ବାଦପଲ୍ଲୀ ସେବାଶ୍ରମ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ୪୬ ସୁରଟ ଫେରନ୍ତା: ସମସ୍ତେ ସୁସ୍ଥ, ଆସନ୍ତା ୨୫ରେ ଘରକୁ ଫେରିବେ

ଗଞ୍ଜାମ,୧୧ା୫(ଡି.ଏନ୍‌.ଏ.) : ଗଞ୍ଜାମ ଜିଲାରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ଦିନକୁ ଦିନ ଦ୍ରୁତଗତିରେ ବଢ଼ିଚାଲିଛି। ବିଶେଷକରି ସୁରଟରୁ ପ୍ରବାସୀ ଓଡ଼ିଆମାନେ ଫେରିବା ପରେ ଏହି ସମସ୍ୟା ଦେଖାଦେଇଛି। ଏହି ଜିଲା ବାଦପଲ୍ଲୀ ସେବାଶ୍ରମ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଗତ ୪ ତାରିଖରେ ୪୬ ଜଣ ସୁରଟ ଫେରନ୍ତା ଭର୍ତ୍ତି ହୋଇଥଲେ l ସେଠାରେ ସେମାନେ ସମସ୍ତେ ସୁସ୍ଥ ଅଛନ୍ତି ବୋଲି ଦାୟିତ୍ୱରେ ଥିବା ଶିକ୍ଷକ ପ୍ରଶାନ୍ତ କୁମାର ପାତ୍ର ସୂଚନା ଦେଇଛନ୍ତି l ଆସନ୍ତା ୨୫ରେ ସେମାନଙ୍କ ୨୧ ଦିନିଆ କାରାଣ୍ଟାଇନ୍‌ ଅବଧି ସରିବା ପରେ ସମସ୍ତେ ନିଜ ନିଜ ଘରକୁ ଫେରିବେ ବୋଲି ସେ କହିଛନ୍ତି l ଏଥି ସହିତ ସେବାଶ୍ରମ ପରିବେଶକୁ ସୁରଟ ଫେରନ୍ତାମାନେ ଦୈନନ୍ଦିନ ସଫେଇ କରୁଛନ୍ତି। ସରକାରଙ୍କ ଗାଇଡ୍‌ଲାଇନ ଅନୁସାରେ ସମସ୍ତଙ୍କୁ ସୁବିଧା ଯୋଗାଇ ଦିଆଯାଉଛି ବୋଲି ନୋଡାଲ ଅଫିସର ରମାକାନ୍ତ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

ନିର୍ମାଣର ବର୍ଷକ ମଧ୍ୟରେ ରାସ୍ତା ଦବିଲା

ଡେରାବିଶ,୨୩ା୪ (ବେବର୍ତ୍ତା ଅଜୟ ଦାସ):କେନ୍ଦ୍ରାପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଡେରାବିଶ ଅଞ୍ଚଳର ମୁଖ୍ୟ ରାସ୍ତା କୁହାଯାଉଥିବା ୫୩ ନଂ. ଜାତୀୟ ରାଜପଥର ପଞ୍ଚୁପାଣ୍ଡବ ଛକ...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୨୩ା୪ (କଳ୍ପତରୁ ନାୟକ):ସରକାରୀ ଅନୁଦାନରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପଞ୍ଚାୟତ ସମିତିରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଆସୁଛି। ମାତ୍ର...

ପୋଲ ନିର୍ମାଣରେ ୧୧ କେଭି ବିଦ୍ୟୁତ୍‌ ଖୁଣ୍ଟ ବାଧକ

କୁଜଙ୍ଗ,୨୩।୪(ମନୋଜ ପ୍ରଧାନ):କୁଜଙ୍ଗ ବ୍ଲକ ବାଲିଆ ପଞ୍ଚାୟତ ଅନ୍ତର୍ଗତ ବଡ଼ଙ୍ଗ ଗ୍ରାମକୁ ସଂଯୋଗ କରୁଥିବା ତତ୍କାଳୀନ ଲୁଣା ନଦୀ ଉପରେ ଥିବା ଏକ ଅଣଓସାରିଆ ପୋଲକୁ ଓସାରିଆ...

ପାରାଦୀପରେ ଜଳାଭାବ: ଫାଇଦା ଉଠାଉଛନ୍ତି ଚୋରା ବ୍ୟବସାୟୀ

ପାରାଦୀପ,୨୧।୪(ଶରତ ରାଉତ):ପାରାଦୀପ ବନ୍ଦର ସହରରେ ଏବେ ପାନୀୟ ଜଳ ସଙ୍କଟ ଲାଗି ରହିଛି। ତାଳଦଣ୍ଡା କେନାଲରେ ପାଣି ଯୋଗାଣ ବନ୍ଦ ଯୋଗୁ ଏପରି ହୋଇଛି। ଏହାର...

ରଘୁନନ୍ଦନଙ୍କୁ ଭେଟି ଆଶୀର୍ବାଦ ନେଲେ ସାରଦା

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଜିଲାର ବାଲିକୁଦା-ଏରସମା ବିଧାନସଭା ଆସନ ନିମନ୍ତେ ଯୁବନେତା ସାରଦା ପ୍ରସନ୍ନ ଜେନାଙ୍କ ଉପରେ ବିଜେଡି ଆସ୍ଥା ପ୍ରକଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri