ବାପା ହେବାକୁ ଯାଉଛନ୍ତି ହାର୍ଦ୍ଦିକ: ନତାଶାଙ୍କୁ ଖୁସି କରିବାକୁ ଦେଲେ ଗୋଲାପ ଉପହାର

ବମ୍ବେ: ବାପା ହେବାକୁ ଯାଉଛନ୍ତି ହାର୍ଦ୍ଦିକ୍‌ ପାଣ୍ଡ୍ୟା। ଏହାକୁ ନେଇ ତାଙ୍କ ଖୁସି କହିଲେ ନ ସରେ। ପ୍ରତିଦିନ ସେ ପ୍ରେମିକା ତଥା ପତ୍ନୀ ନତାଶା ସ୍ଟାନ୍‌କୋଭିକ୍‌ଙ୍କୁ ଭିନ୍ନ ଭିନ୍ନ ଉପାୟରେ ସର୍‌ପ୍ରାଇଜ୍‌ କରୁଛନ୍ତି। ଏଇ ଯେମିତି ନିକଟରେ ଶହ ଶହ ସଂଖ୍ୟାରେ ଗୋଲାପ ବୁକେ  ସେ ନତାଶାଙ୍କୁ ଭେଟି ଦେଇଥିଲେ। ଏହାର କିଛି ଫଟୋ ଉଭୟ ଇନ୍‌ଷ୍ଟା ପୃଷ୍ଠାରେ ଶେୟାର କରିଛନ୍ତି। ଏହାକୁ ନେଇ ନତାଶା ଲେଖିଛନ୍ତି, ତୁମେ ସବୁଦିନ ପାଇଁ ମୋର ହୋଇ ରହିବ। ଅପରପକ୍ଷେ ହାର୍ଦ୍ଦିକ୍‌ ‘ ମୋ ଗୋଲାପ ପାଇଁ ଏତେ ପରିମାଣର ଗୋଲାପ ଭେଟି’ ବୋଲି ଲେଖିଛନ୍ତି। ଏହି ପୋଷ୍ଟକୁ ପ୍ରଶଂସକମାନେ ବେଶ୍‌ ପସନ୍ଦ କରୁଛନ୍ତି।

କହିରଖୁଛୁ, ବମ୍ବେର ଏକ ନାଇଟ୍‌ କ୍ଲବରେ ନତାଶାଙ୍କୁ ଭେଟିଥିଲେ ହାର୍ଦ୍ଦିକ୍‌। ଏହା ପରେ ଉଭୟ ଭଲ ବନ୍ଧୁ ପାଲଟିଥିଲେ। ପରେ କଥା ପ୍ରେମ ପର୍ଯ୍ୟନ୍ତ ପହଞ୍ଚିଥିଲା। ଉଭୟ ଦୁବାଇରେ ନିର୍ବନ୍ଧ କରିଥିଲେ। କିଛି ଦିନ ତଳେ ହାର୍ଦ୍ଦିକ୍‌ ବାପା ହେବାକୁ ଯାଉଥିବା ଖୁସିକୁ ସମସ୍ତଙ୍କ ସହ ବାଣ୍ଟିଥିଲେ। ଏହା ଜଣାପଡ଼ିବା ପରେ ସବୁଆଡ଼ୁ ଶୁଭେଚ୍ଛାର ସୁଅ ଛୁଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭତ୍ତା ପାଇଁ ଲୋକମାନେ ନୟାନ୍ତ ହେବା ଅତ୍ୟନ୍ତ ଦୁଃଖଦାୟକ: ନବୀନ

ଭୁବନେଶ୍ୱର,୧୯।୬(ସୁନିତ୍‌ ମିଶ୍ର): ରାଜ୍ୟର ଲୋକମାନେ ଭତ୍ତା ପାଇଁ ନୟାନ୍ତ ହେବା ଅତ୍ୟନ୍ତ ଦୁଃଖଦାୟକ। ୨ ବର୍ଷ ପୂରଣ କରିଥିବା ଭାଜପା ସରକାରର ଏଇଆ କ’ଣ ଫାଇଦା କି…

କାର୍‌ ସହ ଭାଜପା ନେତାଙ୍କୁ ଜାଳିଦେଲେ

ରାୟପୁର, ୧୯।୬: ଛତିଶଗଡ଼ କୋରିଆ ଜିଲାରେ ବାଲି ଖନନକୁ କେନ୍ଦ୍ର କରି ୨ଗୋଷ୍ଠୀ ମଧ୍ୟରେ ଏକ ଜଘନ୍ୟ ହିଂସାକାଣ୍ଡ ଘଟିଛି। ଅଭିଯୁକ୍ତମାନେ ଏକ କାର୍‌କୁ ଧକ୍କା ଦେଇ…

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri