Posted inଭଦ୍ରକ

ବାତ୍ୟା ମୁକାବିଲା ଲାଗି ପ୍ରସ୍ତୁତି: ପହଞ୍ଚିଲେ ଏନ୍‌ଡିଆର୍‌ଏଫ୍‌ ଟିମ୍‌

ଭଦ୍ରକ ଅଫିସ, ୯।୧୧- ସମ୍ଭାବ୍ୟ ବାତ୍ୟା ‘ବୁଲ୍‌ବୁଲ୍‌’ର ମୁକାବିଲା ଲାଗି ଭଦ୍ରକ ଜିଲା ପ୍ରଶାସନ ସଜାଗ ଥିଲେ ମଧ୍ୟ ସମୂଦ୍ର କୂଳିଆ ଲୋକେ ନାନା ଆଶା ଆଶଙ୍କାରେ ସମୟ ବିତାଉଛନ୍ତି। ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ବ୍ଲକ ପ୍ରଶାସନ ମାଧ୍ୟମରେ ଡାକବାଜି ଯନ୍ତ୍ର ଯୋଗେ ପ୍ରଚାର କରାଯାଇ ଲୋକଙ୍କୁ ସଜାଗ କରାଯାଇଛି। କଚ୍ଚାଘରେ ରହୁଥିବା ଲୋକଙ୍କୁ ସୁରକ୍ଷିତ ବାତ୍ୟାଶ୍ରୟ ସ୍ଥଳୀ କିମ୍ବା ଗୋଷ୍ଠୀ ରହଣୀ କେନ୍ଦ୍ରକୁ ସ୍ଥାନାନ୍ତର କରିବା ପାଇଁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ଆବଶ୍ୟକ ପଡ଼ିଲେ ସେମାନଙ୍କୁ ବାତ୍ୟାଶ୍ରୟ ସ୍ଥଳୀକୁ ଅଣାଯିବ। ତେବେ ଆଗୁଆ ଗର୍ଭବତୀ ମହିଳାଙ୍କୁ ନିକଟସ୍ଥ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଇବା ବ୍ୟବସ୍ଥା କରାଯାଇଛି। ଏଥିସହ ପ୍ରତି ପଞ୍ଚାୟତରେ ଚୁଡା, ଗୁଡ଼ ଓ ପିଇବା ପାଣି ପ୍ୟାକେଟ୍‌ ମହଜୁଦ ରଖିବା ପାଇଁ ନିର୍ଦ୍ଦେଶନାମା ଜାରି କରାଯାଇଛି। ସମସ୍ତ ବ୍ଲକ ମୁଖ୍ୟାଳୟ ଓ ସମୁଦ୍ର କୂଳିଆ ବାତ୍ୟାଆଶ୍ରୟ ସ୍ଥଳୀରେ ତହସିଲଦାର, ବିଡିଓ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଉପକୂଳବର୍ତ୍ତୀ ଚାନ୍ଦବାଲି ଓ ବାସୁଦେବପୁର ଅଞ୍ଚଳରେ ଥିବା ୬୪ଟି ବାତ୍ୟାଶ୍ରୟ ସ୍ଥଳୀକୁ ଖୋଲାଯାଇଛି। ଧାମରା ବନ୍ଦର ଓ ଏହା ଆଖପାଖ ଅଞ୍ଚଳରେ ୩ ନମ୍ବର ବିପଦସଙ୍କେତ ଘୋଷଣା କରାଯାଇ ମତ୍ସ୍ୟଜୀବୀଙ୍କୁ ଆଗାମୀ ୩ ଦିନ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ୨ଟି ଏନ୍‌ଡିଆର୍‌ଏଫ୍‌ ଟିମ୍‌ ଆସି ବାସୁଦେବପୁର ଓ ଭଦ୍ରକ ଉପକଣ୍ଠ ଗେଲପୁର ସ୍କୁଲରେ ଡେରା ପକାଇ ରହିଛନ୍ତି।
ଭଦ୍ରକ ବିଦ୍ୟୁତ୍‌ ମଣ୍ଡଳ ପକ୍ଷରୁ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ ଖୋଲାଯାଇଛି। ଭଦ୍ରକ ଉତ୍ତର ବିଦ୍ୟୁତ୍‌ ଖଣ୍ଡ ପାଇଁ ଟୋଲ ଫ୍ରିି ନମ୍ବର ଭାବେ ୯୪୩୮୯୦୬୦ ୩୩ ଓ ଭଦ୍ରକ ଦକ୍ଷିଣ ବିଦ୍ୟୁତ୍‌ ଖଣ୍ଡ ପାଇଁ ୯୪୩୮ ୯୦୬୧୦୪ ଜାରି କରାଯାଇଛି। ସେହିଭଳି ଜିଲା ପ୍ରଶାସନ ପକ୍ଷରୁ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ଖୋଲାଯାଇଛି। ଲଗାଣ ବର୍ଷା ଓ ଆକସ୍ମିକ ଅଘଟଣ, ବାତ୍ୟା ଆଶଙ୍କାକୁ ଆଖି ଆଗରେ ରଖି ଜିଲା ଜରୁରୀକାଳୀନ ବିଭାଗ ପକ୍ଷରୁ ୦୬୭୮୪ ୨୫୧ ୮୮୧ ନମ୍ବର ଜାରି କରାଯାଇଛି। ସମ୍ଭାବ୍ୟ ବାତ୍ୟାର ମୁକାବିଲା କରିବା ସକାଶେ ଡେପୁଟି ଫାୟାର ଅଫିସର୍‌ ଅରୁଣ ଷଡ଼ଙ୍ଗୀଙ୍କ ନେତୃତ୍ୱରେ ସହକାରୀ ଅଗ୍ନିଶମ ଅଧିକାରୀ ରମେଶ ଚନ୍ଦ୍ର ବେହେରାଙ୍କ ଦ୍ୱାରା ଜିଲାରେ ୧୨ଟି ସ୍ବତନ୍ତ୍ର ଟିମ୍‌ ଏଥିପାଇଁ ସଜାଗ ରହିଛନ୍ତି। ମୋଟରବୋଟ୍‌, ଆସ୍କାଲାଇଟ, କଟର୍‌ ମେଶିନ, ପୋର୍ଟେବୁଲ୍‌ ପମ୍ପ, ଅକ୍ସିଜେନ୍‌ ସିଲିଣ୍ଡର ସମେତ ଅନ୍ୟାନ୍ୟ ଜରୁରୀକାଳୀନ ଯନ୍ତ୍ରାଂଶ ପ୍ରସ୍ତୁତ ରଖାଯାଇଛି। ଶୁକ୍ରବାର ଏସବୁ ଯନ୍ତ୍ରାଂଶର ପରୀକ୍ଷା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri