Posted inଭଦ୍ରକ

ବାତ୍ୟା ମୁକାବିଲା ଲାଗି ପ୍ରସ୍ତୁତି: ପହଞ୍ଚିଲେ ଏନ୍‌ଡିଆର୍‌ଏଫ୍‌ ଟିମ୍‌

ଭଦ୍ରକ ଅଫିସ, ୯।୧୧- ସମ୍ଭାବ୍ୟ ବାତ୍ୟା ‘ବୁଲ୍‌ବୁଲ୍‌’ର ମୁକାବିଲା ଲାଗି ଭଦ୍ରକ ଜିଲା ପ୍ରଶାସନ ସଜାଗ ଥିଲେ ମଧ୍ୟ ସମୂଦ୍ର କୂଳିଆ ଲୋକେ ନାନା ଆଶା ଆଶଙ୍କାରେ ସମୟ ବିତାଉଛନ୍ତି। ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ବ୍ଲକ ପ୍ରଶାସନ ମାଧ୍ୟମରେ ଡାକବାଜି ଯନ୍ତ୍ର ଯୋଗେ ପ୍ରଚାର କରାଯାଇ ଲୋକଙ୍କୁ ସଜାଗ କରାଯାଇଛି। କଚ୍ଚାଘରେ ରହୁଥିବା ଲୋକଙ୍କୁ ସୁରକ୍ଷିତ ବାତ୍ୟାଶ୍ରୟ ସ୍ଥଳୀ କିମ୍ବା ଗୋଷ୍ଠୀ ରହଣୀ କେନ୍ଦ୍ରକୁ ସ୍ଥାନାନ୍ତର କରିବା ପାଇଁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ଆବଶ୍ୟକ ପଡ଼ିଲେ ସେମାନଙ୍କୁ ବାତ୍ୟାଶ୍ରୟ ସ୍ଥଳୀକୁ ଅଣାଯିବ। ତେବେ ଆଗୁଆ ଗର୍ଭବତୀ ମହିଳାଙ୍କୁ ନିକଟସ୍ଥ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଇବା ବ୍ୟବସ୍ଥା କରାଯାଇଛି। ଏଥିସହ ପ୍ରତି ପଞ୍ଚାୟତରେ ଚୁଡା, ଗୁଡ଼ ଓ ପିଇବା ପାଣି ପ୍ୟାକେଟ୍‌ ମହଜୁଦ ରଖିବା ପାଇଁ ନିର୍ଦ୍ଦେଶନାମା ଜାରି କରାଯାଇଛି। ସମସ୍ତ ବ୍ଲକ ମୁଖ୍ୟାଳୟ ଓ ସମୁଦ୍ର କୂଳିଆ ବାତ୍ୟାଆଶ୍ରୟ ସ୍ଥଳୀରେ ତହସିଲଦାର, ବିଡିଓ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଉପକୂଳବର୍ତ୍ତୀ ଚାନ୍ଦବାଲି ଓ ବାସୁଦେବପୁର ଅଞ୍ଚଳରେ ଥିବା ୬୪ଟି ବାତ୍ୟାଶ୍ରୟ ସ୍ଥଳୀକୁ ଖୋଲାଯାଇଛି। ଧାମରା ବନ୍ଦର ଓ ଏହା ଆଖପାଖ ଅଞ୍ଚଳରେ ୩ ନମ୍ବର ବିପଦସଙ୍କେତ ଘୋଷଣା କରାଯାଇ ମତ୍ସ୍ୟଜୀବୀଙ୍କୁ ଆଗାମୀ ୩ ଦିନ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ୨ଟି ଏନ୍‌ଡିଆର୍‌ଏଫ୍‌ ଟିମ୍‌ ଆସି ବାସୁଦେବପୁର ଓ ଭଦ୍ରକ ଉପକଣ୍ଠ ଗେଲପୁର ସ୍କୁଲରେ ଡେରା ପକାଇ ରହିଛନ୍ତି।
ଭଦ୍ରକ ବିଦ୍ୟୁତ୍‌ ମଣ୍ଡଳ ପକ୍ଷରୁ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ ଖୋଲାଯାଇଛି। ଭଦ୍ରକ ଉତ୍ତର ବିଦ୍ୟୁତ୍‌ ଖଣ୍ଡ ପାଇଁ ଟୋଲ ଫ୍ରିି ନମ୍ବର ଭାବେ ୯୪୩୮୯୦୬୦ ୩୩ ଓ ଭଦ୍ରକ ଦକ୍ଷିଣ ବିଦ୍ୟୁତ୍‌ ଖଣ୍ଡ ପାଇଁ ୯୪୩୮ ୯୦୬୧୦୪ ଜାରି କରାଯାଇଛି। ସେହିଭଳି ଜିଲା ପ୍ରଶାସନ ପକ୍ଷରୁ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ଖୋଲାଯାଇଛି। ଲଗାଣ ବର୍ଷା ଓ ଆକସ୍ମିକ ଅଘଟଣ, ବାତ୍ୟା ଆଶଙ୍କାକୁ ଆଖି ଆଗରେ ରଖି ଜିଲା ଜରୁରୀକାଳୀନ ବିଭାଗ ପକ୍ଷରୁ ୦୬୭୮୪ ୨୫୧ ୮୮୧ ନମ୍ବର ଜାରି କରାଯାଇଛି। ସମ୍ଭାବ୍ୟ ବାତ୍ୟାର ମୁକାବିଲା କରିବା ସକାଶେ ଡେପୁଟି ଫାୟାର ଅଫିସର୍‌ ଅରୁଣ ଷଡ଼ଙ୍ଗୀଙ୍କ ନେତୃତ୍ୱରେ ସହକାରୀ ଅଗ୍ନିଶମ ଅଧିକାରୀ ରମେଶ ଚନ୍ଦ୍ର ବେହେରାଙ୍କ ଦ୍ୱାରା ଜିଲାରେ ୧୨ଟି ସ୍ବତନ୍ତ୍ର ଟିମ୍‌ ଏଥିପାଇଁ ସଜାଗ ରହିଛନ୍ତି। ମୋଟରବୋଟ୍‌, ଆସ୍କାଲାଇଟ, କଟର୍‌ ମେଶିନ, ପୋର୍ଟେବୁଲ୍‌ ପମ୍ପ, ଅକ୍ସିଜେନ୍‌ ସିଲିଣ୍ଡର ସମେତ ଅନ୍ୟାନ୍ୟ ଜରୁରୀକାଳୀନ ଯନ୍ତ୍ରାଂଶ ପ୍ରସ୍ତୁତ ରଖାଯାଇଛି। ଶୁକ୍ରବାର ଏସବୁ ଯନ୍ତ୍ରାଂଶର ପରୀକ୍ଷା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପୁନରୁଦ୍ଧାର ଅପେକ୍ଷାରେ କୁଣ୍ଡିନଈ

ତିହିଡ଼ି,୨୧।୪(ସଞ୍ଜିତ ବଳ)ଦିନ ଥିଲା କୁଣ୍ଡିନଈ ପାଇଁ ୯ ପଞ୍ଚାୟତ ଶସ୍ୟଶ୍ୟାମଳା ହେଉଥିଲା। ପାର୍ଶ୍ୱବର୍ତ୍ତୀ ଗଁାର ଲୋକଙ୍କ ଜୀବନ ଜୀବିକା ସହ ଯୋଡ଼ି ହୋଇଥିଲା ଏହି ନଦୀ।...

ଭଣ୍ଡାରିପୋଖରୀରେ ନୂଆ-ପୁରୁଣା

ବନ୍ତ,୧୭।୪ (ହରିନାରାୟଣ ମହାନ୍ତି):ସାଧାରଣ ନିର୍ବାଚନରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରରେ ଏଥର ହେବ ନୂଆ-ପୁରୁଣା ଲଢ଼େଇ। ବିଜେଡି ପକ୍ଷରୁ ଭଦ୍ରକ ବିଧାୟକ ସଞ୍ଜୀବ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri