ବାତ୍ୟା ଭୟ ନାହିଁ

ଭୁବନେଶ୍ୱର,୮।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ସ୍ଥଳଭାଗ ଛୁଇଁବ ନାହିଁ। ଓଡ଼ିଶା କିମ୍ବା ଆନ୍ଧ୍ର ଉପକୂଳକୁ ଆସିବ ନାହିଁ। ସମୁଦ୍ରରେ ହିଁ ମିଳେଇ ଯିବ। ଦକ୍ଷିଣ ଆଣ୍ଡାମାନ ଓ ଏହାର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଶନିବାର ଅପରାହ୍ନ ସାଢ଼େ ୫ଟାରେ ଗଭୀର ଅବପାତ (ଡିପ୍‌ ଡିପ୍ରେସନ)ରେ ପରିଣତ ହୋଇଛି। ଏହା ଆହୁରି ଘନୀଭୂତ ହୋଇ ରବିବାର ପୂର୍ବାହ୍ନରେ ବାତ୍ୟା ସୁଦ୍ଧା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଭୀଷଣ ବାତ୍ୟାରେ ପରିଣତ ହେବ। ତାହା ଓଡ଼ିଶା ଆଡ଼କୁ ଆସୁଥିଲେ ମଧ୍ୟ ସମୁଦ୍ର ଭିତରେ ରହି ଗତିପଥ ପରିବର୍ତ୍ତନ କରିବ। ପରେ ଉତ୍ତର- ପଶ୍ଚିମ ବଙ୍ଗୋପସାଗର ମଧ୍ୟରେ ଗତି କରି ଧୀରେ ଧୀରେ ଦୁର୍ବଳ ହୋଇଯିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।
ଶନିବାର ରାତି ୧୦ଟାରେ ମିଳିଥିବା ସୂଚନା ଅନୁଯାୟୀ ଗଭୀର ଅବପାତ ବିଶାଖାପାଟଣାଠାରୁ ଦକ୍ଷିଣ-ପୂର୍ବ ଦିଗରେ ୧୧୪୦ କି.ମି. ଏବଂ ପୁରୀଠାରୁ ଦକ୍ଷିଣ- ଦକ୍ଷିଣ- ପୂର୍ବ ଦିଗରେ ୧୧୮୦ କିଲୋମିଟର ଦୂରରେ ରହିଛି। ଏହା ଘଣ୍ଟାପତି ୨୦ କିଲୋମିଟର ବେଗରେ ଗତି କରୁଛି। ଏହା ଗତିପଥ ପରିବର୍ତ୍ତନ କରି ଉତ୍ତର- ଉତ୍ତର- ପୂର୍ବ ଦିଗକୁ ଯିବ ଓ ପୁଣି ଉତ୍ତର- ପଶ୍ଚିମ ମୁହଁା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଅନୁୁମାନ କରାଯାଇଛି। ବାତ୍ୟାରେ ପରିଣତ ହେବା ପରେ ଏହାର ବେଗ ୯୦ରୁ ୧୦୦ କିଲୋମିଟର ରହିବ।୧୦ ତାରିଖ ବେଳକୁ ଏହା ଧୀରେ ଧୀରେ କମି ୭୫ରୁ ୮୦ କି.ମି. ରହିବା ନେଇ ଅନୁମାନ କରାଯାଇଛି। ତେବେ ସ୍ଥଳଭାଗ ନିକଟବର୍ତ୍ତୀ ହେବା ବେଳକୁ ଏହାର ବେଗ ୭୦ରୁ ୮୦ କି.ମି. ହେବ ବୋଲି ପାଣିପାଗ ପକ୍ଷରୁ କୁହାଯାଇଛି।
ବାତ୍ୟା ପ୍ରଭାବରେ ରାଜ୍ୟର ଉପକୂଳବର୍ତ୍ତୀ ଜିଲାର କେତେକ ସ୍ଥାନରେ ବର୍ଷା ହେବା ସମ୍ଭାବନା ରହିଛି। ୧୦ ତାରିଖରୁ ଗଞ୍ଜାମ, ଗଜପତି ଓ ପୁରୀ ଜିଲାର କେତେକ ସ୍ଥାନରେ ବର୍ଷା ହୋଇପାରେ। ୧୧ ତାରିଖରେ ଗଞ୍ଜାମ, ଖୋର୍ଦ୍ଧା, ଜଗତ୍‌ସିଂହପୁର, ପୁରୀ ଏବଂ କଟକ ଜିଲାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ବାତ୍ୟା ଯୋଗୁ ସମୁଦ୍ର ଅଶାନ୍ତ ରହିବ। ୯ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘଣ୍ଟା ପ୍ରତି ପବନର ବେଗ ୬୫ରୁ ୭୫ କି.ମି. ରହିବା ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୯ ଓ ୧୦ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ୧୧ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ସତର୍କ କରି ଦିଆଯାଇଛି। ଯେଉଁ ମତ୍ସ୍ୟଜୀବୀମାନେ ସମୁଦ୍ରରେ ରହିଛନ୍ତି ତୁରନ୍ତ କୂଳକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ବନ୍ଦରରେ ୧ ନମ୍ବର ବିପଦ ସଙ୍କେତ ଦିଆଯାଇଛି।
ସ୍ବତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆରସି) ପ୍ରଦୀପ ଜେନା କହିଛନ୍ତି ଯେ, ବାତ୍ୟା ସ୍ଥଳଭାଗ ଛୁଇଁବନି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲେ ମଧ୍ୟ ପ୍ରସ୍ତୁତି କମ୍‌ କରାଯାଇ ନାହିଁ। ପରିସ୍ଥିିତିକୁ ଦେଖି ନିଷ୍ପତ୍ତି ନେବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯିବା ସହ ୧୭୫ ଅଗ୍ନିଶମ ବାହିନୀ, ୨୦ ଓଡ୍ରାଫ୍‌ ଏବଂ ୧୭ ଏନ୍‌ଡିଆରଏଫ୍‌ ଟିମ୍‌କୁ ସଜାଗ ରଖାଯାଇଛି। ଆବଶ୍ୟକ ସ୍ଥଳେ ସେ ସବୁକୁ ମୁତୟନ କରାଯିବ।
ରାଜ୍ୟରେ ପାଗ ମେଘୁଆ ରହୁଥିବାରୁ ତାତି ଗତ କିଛିଦିନ ହେବ କମ୍‌ ରହିଛି। ୧୦ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ରହିଥିବା ବେଳେ ୩ଟି ସ୍ଥାନରେ ୪୧ ଡିଗ୍ରୀ ସେଲ୍‌ସିିୟସ ଉପରେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ମୁତାବକ ବଲାଙ୍ଗୀରରେ ସର୍ବୋଚ୍ଚ ତାପମାତ୍ରା ୪୧.୮ ଡିଗ୍ରୀ ସେଲ୍‌ସିୟସ ଥିବା ବେଳେ ନୂଆପଡ଼ା ୪୧.୫, ଝାରସୁଗୁଡ଼ା ୪୧.୪, ଟିଟିଲାଗଡ଼ ୪୧, ସମ୍ବଲପୁର ୪୦.୪, ସୁନ୍ଦରଗଡ଼ ୪୦.୫, ହୀରାକୁଦ ୪୦.୨, ଭବାନୀପାଟଣା ୪୦.୨, ସୋନପୁର ୪୦.୮ ଏବଂ ବୌଦ୍ଧରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୨ା୪: ଗଞ୍ଜାମ ଜିଲା ଦିଗପହଣ୍ଡି ବିଧାନସଭା ଆସନରୁ ପ୍ରାର୍ଥୀ ଘୋଷଣା କରିବାର ୧୧ ଦିନ ପରେ ପ୍ରାର୍ଥୀ ବଦଳାଇଛି କଂଗ୍ରେସ। ଶ୍ରୀଧର ଦେବଙ୍କ ସ୍ଥାନରେ ସାକା...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri