Posted inରାଜ୍ୟ

ବାତ୍ୟା: ୧୮ରୁ ଉପକୂଳରେ ବର୍ଷା,ପବନ; ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର, ୧୪ା୫(ବ୍ୟୁରୋ)- ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇଛି। ଏହା ଆହୁରି ଘନୀଭୂତ ହୋଇ ୧୬ ତାରିଖ ସନ୍ଧ୍ୟା ସୁଦ୍ଧା ସାମୁଦ୍ରିକ ଝଡ଼ରେ ପରିଣତ ହେବ । ସମୁଦ୍ର ମଧ୍ୟରେ ଅଧିକ ସମୟ ରହୁଥିବାରୁ ବାତ୍ୟା ଆହୁରି ଅଧିକ ବଳ ଗୋଟାଇ ଶକ୍ତିଶାଳୀ ହେବାର ସମ୍ଭାବନା ରହିଛି । ପ୍ରଥମେ ଏହା ପଶ୍ଚିମ ଉତ୍ତର-ଉତ୍ତର- ପଶ୍ଚିମ ଦିଗ ଦେଇ ଗତି କରିବ। ଏହା ପରେ ଦିଗ ବଦଳାଇ ଉତ୍ତର-ଉତ୍ତର ପୂର୍ବ ଦିଗକୁ ଗତି କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୧୮ ତାରିଖ ମଧ୍ୟାହ୍ନରୁ ପୁରୀ, ଗଞ୍ଜାମ, ଗଜପତି, ଜଗତ୍‌ସିଂହପୁର ଏବଂ କେନ୍ଦ୍ରାପଡ଼ା ଜିଲାରେ ବର୍ଷା ଆରମ୍ଭ ହେବ। ମେ ୧୯ ତାରିଖରେ ଉପକୂଳବର୍ତ୍ତୀ ଜିଲାଗୁଡିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ଉପକୂଳରେ ଘଣ୍ଟାକୁ ୭୦ରୁ ୮୦ କି.ମି. ବେଗରେ ପବନ ବହିବ। ତେବେ ୧୫ ତାରିଖରୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଘଣ୍ଟାକୁ ୪୫ରୁ ୫୫ କି.ମି. ବେଗରେ ପବନ ବହିବ। ସେହିପରି ୧୬ ତାରିଖରୁ ପବନର ବେଗ ୫୫ରୁ ୬୮ ଏବଂ ବେଳେ ବେଳେ ୭୫ କି.ମି. ବେଗରେ ବହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ୧୭ ଓ ୧୮ ତାରିଖରେ ପବନ ୭୦ରୁ ୮୦ ଓ ବେଳେ ବେଳେ ୯୦ କି.ମି. ବେଗରେ ବହିବ । ଶୁକ୍ରବାର ଠାରୁ ମତ୍ସ୍ୟଜୀବୀମାନେ ଗଭୀର ସମୁଦ୍ରକୁ ନ ଯିବା ଲାଗି ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ଯେଉଁ ମତ୍ସ୍ୟଜୀବୀମାନେ ସମୁଦ୍ରକୁ ଯାଇଛନ୍ତି ସେମାନେ ତୁରନ୍ତ ଫେରି ଆସିବାକୁ କୁହାଯାଇଛି।
ତେବେ ଓଡ଼ିଶା ଉପରେ କି ପ୍ରଭାବ ପଡ଼ିବ ସେ ନେଇ ପାଣିପାଗ ବିଭାଗ ଏ ପର୍ଯ୍ୟନ୍ତ ସ୍ପଷ୍ଟ କରି ନାହିଁ। କେତେକ ପାଣିପାଗ ମଡେଲ ବାତ୍ୟା ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ଦେଇ ଅତିକ୍ରମ କରିବ ବୋଲି ଆକଳନ କରୁଥିବା ବେଳେ ଆଉ କେତେକ ମଡେଲ ବାତ୍ୟା ପଶ୍ଚିମବଙ୍ଗ ଓ ବାଂଲାଦେଶ ଦେଇ ସ୍ଥଳ ଭାଗ ଅତିକ୍ରମ କରିବ ବୋଲି କୁହାଯାଉଛି। ତେବେ ଆସନ୍ତା ଦିନେ ଦୁଇ ଦିନ ମଧ୍ୟରେ ବାତ୍ୟାର ରୂପରେଖ ଓ ଗତି ବିଷୟରେ ସ୍ପଷ୍ଟ ସୂଚନା ମିଳିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।
ବାତ୍ୟା ଦାନ ବାନ୍ଧୁଥିବାରୁ ରାଜ୍ୟରେ ତାତି ବଢିଛି। ରାଜ୍ୟର ୭ଟି ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲ୍‌ସିୟସ ଉପରକୁ ଉଠିଯାଇଛି। ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଟିଟିଲାଗଡ଼ରେ ସର୍ବାଧିକ ତାପମାତ୍ରା ୪୧.୨ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ତାଳଚେର ୪୨.୧, ସମ୍ବଲପୁର ୪୦.୫, ଭବାନୀପାଟଣା ୪୦.୭, ବଲାଙ୍ଗୀର ୪୦.୫, ମାଲକାନଗିରି ୪୧, ପାରଳାଖେମୁଣ୍ଡି ୪୦.୭, ଅନୁଗୋଳ ୩୯.୭, ଝାରସୁଗୁଡା ୩୯.୨, ହୀରାକୁଦ ୩୯.୮ ଏବଂ ବୌଦ୍ଧରେ ସର୍ବୋଚ୍ଚ ତାପମାତ୍ରା ୩୯.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର ଅଳ୍ପ କେତେକ ସ୍ଥାନରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri