ବାତ୍ୟା ବିପନ୍ନଙ୍କୁ ସମବେଦନା ଜଣାଇଲେ ବିଦେଶିନୀ

ଭୁବନେଶ୍ୱର, ୧୯ା୫(ବ୍ୟୁରୋ)- ବାତ୍ୟା ‘ଫନୀ’ ପରେ ଏବେ ଓଡ଼ିଶାକୁ ବିଭିନ୍ନ ଦେଶ ସହଯୋଗ ହାତ ବଢ଼ାଉଛନ୍ତି। ଏହି ଭୟଙ୍କର ବାତ୍ୟାରେ ବିପନ୍ନ ଓଡ଼ିଶାବାସୀଙ୍କୁ ବିଭିନ୍ନ ଆଡୁ ସମବେଦନା ମିଳିବାରେ ଲାଗିଛି। ଫ୍ରାନ୍ସର ଜଣେ ଯୁବତୀ ତଥା ଓଡ଼ିଶୀ ନୃତ୍ୟାଙ୍ଗନା ମହିନା ଖାନୁମ୍‌ ସୋସିଆଲ ମିଡିଆ ମାଧ୍ୟମରେ ଓଡ଼ିଶାବାସୀଙ୍କୁ ସମବେଦନା ଜଣାଇଛନ୍ତି। ମହିନା ଭୁବନେଶ୍ୱରସ୍ଥିତ ଓଡ଼ିଶୀ ଗବେଷଣା କେନ୍ଦ୍ରରେ ଓଡ଼ିଶୀ ନୃତ୍ୟଶିକ୍ଷା କରିଛନ୍ତି। ସେ ଇଲିଆନା ସିତାରିଷ୍ଟିଙ୍କ ଛାତ୍ରୀ। ପ୍ରତିଷ୍ଠିତ ଓଡ଼ିଶୀ ନୃତ୍ୟଗୁରୁ ଶାଶ୍ୱତ ଯୋଶୀଙ୍କ ଦ୍ୱାରା ଫ୍ରାନ୍ସରେ ପ୍ରତିଷ୍ଠିତ ନୃତ୍ୟ ଅନୁଷ୍ଠାନ ଲାସ୍ୟକଳାରେ ସମ୍ପ୍ରତି ସେ ଶିକ୍ଷାଲାଭ କରୁଥିବାବେଳେ ଓଡ଼ିଶା ଓ ଓଡ଼ିଶୀ ନୃତ୍ୟପ୍ରତି ତାଙ୍କର ସମ୍ପର୍କ ରହିଛି। ଏଣୁ ଓଡ଼ିଶାରେ ବାତ୍ୟା ‘ଫନୀ’ର ତାଣ୍ଡବ ତାଙ୍କୁ ବ୍ୟଥିତ କରିଛି। ସେ କହିଛନ୍ତି, ବାତ୍ୟାରେ ଓଡ଼ିଶାର ଅନେକ କ୍ଷୟକ୍ଷତି ହୋଇଛି। କିନ୍ତୁ ଓଡ଼ିଶାର ଗୌରବମୟ ଅତୀତ, କଳା ନୈପୁଣ୍ୟ ଓ ପ୍ରାକୃତିକ ଶୋଭାରାଶି ଅକ୍ଷୁର୍ଣ୍ଣ ରହିଛି। ଶୀଘ୍ର ଓଡ଼ିଶାବାସୀ ଏହି ପ୍ରାକୃତିକ ବିପର୍ଯ୍ୟୟଜନିତ ସମସ୍ୟାରୁ ମୁକୁଳି ଆସନ୍ତୁ। ଏଥିସହ ମହିନା ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ‘ବନ୍ଦେ ଉତ୍କଳ ଜନନୀ’ ନିଆରା ଢଙ୍ଗରେ ଉଚ୍ଚାରଣ କରି ଆକର୍ଷଣର କେନ୍ଦ୍ର ପାଲଟିଛନ୍ତି। ତାଙ୍କର ଏହି ଭିଡିଓକୁ ଓଡ଼ିଶା ପର୍ଯ୍ୟଟନ ବିଭାଗ ମଧ୍ୟ ସୋସିଆଲ ମିଡିଆରେ ପୋଷ୍ଟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍‌ଜା କଲା ବିଡିଏ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ…

୧୦ ଜିଲାରେ ହେବ ବମ୍ପର ନିଯୁକ୍ତି: ୨,୭୮୦ କୋଟିର ନିବେଶ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଓଡ଼ିଶାକୁ ବିକାଶର ଶୀର୍ଷରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଶିଳ୍ପ ଓ ପୁଞ୍ଜି ନିବେଶ ଉପରେ ଗୁରୁତ୍ୱ ଦିଆଯାଉଥିବାବେଳେ ଶୁକ୍ରବାର ୨,୭୮୦ କୋଟି ଟଙ୍କାର…

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

ମହିଳା ଉଦ୍ୟୋଗୀଙ୍କ ପାଇଁ ‘ଉଦ୍ୟମୀ ଶକ୍ତି’ ଜାତୀୟ ସେମିନାର

ଭୁବନେଶ୍ୱର, ୨୧।୮: ମହିଳା ଉଦ୍ୟୋଗୀଙ୍କୁ ବଜାର ସହ ଯୋଡ଼ିବା, ଡିଜିଟାଲ ପ୍ଲାଟଫର୍ମରେ ସୁଯୋଗ ସୃଷ୍ଟି କରିବା ଏବଂ ସରକାରୀ ଯୋଜନାର ଲାଭ ପହଞ୍ଚାଇବା ଲକ୍ଷ୍ୟରେ ‘ଉଦ୍ୟମୀ ଶକ୍ତି’…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ…

ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୧ା୮: ଓଡ଼ିଆ ସଙ୍ଗୀତ ଜଗତର ସୁନାମଧନ୍ୟ ତଥା ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶୁକ୍ରବାର ପୂର୍ବାହ୍ନରେ ପରଲୋକ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri