ୍ୟା ପରେ ଦୁର୍ଦ୍ଦିନରେ ୩ ପରିବାର: ତୁରନ୍ତ ପାଲ ସହ ପକ୍କାଘର ଯୋଗାଇଦେବାକୁ ଦାବି

ବାଲିଆ,୯।୬: ଫନୀ ବାତ୍ୟାରେ ବାସହୀନ ହୋଇପଡ଼ିଥିବା ବିପନ୍ନ ପରିବାରଙ୍କୁ ତୁରନ୍ତ ସହାୟତା ପ୍ରଦାନ କରିବା ନିମନ୍ତେ ରାଜ୍ୟ ସରକାର କରିଥିବା ଘୋଷଣା ବିରିଡ଼ି ବ୍ଲକରେ ଏକପ୍ରକାର ପ୍ରହସନରେ ପରିଣତ ହୋଇଛି। ଏଠାରେ କ୍ଷୟକ୍ଷତି ଆକଳନ ଓ ଘରଭଙ୍ଗା ତଦନ୍ତ ଦାୟିତ୍ୱରେ ଥିବା ଅଧିକାରୀମାନଙ୍କ ବେପରୁଆ ମନୋଭାବ ଯୋଗୁ ବିପନ୍ନ ପରିବାର ସରକାରୀ ସହାୟତା ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ବାତ୍ୟାକୁ ୧ ମାସରୁ ଊର୍ଦ୍ଧ୍ୱ ସମୟ ବିତିଥିଲେ ମଧ୍ୟ ଏହି ବ୍ଲକ ଶଙ୍ଖପୁର ପଞ୍ଚାୟତରେ ଥିବା ଏକ ଦଳିତ ପରିବାରକୁ ଏଯାବତ୍‌ ସରକାରୀ ସହାୟତା ମିଳିନାହିଁ। ଏହି ପଞ୍ଚାୟତର ଓ୍ବାର୍ଡ ନଂ.୧ କାଣ୍ଡି ସାହିରେ ବସବାସ କରୁଥିବା ମଧୁସୂଦନ କାଣ୍ଡି, ତାଙ୍କ ୩ ବିବାହିତ ପୁଅଙ୍କ ପରିବାର ଭଙ୍ଗା ଦଦରା ଘରେ ରହୁଛନ୍ତି। ୩ ପୁଅଙ୍କ ଘର ନଂ. ଓ ରାଶନ କାର୍ଡ ନଂ. ଅଲଗା ହୋଇଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ କାହାରିକୁ ସରକାରଙ୍କ ପକ୍କାଘର ଯୋଜନାରେ ଘର ଖଣ୍ଡେ ମିଳିନାହିଁ। ପକ୍କାଘର ଖଣ୍ଡେ ପାଇଁ ପଞ୍ଚାୟତ ନିର୍ବାହୀ ଅଧିକାରୀ ଓ ଜନପ୍ରତିନିଧିଙ୍କୁ ବହୁବାର ଜଣାଇଥିଲେ ମଧ୍ୟ କେହି ତାଙ୍କ କଥା ବୁଝୁନାହାନ୍ତି। ଏହି ପଞ୍ଚାୟତରେ ବହୁ ଥିଲାବାଲା ଲୋକଙ୍କୁ ପକ୍କାଘର ମିଳିଥିବାବେଳେ ଗରିବ ଲୋକ ବାଦ୍‌ ପଡିଛନ୍ତି। ସୂଚନାଯୋଗ୍ୟ, ବିରିଡ଼ି ତହସିଲ କାର୍ଯ୍ୟାଳୟରେ ପୁଳାପୁଳା ପାଲ ଗଦାହୋଇ ରହିଥିଲେ ମଧ୍ୟ ଫନୀ ବାତ୍ୟାରେ କ୍ଷତିଗ୍ରସ୍ତ ବହୁ ବିପନ୍ନ ପରିବାରଙ୍କୁ ପ୍ରଦାନ କରାଯାଇନାହିଁ। ତେଣୁ ତୁରନ୍ତ ପାଲ ପ୍ରଦାନ ସହ ପକ୍କାଘର ଯୋଗାଇଦେବାକୁ ସେମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri