ବାତ୍ୟା ମୁକାବିଲା ପାଇଁ ତତ୍ପରତା: ସ୍ବତନ୍ତ୍ର ସେଲ୍‌ ଖୋଲିଲା ପୂର୍ବତଟ ରେଳପଥ

ଭୁବନେଶ୍ୱର,୧୯ା୫(ବ୍ୟୁରୋ): ବାତ୍ୟା ‘ଅମ୍ଫନ’ର ମୁକାବିଲା ପାଇଁ ପ୍ରସ୍ତୁତ ରହିଛି ପୂର୍ବତଟ ରେଳପଥ। ଫାଇଲିନ୍‌, ହୁଡ୍‌ହୁଡ୍‌, ତିତ୍‌ଲି ଓ ଫନୀ ବାତ୍ୟାରେ ରେଳପଥର ବିପୁଳ ସମ୍ପତ୍ତି ନ ହୋଇଥିଲା। ଏହାର ପୁନରାବୃତ୍ତି ନ ହେବା ପାଇଁ ରେଳପଥ ପକ୍ଷରୁ ବ୍ୟାପକ ପଦକ୍ଷେପ ହାତକୁ ନିଆଯାଇଛି। ବିଶେଷକରି ବାତ୍ୟା ପରେ ତୁରନ୍ତ ପୁନରୁଦ୍ଧାର କାର୍ଯ୍ୟ କରାଯାଇ ରେଳ ଚଳାଚଳ ସ୍ବାଭାବିକ କରାଯିବା ଉପରେ ଗୁରୁତ୍ୱ ଦିଆଯାଇଛି। ପୂର୍ବତଟ ରେଳପଥ ମୁଖ୍ୟାଳୟ ଭୁବନେଶ୍ୱରସ୍ଥିତ ରେଳ ସଦନ ସହ ବିଶାଖାପାଟଣା, ଖୋର୍ଦ୍ଧାରୋଡ୍‌ ଏବଂ ସମ୍ବଲପୁରରେ ଥିବା ଡିଭିଜିନାଲ ହେଡ୍‌କ୍ୱାର୍ଟରରେ ୨୪ ଘଣ୍ଟିଆ ସ୍ବତନ୍ତ୍ର ଡିଜାଷ୍ଟର୍‌ ମ୍ୟାନେଜମେଣ୍ଟ ସେଲ୍‌ ଖୋଲାଯାଇଛି। ଟ୍ରାକ୍‌ ଓ ସିଗ୍‌ନାଲ ମରାମତି, ବିଦ୍ୟୁତ୍‌ ବ୍ୟବସ୍ଥାର ଯାଞ୍ଚ ପାଇଁ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଛି। ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ ହେଲେ ଆବଶ୍ୟକସ୍ଥଳେ ଡିଜେଲ୍‌ ଇଞ୍ଜିନ୍‌ ଚଳାଇବାକୁ ବ୍ୟବସ୍ଥା କରାଯାଇଛି। ଉପକୂଳ ଓଡ଼ିଶାକୁ ରେଡ୍‌ ଆଲର୍ଟ ଦିଆଯାଇଥିବାରୁ ଭୁବନେଶ୍ୱର ଓ ଭଦ୍ରକ ମଧ୍ୟରେ ଥିବା ସମସ୍ତ ଷ୍ଟେଶନ ଉପରେ ନଜର ରଖାଯାଇଛି। ସେହିଭଳି ବାତ୍ୟା ପରବର୍ତ୍ତୀ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରିବାକୁ ପୂର୍ବତଟ ରେଳପଥ ଜିଏମ୍‌ ସମସ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିଲାଗି ରାଜ୍ୟ ସରକାରଙ୍କ ସହ କ୍ରମାଗତ ଆଲୋଚନା ଜାରି ରହିଥିବା କୁହାଯାଇଛି। ଟ୍ରାକ୍‌ ଓ ଟ୍ରେନ୍‌ର ସୁରକ୍ଷାକୁ ଦୃଷ୍ଟିରେ ରଖି ବ୍ରିଜ୍‌ଗୁଡ଼ିକରେ ବିପଦ ସ୍ତର ମାର୍କିଂ କରାଯାଇଛି। ଟ୍ରାକ୍‌ ମରାମତି ପାଇଁ ଇଞ୍ଜିନିୟରିଂ ରିଲିଫ୍‌ ଭ୍ୟାନ୍‌ ଏବଂ ସମସ୍ତ ପ୍ରକାର ଉପକରଣ ଗଚ୍ଛିତ ରଖାଯାଇଛି ବୋଲି ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି।

ଟ୍ରେନ୍‌ ବାତିଲ, ରୁଟ୍‌ ପରିବର୍ତ୍ତନ

ଅନ୍ୟପକ୍ଷରେ କୋଭିଡ୍‌-୧୯ ପାଇଁ ସମସ୍ତ ଯାତ୍ରୀବାହୀ ଟ୍ରେନ୍‌ ସେବାକୁ ବାତିଲ କରାଯାଇଥିବାବେଳେ ଗୃହ ମନ୍ତ୍ରଣାଳୟର ନିର୍ଦ୍ଦେଶ ମୁତାବକ ଏବେ କେବଳ ଶ୍ରମିକ ସ୍ବତନ୍ତ୍ର ଟ୍ରେନ୍‌, ସ୍ବତନ୍ତ୍ର ଏସି ଟ୍ରେନ୍‌ ଏବଂ ପାର୍ସଲ ଏକ୍ସପ୍ରେସ୍‌ଗୁଡ଼ିକ ଚଳାଚଳ କରୁଛି। ହେଲେ ସମ୍ଭାବ୍ୟ ବାତ୍ୟା ‘ଅମ୍ଫନ’କୁ ଦୃଷ୍ଟିରେ ରଖି ଭୁବନେଶ୍ୱର-ଖଡ଼ଗପୁର ମଧ୍ୟରେ ଚଳାଚଳ କରିବାକୁ ସମସ୍ତ ଟ୍ରେନ୍‌କୁ ବାତିଲ କରିଦିଆଯାଇଛି। ଆଗାମୀ ୪ଦିନ ପାଇଁ ଏହି ରୁଟ୍‌ ବନ୍ଦ ରହୁଥିବାରୁ ଭୁବନେଶ୍ୱର-ନୂଆଦିଲ୍ଲୀ-ଭୁବନେଶ୍ୱର ସ୍ବତନ୍ତ୍ର ଏସି ଟ୍ରେନ୍‌ର ରୁଟ୍‌ ପରିବର୍ତ୍ତନ କରାଯାଇଛି। ଭଦ୍ରକ-ଖଡ଼ଗପୁର ଦେଇ ଚାଲିବାକୁ ଥିବା ସମସ୍ତ ଶ୍ରମିକ ସ୍ବତନ୍ତ୍ର ଟ୍ରେନ୍‌କୁ ବାତିଲ କରାଯାଇଛି। ପାର୍ସଲ ଟ୍ରେନ୍‌ଗୁଡ଼ିକୁ ସମ୍ବଲପୁର-ଝାରସୁଗୁଡ଼ା ଦେଇ ଚଳାଚଳ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri