Posted inଖେଳ

ବାପାଙ୍କ ବିୟୋଗ ଲାଗି ୟୁଏସ୍‌ ଓପନ୍‌ରୁ ଓହରିଲେ ଆମଣ୍ଡା

ନ୍ୟୁୟର୍କ, ୨୨।୮- ଆମେରିକା ଟେନିସ ଲଳନା ଆମଣ୍ଡା ଆନିସିମୋଭା ଆସନ୍ତା ସପ୍ତାହରୁ ଆରମ୍ଭ ହେବାକୁ ଯାଉଥିବା ବର୍ଷର ଅନ୍ତିମ ତଥା ୪ର୍ଥ ଗ୍ରାଣ୍ଡସ୍ଲାମ ପ୍ରତିଯୋଗିତା ୟୁଏସ୍‌ ଓପନ୍‌ରୁ ଓହରି ଯାଇଛନ୍ତି। ତାଙ୍କ ବାପା ତଥା କୋଚ୍‌ କୋନ୍‌ଷ୍ଟାଣ୍ଟିନାଙ୍କ ବିୟୋଗ ଯୋଗୁ ୧୭ ବର୍ଷୀୟା ଆମଣ୍ଡା ଏହି ନିଷ୍ପତ୍ତି ନେଇଛନ୍ତି। ଆମେରିକା ଟେନିସ ଆସୋସିଏଶନ ମଧ୍ୟ ଏହି ଅବସରରେ ଆମଣ୍ଡା ବାପାଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛି। ଆମେରିକାର ଏହି ଟିନ୍‌ଏଜ୍‌ ଖେଳାଳି ଗତ ଜୁନ୍‌ରେ ଫ୍ରେଞ୍ଚ୍‌ ଓପନ୍‌ ସେମିଫାଇନାଲରେ ପ୍ରବେଶ କରି ସମସ୍ତଙ୍କୁ ଚକିତ କରିଦେଇଥିଲେ। ସେମିଫାଇନାଲ ପଥରେ ଆମଣ୍ଡା ଓ୍ବିମ୍ବେଲଡନ୍‌ ଚାମ୍ପିୟନ ସିମୋନା ହାଲେପ୍‌ଙ୍କୁ ପରାସ୍ତ କରିଥିଲେ। ତେବେ ୟୁଏସ୍‌ ଓପନ୍‌ ଚାମ୍ପିୟନ ଆଶଲେଘ ବାର୍ଟିଙ୍କ ନିକଟରୁ ହାରି ସେ ପ୍ରତିଯୋଗିତାରୁ ବିଦାୟ ନେଇଥିଲେ। ବିଶ୍ୱ ମାନ୍ୟତାର ୨୪ତମ ସ୍ଥାନରେ ରହିଥିବା ଆମଣ୍ଡା ସର୍ବକନିଷ୍ଠା ମହିଳା ଟେନିସ ଖେଳାଳି ଭାବେ ବିଶ୍ୱ ମାନ୍ୟତାର ଟପ୍‌-୧୦୦ରେ ପ୍ରବେଶ କରିବାରେ ସଫଳ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ପୁଣି ଲଜ୍ଜିତ ହେଲା ୟୁପି! ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଚିୟରଲିଡର୍ସଙ୍କୁ ଦୁର୍ବବ୍ୟହାର, ଦେଖନ୍ତୁ Video

ଲକ୍ଷ୍ନୌ,୨୪।୫: ବର୍ତ୍ତମାନ, ଇଣ୍ଡିଆନ ପ୍ରିମିୟର ଲିଗ (IPL) 2026 ପାଇଁ ସାରା ଭାରତରେ ଉତ୍ସାହ ଲାଗି ରହିଛି। ଦେଶର ବିଭିନ୍ନ ରାଜ୍ୟରେ 2026 ସିଜିନ ପାଇଁ ମ୍ୟାଚ…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

୧୫ ବର୍ଷ ପରେ IPLରେ ଏମିତି କାରନାମା କଲା RCB

ନୂଆଦିଲ୍ଲୀ,୨୩।୫: ଗତ ବର୍ଷ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପ୍ରଥମ ଥର ପାଇଁ ଇଣ୍ଡିଆନ ପ୍ରିମିୟର ଲିଗ ଟାଇଟଲ ଜିତିଥିଲା। ସେହି ସିଜିନରେ ମଧ୍ୟ ଦଳ ଟେବୁଲ-ଟପର ନ…

ରାଗରେ ଏମିତି କାମ କରିଦେଲେ କୋହଲି: ଆଚରଣକୁ କଡ଼ା ସମାଲୋଚନା, ଦେଖନ୍ତୁ Video

ନୂଆଦିଲ୍ଲୀ,୨୩।୫: ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ରୟାଲ ଚ୍ୟାଲେଞ୍ଜର୍ସକୁ ୫୫ ରନରେ ପରାସ୍ତ କରିଥିଲା। ମ୍ୟାଚ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ ହେଡ ମଧ୍ୟରେ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ହଠାତ ସନ୍ନ୍ୟାସ ନେଇ ଚମକାଇଲେ ‘3D କ୍ରିକେଟର’; ବିଶ୍ୱକପ୍‌ରେ ଆଜିଯାଏ କେହି ବି କରିପାରିନାହାନ୍ତି ତାଙ୍କ ଭଳି କାରନାମା

ନୂଆଦିଲ୍ଲୀ,୨୨।୫: ଭାରତୀୟ କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍ ଇଣ୍ଡିଆର ଅଲ୍‌ରାଉଣ୍ଡର ବିଜୟ ଶଙ୍କର ନିଜର ୨୫ ବର୍ଷର ଦୀର୍ଘ କ୍ରିକେଟ୍ ଯାତ୍ରାରେ ପୂର୍ଣ୍ଣଚ୍ଛେଦ…

ସିଏସ୍‌କେ ଅଧିନାୟକ ଋତୁରାଜଙ୍କୁ ଜରିମାନା, କାହିଁକି ଜାଣନ୍ତୁ…

ଅହମଦାବାଦ,୨୨ା୫: ଗୁଜରାଟ ଟାଇଟନ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ ଓଭର-ରେଟ୍‌ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଅଧିନାୟକ ଋତୁରାଜ ଗାଏକ୍ୱାଡଙ୍କୁ ଜରିମାନା କରାଯାଇଛି। ଗୁଜରାଟ ଟାଇଟାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri