ବାନ୍ଦିପୋରାର ୬ଟି ଗାଁ ‘ରେଡ୍‌ ଜୋନ’ ଘୋଷିତ

ଶ୍ରୀନଗର,୫।୪: ସାରା ଦେଶରେ କରୋନା ଭାଇରସ୍‌ ତୀବ୍ରଗତିରେ ବ୍ୟାପିବାରେ ଲାଗିଛି। ଏହାକୁ ରୋକିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌କୁ କଡ଼ାକଡି କରାଯିିବା ସହ କେତେକ କଟକଣା ମଧ୍ୟ ଜାରି କରାଯାଇଛି। ଯେଉଁ ଅଞ୍ଚଳରେ କରୋନା ବ୍ୟାପିବାର ଅଧିକ ଭୟ ରହୁଛି ସେହି ଅଞ୍ଚଳକୁ ‘ରେଡ୍‌ ଜୋନ’ ଭାବେ ଘୋଷଣା କରାଯାଉଛି। ଏଥିସହ ସେଠାକାର ଲୋକଙ୍କୁ ଆବଶ୍ୟକୀୟ ସାମଗ୍ରୀ କିଣିବା ପାଇଁ ଘରୁ ବାହାରିବା ଉପରେ ମଧ୍ୟ ପ୍ରତିବନ୍ଧକ ଲଗାଯାଇଛି। କିଛି ଏଭଳି ଘଟଣା ଦେଖିବାକୁ ମିଳିଛି ଜମ୍ମୁ-କଶ୍ମୀରର ବାନ୍ଦିପୋରା ଅଞ୍ଚଳରେ। ବାନ୍ଦିପୋରାର ୬ଟି ଗାଁକୁ ‘ରେଡ୍‌ ଜୋନ୍‌’ ଅଞ୍ଚଳ ଭାବେ ଘୋଷଣା କରାଯାଇଛି। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରରେ କରୋନା ଭାଇରସ୍‌ ତୀବ୍ରଗତିରେ ବ୍ୟାପିବାରେ ଲାଗିଛି। ରବିବାର କଶ୍ମୀରରେ କରୋନା ଭାଇରସ୍‌ ସଂକ୍ରମଣର ନୂଆ ୧୪ଟି ମାମଲା ସାମ୍ନାକୁ ଆସିଛି। ଏହାକୁ ମିଶାଇ ସେଠାରେ ଏପର୍ଯ୍ୟନ୍ତ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦ରୁ ଊର୍ଦ୍ଧ୍ୱ ହୋଇଥିବା ବେଳେ ଏଥିରେ ୨ଜଣଙ୍କର ମୃତ୍ୟୁ ଘଟିଛି। ଅପରପକ୍ଷେ କରୋନା ସଂକ୍ରମଣରେ ୪ଜଣ ବ୍ୟକ୍ତି ସୁସ୍ଥ ହୋଇ ଘରକୁ ଫେରିଥିବା ଜଣାପଡ଼ିଛି। ତେବେ ସୁରକ୍ଷା ଦୃଷ୍ଟିରୁ ଜମ୍ମୁ-କଶ୍ମୀରରେ ଲକ୍‌ଡାଉନ୍‌କୁ କଡ଼ାକଡ଼ି କରାଯିବା ସହ କେବଳ ରାସନ ଓ ଔଷଧ ଦୋକାନ ଖୋଲାଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri