Posted inଫୁରସତ

ବାତ୍ୟା ‘ଫନୀ’ ମୁକାବିଲା ପାଇଁ ଜାଣନ୍ତୁ କେମିତି ରହିବେ ସଜାଗ

ସାମୁଦ୍ରିକ ଝଡ଼ ‘ଫନୀ’ ୩ ତାରିଖରେ ଓଡ଼ିଶା ଉପକୂଳ ଛୁଇଁପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ଏହି ସମୟରେ ଘଣ୍ଟା ପ୍ରତି ୧୭୫ରୁ ୧୮୦ କିଲୋମିଟର ବେଗରେ ପବନ ବହିବା ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ମଧ୍ୟ ହେବ । ଏହି ସମୟରେ ବିଭିନ୍ନ ବିପର୍ଯ୍ୟୟ ଘଟିପାରେ । ମୁଖ୍ୟତଃ ବଡ଼ବଡ଼ ଗଛ, ବିଜୁଳି ଖୁଣ୍ଟ ଉପୁଡ଼ି ପଡ଼ିବା ସହ ଦୁର୍ବଳ ଘରଦ୍ୱାର ଭାଙ୍ଗିଯିବାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ହେଲେ ତଳି ଅଞ୍ଚଳରେ ବନ୍ୟା ପରିସ୍ଥିତି ମଧ୍ୟ ଉପୁଜିପାରେ। ଓଡ଼ିଶାବାସୀ ମହାବାତ୍ୟା, ଫାଇଲିନ, ହୁଡୁହୁଡୁ, ତିତ୍‌ଲି ଆଦି ନିକଟ ଅତୀତରେ ଦେଖିସାରିଛନ୍ତି। ତେଣୁ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ବ୍ୟକ୍ତିଗତସ୍ତରରେ କେତୋଟି ଦିଗ ପ୍ରତି ସଜାଗ ହେଲେ ଏତେବଡ଼ ବିପଦରୁ ରକ୍ଷା ମିଳିପାରିବ। ଆସନ୍ତୁ ଜାଣିବା ଏ ସମ୍ପର୍କରେ…

୧. ଅସୁରକ୍ଷିତ ଘରେ ରହୁଥିଲେ ସୁରକ୍ଷିତ ସ୍ଥାନ ବା ବାତ୍ୟା ଆଶ୍ରୟସ୍ଥଳୀକୁ ତୁରନ୍ତ ଚାଲିଯାଆନ୍ତୁ।

୨. ଜରୁରୀ କାମ ନ ଥିଲେ ଦୂରସ୍ଥାନକୁ ଯାଆନ୍ତୁ ନାହିଁ।

୩. ବିଦ୍ୟୁତକାଟ୍‌ର ସମ୍ଭାବନା ଯଥେଷ୍ଟ। ତେଣୁ ଘରେ ମହମବତୀ, କିରୋସିନ ମହଜୁଦ କରି ରଖନ୍ତୁ। ଚାର୍ଜର ଲାଇଟ ଏବଂ ମୋବାଇଲକୁ ମଧ୍ୟ ଫୁଲ ଚାର୍ଜ କରି ରଖନ୍ତୁ ।

୪. ଜରୁରୀ ଔଷଧ, ଶୁଖିଲା ଖାଦ୍ୟ ପାଖରେ ମହଜୁଦ ରଖନ୍ତୁ ।

୫. ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ଉପଦେଶ ମାନନ୍ତୁ । ଜରୁରୀକାଳୀନ ଟେଲିଫୋନ ନମ୍ବର ପାଖରେ ରଖନ୍ତୁ । ନିୟମିତ ବାତ୍ୟା ସଂପର୍କିତ ଖବର ଜାଣିବା ପାଇଁ ଚେଷ୍ଟା କରନ୍ତୁ ।

୬. ଗୃହପାଳିତ ପଶୁମାନଙ୍କୁ ଗୁହାଳରେ ନ ବାନ୍ଧି ନିରାପଦ ସ୍ଥାନକୁ ସ୍ଥାନାନ୍ତର କରନ୍ତୁ ଓ ଦିନେ ଦୁଇ ଦିନ ପାଇଁ ସେମାନଙ୍କ ଲାଗି ଖାଦ୍ୟ ମହଜୁଦ ରଖନ୍ତୁ।

୭. ପ୍ରଚୁର ପରିମାଣର ବିଶୁଦ୍ଧ ପାନୀୟଜଳ ମଧ୍ୟ ଘରେ ମହଜୁଦ ରଖନ୍ତୁ।

୮. ଘରେ ପାଣି ପଶିବାର ସମ୍ଭାବନା ଥିଲେ ଜରୁରୀ କାଗଜପତ୍ର ଏବଂ ଟଙ୍କାପଇସା ଜରିରେ ଭର୍ତ୍ତି କରି ଉଚ୍ଚସ୍ଥାନରେ ରଖନ୍ତୁ। ଏଟିଏମରୁ କିଛି ନଗଦ ଟଙ୍କା ବାହାର କରି ନିଜ ପାଖରେ ରଖନ୍ତୁ ।

୯. ଗାଡିମୋଟର ଥିଲେ ସେଥିରେ ପେଟ୍ରୋଲ, ଡିଜେଲ ଭର୍ତ୍ତି କରି ରଖନ୍ତୁ । ଆବଶ୍ୟକତା ଦୃଷ୍ଟିରୁ ଯାତାୟାତ କରୁଥିବା ବେଳେ ଜୋରରେ ପବନ ବହିଲେ ଗଛ ବା ଖୁଣ୍ଟଠାରୁ ଦୂରରେ ରୁହନ୍ତୁ।

୧୦. ଗୁଜବଠାରୁ ଦୂରେଇ ରୁହନ୍ତୁ। କୌଣସି କଥାରେ ଭୟଭୀତ ନହୋଇ ଧର୍ଯ୍ୟର ସହ ମୁକାବିଲା କରନ୍ତୁ ।


Enter your email to get our daily news in your inbox.

All Right Reserved By Dharitri.Com

ସାପ ଲାଞ୍ଜକୁ ଧରି ଦଉଡ଼ି ପରି ଘୂରାଉଥିଲେ ଯୁବକ, ହଠାତ୍‌ ଘଟିଲା ଏମିତି…

ସାପର ନାଁ ଶୁଣିଲେ ସମସ୍ତଙ୍କୁ ଡର ଲାଗେ। ଏହାର ନାଁ ଶୁଣିଲେ ସବୁଠାରୁ ସାହସୀ ମଣିଷ ମଧ୍ୟ ଭୟରେ ଥରି ଉଠେ। ଯଦି ଜଣେ ଯୁବକ ସେହି…

ବିଶ୍ୱର ଏହି ଦେଶ ପାଖରେ ରହିଛି ସବୁଠୁ ଘାତକ ବାୟୁସେନା, ଜାଣନ୍ତୁ କେଉଁ ସ୍ଥାନରେ ରହିଛି ଭାରତ…

ବିଶ୍ୱରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯେପରିକି ୟୁକ୍ରେନ ସଙ୍କଟ ଏବଂ ମଧ୍ୟପ୍ରାଚ୍ୟର ପରିସ୍ଥିତି, ସାମରିକ ଖର୍ଚ୍ଚ ରେକର୍ଡ ସ୍ତରରେ ପହଞ୍ଚିବାରେ ଲାଗିଛି। ଷ୍ଟକହୋମ୍‌ ଇଣ୍ଟରନ୍ୟାଶନାଲ ପିସ୍‌ ରିସର୍ଚ୍ଚ…

ଜାଣନ୍ତି କି ପାଇପ୍‌ଲାଇନ୍‌ ଗ୍ୟାସ୍‌ କେଉଁଠାରୁ ଆସେ? କେମିତି ଆସି ସିଧାସଳଖ ପହଞ୍ଚୁଛି ରୋଷେଇ ଘରେ…

ନୂଆଦିଲ୍ଲୀ,୨୯ା୩: ଦେଶର ଲୋକମାନେ ବର୍ଦ୍ଧିତ ଗ୍ୟାସ୍‌ ଦର ଏବଂ ସିଲିଣ୍ଡର ପାଇଁ ହଇରାଣ ହରକତ ହେଉଥିବାରୁ ଏବେ PNG (ପାଇପ୍‌ ନାଚୁରାଲ୍‌ ଗ୍ୟାସ୍‌) ଆଡ଼କୁ ମୁହାଁଇଛନ୍ତି। ଆଜି…

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

ରୋଜଗାରର ପହିଲି ପୁଲକ ପାଇଥିଲି ବାପାଙ୍କ ଖୁସିରୁ: ନଳିନୀକାନ୍ତ ନାୟକ ନିଜ ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି …

ଦୀର୍ଘ ବର୍ଷର ବ୍ୟବଧାନ ପରେ ଯେତେବେଳେ ନିଜ ପ୍ରଥମ ରୋଜଗାର ବିଷୟରେ କିଛି ଲେଖିବାକୁ ଯାଉଛି, ମୁଁ ବେଶ୍‌ ଭାବପ୍ରବଣ ହୋଇ ପଡୁଛି। ମୋ ପିଲାଦିନ କଟିଗଲା…

ଘର-ଘର LPG ସିଲିଣ୍ଡର ପହଞ୍ଚାଉଥିବା ବ୍ୟକ୍ତି ମାସକୁ କରନ୍ତି ୭୦ହଜାର ଟଙ୍କା ଯାଏ ରୋଜଗାର! କମିଶନ ବିଷୟରେ ଜାଣିଲେ ହୋଇଯିବେ ତାଜୁବ

ଏଲପିଜି ସିଲିଣ୍ଡର ଡେଲିଭରି କରୁଥିବା ବ୍ୟକ୍ତି କେତେ ରୋଜଗାର କରନ୍ତି? ଏଠାରେ ସେମାନଙ୍କର କମିଶନ ଏବଂ ମାସିକ ଆୟର ସମ୍ପୂର୍ଣ୍ଣ ବିବରଣୀ ଦିଆଯାଇଛି। ସାମ୍ପ୍ରତିକ ଦିନଗୁଡ଼ିକରେ, ଏଲପିଜି…

ଯୁଦ୍ଧ ଭିତରେ ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ: ଭାରତ ଉପରେ ପଡିବ ସାଂଘାତିକ ପ୍ରଭାବ!

ବୁଲଗେରିଆର ରହସ୍ୟମୟୀ ବାବା ଭେଙ୍ଗାଙ୍କ (Baba Vanga) ୨୦୨୬ ପାଇଁ ଯେଉଁ ଭବିଷ୍ୟବାଣୀ ଏବେ ତାହା ସତ ହେବାରେ ଲାଗିଛି! ବିଶେଷ କରି ଆମେରିକା, ଇସ୍ରାଏଲ ଏବଂ…

ପ୍ରକୃତିର ଅଜବ କାରନାମା: ବିନା ବିଶ୍ରାମରେ ୧୧ ଦିନରେ ୧୩,୫୬୦ କିଲୋମିଟର ଉଡ଼ିଲା ଏହି ପକ୍ଷୀ

ନୂଆଦିଲ୍ଲୀ,୧୨ା୩: ଆପଣମାନେ ଅନେକ ଦୂରଗାମୀ ବିମାନ ଯାତ୍ରା ବିଷୟରେ ଶୁଣିଥିବେ, କିନ୍ତୁ ଆଜି ଆମେ ଆପଣଙ୍କୁ ଏମିତି ଏକ ପକ୍ଷୀ ବିଷୟରେ କହିବୁ ଯାହା କୌଣସି ସୁପରମ୍ୟାନ୍‌ଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri