Posted inଖେଳ

ବାଦ୍‌ ପଡ଼ିଲେ ବୀରେନ୍ଦ୍ର

ଭୁବନେଶ୍ୱର, ୧୯।୧୦(କ୍ରୀଡ଼ା ପ୍ରତିନିଧି)-
ଏଫଆଇଏଚ୍‌ ଅଲିମ୍ପିକ୍‌ କ୍ୱାଲିଫାୟର୍ସ ପାଇଁ ଶୁକ୍ରବାର ଘୋଷିତ ଦଳରୁ ଅଭିଜ୍ଞ ଡିଫେଣ୍ଡର ବୀରେନ୍ଦ୍ର ଲାକ୍ରା ବାଦ୍‌ ପଡ଼ିଛନ୍ତି। ଏହା ଓଡ଼ିଶା କ୍ରୀଡ଼ାପ୍ରେମୀଙ୍କୁ ନିରାଶ କରିଛି। ମ୍ୟାଚ କଳିଙ୍ଗ ଷ୍ଟାଡିୟମରେ ହେବାକୁଥିବାବେଳେ ଅଭିଜ୍ଞ ବୀରେନ୍ଦ୍ର ଦଳରେ ସ୍ଥାନ ନ ପାଇବାକୁ ନେଇ ବିଭିନ୍ନ ଆଲୋଚନା ହେଉଛି। ଗତ କିଛିବର୍ଷ ଧରି ବୀରେନ୍ଦ୍ର ଭାରତୀୟ ଦଳର ନିୟମିତ ସଦସ୍ୟ ରହି ଆସିଥିଲେ। ବେଲ୍‌ଜିୟମ ଟୁର୍‌ରେ ୫ଟି ଯାକ ମ୍ୟାଚ ଜିତିଥିବା ଭାରତୀୟ ଦଳ ପକ୍ଷରୁ ମଧ୍ୟ ସେ ଖେଳିଥିଲେ। ତେବେ ସମ୍ଭବତଃ ତାଙ୍କ ପ୍ରଦର୍ଶନ ମୁଖ୍ୟ କୋଚ୍‌ ଗ୍ରାହାମ୍‌ ରିଡ୍‌ଙ୍କୁ ପ୍ରଭାବିତ କରିପାରି ନାହିଁ। ଶୁକ୍ରବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ରିଡ୍‌ ଏ ସମ୍ପର୍କରେ ବିଶେଷ କିଛି ସ୍ପଷ୍ଟ କରି ନ ଥିଲେ ହେଁ ଦଳୀୟ ସନ୍ତୁଳନକୁ ଗୁରୁତ୍ୱ ଦିଆ ଯାଇଛି ଏବଂ ବିଭିନ୍ନ ଆଲୋଚନା ପର୍ଯ୍ୟାଲୋଚନା ପରେ ୧୮ ଜଣିଆ ଦଳ ଚୟନ ହୋଇଛି ବୋଲି ପ୍ରକାଶ କରିଛନ୍ତି। ବେଲଜିୟମ ଟୁର୍‌ରେ ପ୍ରଦର୍ଶନ ଭିତ୍ତିରେ ଖେଳାଳି ମନୋନୟନ କରାଯାଇଛି ଏବଂ ପେନାଲ୍ଟି କର୍ନରକୁ ମଧ୍ୟ ଧ୍ୟାନରେ ରଖା ଯାଇଛି ବୋଲି ସେ କହିଛନ୍ତି। ଦଳକୁ ଡ୍ରାଗ୍‌ ଫ୍ଲିକର ରୂପିନ୍ଦର ପାଲ୍‌ ସିଂଙ୍କ ପ୍ରତ୍ୟାବର୍ତ୍ତନ, ଯୁବ ଖେଳାଳିଙ୍କ ଉତ୍ସାହୀ ପ୍ରଦର୍ଶନର ପ୍ରଭାବ ମଧ୍ୟ ଦଳ ଚୟନ ଉପରେ ପଡ଼ିଛି ବୋଲି ଆଲୋଚନା ହେଉଛି। ୨୦୧୪ ଗ୍ଲାସ୍‌ଗୋ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ, ୨୦୧୫ରେ ରାୟପୁରରେ ଅନୁଷ୍ଠିତ ହକି ଓ୍ବାଲର୍‌ଡ ଲିଗ୍‌ରେ ବ୍ରୋଞ୍ଜ, ୨୦୧୭ରେ ଭୁବନେଶ୍ୱରରେ ଅନୁଷ୍ଠିତ ହକି ଓ୍ବାଲର୍‌ଡ ଲିଗ୍‌ ଫାଇନାଲରେ ବ୍ରୋଞ୍ଜ, ୨୦୧୨ରେ ଦୋହାରେ ଆୟୋଜିତ ଏସିଆନ ଚାମ୍ପିୟନ୍ସ ଟ୍ରଫିରେ ରୌପ୍ୟ, ୨୦୧୬ରେ କ୍ୱାଣ୍ଟାନରେ ଅନୁଷ୍ଠିତ ଏସିଆନ ଚାମ୍ପିୟନ୍ସ ଟ୍ରଫିରେ ସ୍ବର୍ଣ୍ଣ, ୨୦୧୮ରେ ବ୍ରେଡାରେ ଅନୁଷ୍ଠିତ ଚାମ୍ପିୟନ୍ସ ଟ୍ରଫିରେ ରୌପ୍ୟ, ୨୦୧୩ରେ ଇପୋରେ ଅନୁଷ୍ଠିତ ଏସିଆ କପ୍‌ରେ ରୌପ୍ୟ, ୨୦୧୪ ଇଞ୍ଚିଅନ ଏସିଆନ ଗେମ୍ସରେ ସ୍ବର୍ଣ୍ଣ ଏବଂ ୨୦୧୮ରେ ଜାକର୍ତ୍ତାରେ ଅନୁଷ୍ଠିତ ଏସିଆନ ଗେମ୍ସରେ ବ୍ରୋଞ୍ଜ ପଦକ ବିଜୟୀ ଭାରତୀୟ ଦଳର ସେ ସଦସ୍ୟ ଥିଲେ। ଘରୋଇ ପରିବେଶରେ ସେ ହକି ବିଶ୍ୱକପ ମଧ୍ୟ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ…

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri