Posted inଖେଳ

ବାପା ହେଲେ ସ୍ପ୍ରିଣ୍ଟ ଲିଜେଣ୍ଡ ବୋଲ୍ଟ

କିଙ୍ଗଷ୍ଟନ,୧୯।୫(ଏଏଫପି): ଜାମାଇକା କିମ୍ବଦନ୍ତୀ ଧାବକ ଉସେନ୍‌ ବୋଲ୍ଟ ପ୍ରଥମଥର ପାଇଁ ବାପା ହେବାର ସୌଭାଗ୍ୟ ଲାଭ କରିଛନ୍ତି। ତାଙ୍କ ବାନ୍ଧବୀ କାସି ବେନ୍ନେଟ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ଜମାଇକା ପ୍ରଧାନମନ୍ତ୍ରୀ ଆଣ୍ଡ୍ୟୁ ହୋଲନେସ୍‌ ସୋସିଆଲ ମିଡିଆରେ ଏ ନେଇ ସୂଚନା ଦେଇଛନ୍ତି। ମାତାପିତା ହେବାର ସୌଭାଗ୍ୟ ଅର୍ଜନ କରିଥିବାରୁ ସେ ବୋଲ୍ଟ ଓ ବେନ୍ନେଟଙ୍କୁ ଟୁଇଟ୍‌ କରି ଅଭିନନ୍ଦନ ଜଣାଇଛନ୍ତି। ଏହି ଯୋଡିଙ୍କ କନ୍ୟା ରବିବାର ଜନ୍ମ ଗ୍ରହଣ କରିଛି ବୋଲି କେତେକ ସ୍ଥାନୀୟ ଗଣମାଧ୍ୟମ ଉଲ୍ଲେଖ କରିଛି। ତେବେ ଏ ସଂକ୍ରାନ୍ତରେ ଅଧିକ କିଛି ସୂଚନା ଦିଆଯାଇନାହିଁ।

୩୩ ବର୍ଷୀୟ ବୋଲ୍ଟ ମାର୍ଚ୍ଚରେ ବାପା ହେବାକୁ ଯାଉଛନ୍ତି ବୋଲି ସୂଚନା ଦେଇଥିଲେ। ୮ଥର ଅଲିମ୍ପିକ୍‌ ସ୍ବର୍ଣ୍ଣପଦକ ଜିତିଥିବା ବୋଲ୍ଟ ଅବଶ୍ୟ ମଜାରେ କହିଥିଲେ ଯେ, ‘କୌଣସି ବ୍ୟକ୍ତି! କୌଣସି ପିଲା!’ ମୋ ସହିତ ଖେଳିବାକୁ ପ୍ରୟାସ ନ କରନ୍ତୁ’। ୧୦୦ମି. ଓ ୨୦୦ ମି.ରେ ବିଶ୍ୱ ରେକର୍ଡ ସ୍ଥାପନ କରିଥିତ୍ବା ବୋଲ୍ଟ ଦୀର୍ଘ ଏକ ଦଶନ୍ଧିଧରି ଆଥଲେଟିକ୍ସରେ ନିଜର ପତିଆର ଜାରି କରିବା ପରେ ୨୦୧୭ରେ ଆଥଲେଟିକ୍ସରୁ ଅବସର ଘୋଷଣା କରିଥିଲେ। ୨୦୧୬ରେ ବୋଲ୍ଟ ବିଶ୍ୱ ଏକମାତ୍ର ବ୍ୟକ୍ତିଭାବେ କ୍ରମାଗତ ୩ଟି ଅଲିମ୍ପିକ୍ସରେ ୧୦୦ ଓ ୨୦୦ମି. ଦୌଡରେ ସ୍ବର୍ଣ୍ଣ ପଦକ ହାସଲ କରି ବିରଳ ରେକର୍ଡ ସ୍ଥାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri