ବାଥ୍‌ରୁମ୍‌ ବାହାରେ ବାଇଓମେଟ୍ରିକ ମେଶିନ ଲଗାଇବେ ପାକିସ୍ତାନ ସରକାର

ଇସଲାମାବାଦ,୧୯।୭: ଇମ୍ରାନ ଖାଁଙ୍କ ପାକିସ୍ତାନ ତେହେରିକ-ଇ-ଇନସାଫ(ପିଟିଆଇ) ସରକାର ଏବେ ବାଥ୍‌ରୁମ୍‌ ବାହାରେ ବାଇଓମେଟ୍ରିକ୍‌ ମେଶିନ ଲାଗାଇବାର ବ୍ୟବସ୍ଥା କରିଛନ୍ତି। ଉଦ୍ଦ୍ୟୋଗ ଓ ଉତ୍ପାଦନ ମନ୍ତ୍ରଣାଳୟରେ ଥିବା ବାଥରୁମ୍‌ ଗୁଡିକ ଯାହା ଟପ୍‌ ର଼୍ୟାଙ୍କର ଅଧିକାରୀଙ୍କଦ୍ୱାରା ବ୍ୟବହାର କରାଯାଉଛି ସେଥିରେ ହିଁ ବାଇଓମେଟ୍ରିକ ମେଶିନ ଲଗାଯିବ ବୋଲି ସୂଚନା ମିଳିଛି। ଆଡିଶନାଲ ସେକ୍ରେଟାରୀ ଓ ତା’ଠାରୁ ଉପରେ ଥିବା ଅଧିକାରୀ ବା ସମାନ ପୋଜିଶନରେ ଥିବା ଅଧିକାରୀମାନେ ଅର୍ଥାତ୍‌ ଭିଭିଆଇପି ବ୍ୟବହାର କରୁଥିବା ବାଥ୍‌ରୁମ୍‌ରେ ଏହି ବାଇଓମେଟ୍ରିକ ମେଶିନ ଲଗାଯିବ। ଉଦ୍ଦ୍ୟୋଗ ଓ ଉତ୍ପାଦନ ମନ୍ତ୍ରଣାଳୟର ବୈଠକରେ ଯୋଗ ଦେବାକୁ ଆସୁଥିବା ଅଧିକାରୀମାନେ ମଧ୍ୟ ଏହାକୁ ବ୍ୟବହାର କରିପାରିବେ। ପିଟିଆଇ ସରକାର ଭିଆଇପି ସଂସ୍କୃତିକୁ ସମାପ୍ତ କରିବାକୁ ଏଭଳି କରିଥିବା କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯…

ନାନା ସମସ୍ୟା ଦେଇ ଗତି କରୁଛି ବଳରାମପୁର ଗାଁ, ଅଭିଯୋଗ କରି ଗ୍ରାମବାସୀ…

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ପଞ୍ଚାୟତ ବଳରାମପୁର ଗ୍ରାମ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ରାସ୍ତାଘାଟଠାରୁ ଆରମ୍ଭ କରି ବହୁ କ୍ଷେତ୍ରରେ ଅବହେଳିତ ହୋଇରହିଛି।…

କରଡ଼ା ଘାଟିରେ ଦୁର୍ଘଟଣା: ନିୟନ୍ତ୍ରଣ ହରାଇ ୫୦ ଫୁଟ ଗାତକୁ ଖସିଲା ଟ୍ରକ

ରାଇକିଆ,୧୯।୨(ପ୍ରଦୀପ ବେହେରା)- କନ୍ଧମାଳ ଜିଲା ରାଇକିଆ ବ୍ଳକର କରଡ଼ା ଘାଟିଠାରେ ନିୟନ୍ତ୍ରଣ ହରାଇ ଏକ ମହୁଲ ବୋଝେଇ ଟ୍ରକ ଘାଟିର ୫୦ ଫୁଟ ଘାଟି ତଳକୁ ଖସିଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri