ବାବା ଭୈରବାନନ୍ଦ ସ୍ବୟଂଶାସିତ ମହାବିଦ୍ୟାଳୟର ୪୪ତମ ପ୍ରତିଷ୍ଠା ଦିବସ ପାଳିତ ‘ଗୁରୁ, ଶିଷ୍ୟଙ୍କ ସମ୍ମିଳିତ ଉଦ୍ୟମରେ ଅନୁଷ୍ଠାନର ବିକାଶ ହୋଇଥାଏ’

ଚଣ୍ଡିଖୋଲ,୧୩ା୮(ଡି.ଏନ୍‌.ଏ.)- ଚଣ୍ଡିଖୋଲସ୍ଥିତ ବାବା ଭୈରବାନନ୍ଦ ସ୍ବଂୟଶାସିତ ମହାବିଦ୍ୟାଳୟର ୪୪ତମ ପ୍ରତିଷ୍ଟା ଦିବସ ସୋମବାର ମହାବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି। ମହାବିଦ୍ୟାଳୟର ପରିଚାଳନା କମିଟି ସଭାପତି ତଥା ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ଅଧ୍ୟକ୍ଷତାରେ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ କିସ୍‌ ୟୁନିଭରସିଟିର କୁଳପତି ପ୍ରଫେସର ହରେକୃଷ୍ଣ ଶତପଥୀ ଯୋଗ ଦେଇଥିଲେ। ଛାତ୍ରୀଛାତ୍ର ବ୍ରହ୍ମଚର୍ଯ୍ୟ, ଦେଶଭକ୍ତି, ଜ୍ଞାନ ଓ କରୁଣା, ଅନୁକମ୍ପା ଓ ଆତ୍ମଜ୍ଞାନର ଅଧିକାରୀ ହେବାକୁ ଶତପଥୀ ଆହ୍ବାନ ଦେଇଥିଲେ। ଏଥିସହ ଛାତ୍ରୀଛାତ୍ର ହେଲେ ଅମୃତର ସନ୍ତାନ ସେମାନଙ୍କ ଭିତରେ ରହିଥିବା ଅସିମ ଶକ୍ତିକୁ ଦେଶ, ଜାତି ଓ ସମାଜର ଉନ୍ନତିରେ ବିନିଯୋଗ କରିବାକୁ କହିବା ସହ ଶିକ୍ଷାନୁଷ୍ଠାନ ସହିତ ଜଡ଼ିତ ଗୁରୁ ଓ ଶିଷ୍ୟଙ୍କ ସମ୍ମିଳିତ ଉଦ୍ୟମରେ ଅନୁଷ୍ଠାନର ବିକାଶ ହୋଇଥାଏ ବୋଲି କହିଥିଲେ। ବିଧାୟକ ଶତପଥୀ ଛାତ୍ରୀଛାତ୍ର ସୃଜନଶୀଳତା, ଶିକ୍ଷାଦାନ ଦୃଢ ଇଚ୍ଛାଶକ୍ତି ଓ କଠିନ ପରିଶ୍ରମ କରି ଶିକ୍ଷାନୁଷ୍ଠାନର ଗୌରବ ବୃଦ୍ଧି କରିବାକୁ ଆହ୍ବାନ ଦେଇଥିଲେ। ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ବୀରେନ୍ଦ୍ର କୁମାର ମିଶ୍ର ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ପୁରାତନ ଛାତ୍ର ସଂଘର ସଭାପତି ଅଧ୍ୟାପକ ପବିତ୍ର ମୋହନ ମାହାଲା ଯୋଗଦେଇ ସରକାରଙ୍କ ନିଷ୍ପତ୍ତି ୧୦୦ଟି କଲେଜକୁ ନେଇ ଏକ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ଯୋଜନା ଥିବା ବେଳେ ଏଥିରେ ଚଣ୍ଡିଖୋଲ କଲେଜକୁ ଏକ ବିଶ୍ୱ ବିଦ୍ୟାଳୟରେ ପରିଣତ କରିବା ଦିଗରେ ଉଦ୍ୟମ କରିବାକୁ ବିଧାୟକଙ୍କୁ ଅନୁରୋଧ କରିଥିଲେ। ଏହି ଅବସରରେ ମହାବିଦ୍ୟାଳୟର ମୁଖପତ୍ର ‘ଶୈଳଜା’, କଲେଜର କ୍ୟାଲେଣ୍ଡରକୁ ଅତିଥିମାନେ ଉନ୍ମୋଚନ କରିଥିଲେ। କେନ୍ଦ୍ରାପଡ଼ା ସ୍ବୟଂ ଶାସିତ ମହାବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ବିନ୍ଦୁମିତ୍ର ବଳ ଓ ପ୍ରାକ୍ତନ କଲେଜ ଅଧ୍ୟକ୍ଷ କେଦାର ନାଥ ଦାଶ ପ୍ରମୁଖଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଯୁକ୍ତ ୨ ଓ ଯୁକ୍ତ ୩ କଳା ଓ ବିଜ୍ଞାନ କ୍ଷେତ୍ରରେ ସର୍ବାଧିକ ନମ୍ବର ରଖିଥିବା ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା। ଅଧ୍ୟାପିକା ଇନ୍ଦୁମତୀ ଦାଶ ମଞ୍ଚ ପରିଚାଳନା ଓ ଅଧ୍ୟାପକ ସଲିଳ ରାଜନନ୍ଦନ ମହାନ୍ତି ଅତିଥି ପରିଚୟ ପ୍ରଦାନ କରିଥିଲେ। ପୁରାତନ ଛାତ୍ରସଂଘର ସାଧାରଣ ସମ୍ପାଦକ ଦେବରାଜ ବେହେରା ବାର୍ଷିକ ବିବରଣୀ ପାଠ କରିଥିଲେ। ଅଧ୍ୟାପକ ସଞ୍ଜୟ ରାୟ ମାନପତ୍ର ପାଠ କରିଥିଲେ। ଶେଷରେ ଅଧ୍ୟାପକ ଅଭିମନ୍ୟୁ ରାଉତ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri