ବାପିଙ୍କ ସହ ବନ୍ଧୁକ ବେପାରୀ ଗିରଫ

ଅନୁଗୋଳ ଅଫିସ, ୨୭।୫ – ବେଆଇନ ଭାବେ ୩ ବନ୍ଧୁକ ଓ ୯ ରାଉଣ୍ଡ ଗୁଳି ରଖିବା ଅଭିଯୋଗରେ ଲିଙ୍ଗିରାଯୋଡ଼ି ଅଞ୍ଚଳର ବାପି ଓରଫ ସତ୍ୟଜିତ ପ୍ରଧାନ ଏବଂ ତାଙ୍କୁ ବନ୍ଧୁକ ବିକିଥିବା ସମ୍ବଲପୁରର ମହେଶ ମହାପାତ୍ରଙ୍କୁ ଅନୁଗୋଳ ପୋଲିସ ଗିରଫ କରି ମଙ୍ଗଳବାର କୋର୍ଟଚାଲାଣ କରିଛି। ପୂର୍ବରୁ ଜାନୁୟାରୀ ୨୬ରେ ଗିରଫ ହୋଇଥିବା ବାପି ବେଲ୍‌ରେ ବାହାରିଥିଲେ ହେଁ ପରେ କୋର୍ଟ ବେଲ୍‌ ଖାରଜ କରି ଆତ୍ମସମର୍ପଣ ପାଇଁ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ସେ ରାୟପୁର ଫେରାର ହୋଇଯାଇଥିଲେ। ୪ ଦିନ ତଳେ ସେ ଅନୁଗୋଳ ଆସିଥିବା ଖବରପାଇ ପୋଲିସ ଚଢ଼ାଉ କରିଥିଲା। ହେଲେ ଚମ୍ପଟ ମାରିବାକୁ ବସିଥିବାବେଳେ ଥାନା ଅଧିକାରୀ ରମେଶ ଚନ୍ଦ୍ର ବିଶୋଇ, ଏସ୍‌ଆଇ ପ୍ରକାଶ ମାଝି, ସତ୍ୟ ରଞ୍ଜନ ଲେଙ୍କା, ଅରକ୍ଷିତ ସେଠୀ ବାପିଙ୍କୁ ମାଡ଼ି ବସିଥିଲେ। ଖୋଳତାଡ଼ ପରେ ବାପି ସମ୍ବଲପୁରରୁ ବନ୍ଧୁକ ଓ ଗୁଳି ଆଣିଥିବା ସ୍ବୀକାର କରିଥିଲେ। ଏପରି କି ସମ୍ବଲପୁରର ବନ୍ଧୁକ ବେପାରୀ ମହେଶ ତାଙ୍କୁ ରାୟପୁର ପଠାଇଥିବା ପୋଲିସକୁ କହିଥିଲେ। ପରେ ପୋଲିସ ମହେଶଙ୍କୁ ଆଣି ପଚରା ଉଚରା କରିବା ସହ ଗିରଫ କରିଥିଲା। ମହେଶ ୮ ବର୍ଷ ତଳେ ଅନୁଗୋଳରେ ଷ୍ଟିଲ ବେପାର କରୁଥିଲେ। ଏହି ସମୟରେ ମହେଶ ଜଣେ ବିହାରୀ ଯୁବକଙ୍କ ନିକଟରୁ ବନ୍ଧୁକ କିଣିଥିଲେ ବୋଲି ଅନୁଗୋଳ ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦପୁର ବଜାରରେ ସିଓଟିପିଏ ଏନଫୋର୍ସମେଣ୍ଟ ଟିମ୍‌ :ଗୁଟଖା,ଫୁଡ ଲାଇସେନ୍ସ ଯାଞ୍ଚ

ନନ୍ଦପୁର,୨୩।୩: କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ସୋମବାର ସିଓଟିପିଏ ଏନଫୋର୍ସମେଣ୍ଟ ଟିମ ପହଞ୍ଚି ନନ୍ଦପୁର ବଜାରର ଏକାଧିକ ଦୋକାନରେ ଗୁଟଖା ବିକ୍ରି, ଫୁଡ ଲାଇସେନ୍ସ,…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…

କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି…

ବିନା ସୂଚନା ଫଳକରେ ବୁର୍ଡା-ସିଆଲବାହାଲି ରାସ୍ତା କାମ: ସାଧାରଣରେ ପ୍ରଶ୍ନବାଚୀ

ଲୋଇସିଂହା,୨୩।୩(ସୁଶାନ୍ତ ବାରିକ):ଗତ ୫ବର୍ଷ ପୂର୍ବେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକର ବୁର୍ଡା-୨୬ ନଂ ଜାତୀୟ ରାଜପଥରୁ ସିଆଲବାହାଲି ପର୍ଯ୍ୟନ୍ତ ରାସ୍ତା କାମ କରାଯାଇଥିଲା। ସେତେବେଳେ ନିମ୍ନମାନର କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri