ବାବା ମଧୁସୂଦନଙ୍କ ଜନ୍ମ ଶତବାର୍ଷିକ ଉଦ୍‌ଯାପନ: ଉଦ୍‌ଘାଟନ କରିବେ ଗଜପତି ମହାରାଜା ଦିବ୍ୟସିଂହ ଦେବ

ଗୋପ, ୬।୬(ଡି.ଏନ୍‌.ଏ.)-ନୟାହାଟ ସ୍ଥିତ ପ୍ରାଚୀ ଗୁରୁଧର୍ମ କ୍ଷେତ୍ର ପରିସରରେ ପ୍ରେମାଚାର୍ଯ୍ୟ ବାବା ମଧୁସୂଦନଙ୍କର ଜନ୍ମ ଶତବାର୍ଷିକ ମହୋତ୍ସବର ଉଦ୍‌ଯାପନୀ ଉସତ୍ବ ଆସନ୍ତା ୧୨ ରୁ ୧୪ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ଉତ୍ସବକୁ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଏଥି ସହିତ ଉତ୍ସବରେ ଓଡ଼ିଶାର ବହୁ ସାଧୁ ସନ୍ଥ ଯୋଗ ଦେବେ। ଗୁରୁଦେବଙ୍କ ଆସନ ମନ୍ଦିରରୁ ସ୍ବତନ୍ତ୍ର ପୂଜା ମଣ୍ଡପକୁ ସକାଳ ୯ଟାରେ ଅଣାଯିବା ପରେ ସମସ୍ତ କାର୍ଯ୍ୟ ଆରମ୍ଭ ହେବ। ଲୋକସେବକ ମଣ୍ଡଳ ସମ୍ପାଦକ ନିରଞ୍ଜନ ରଥ, ଜଳସମ୍ପଦ ଓ ସୂଚନା ଲୋକ ସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାଶ, କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା, କବି ତଥା ପୂର୍ବତନ ଏମ୍‌ପି ପ୍ରସନ୍ନ କୁମାର ପାଟ୍ଟଶାଣୀ, ଜଗନ୍ନାଥ ସଂସ୍କୃତି ଗବେଷକ ବିଷ୍ଣୁପଦ ଦାଶ, ବୈଷ୍ଣବ ଚରଣ ସାମଲ, ଡ. ବିଜୟାନନ୍ଦ ସିଂହ, ଡ. ନଟବର ଶତପଥୀ, ପୁରୀ ଜିଲା ପରିଷଦ ଅଧ୍ୟକ୍ଷ ଜ୍ୟୋର୍ତିମୟ ଦଳାଇ, ସନ୍ଥ ପରମହଂସ ପ୍ରଜ୍ଞାନନନ୍ଦ ଜୀ ମହାରାଜ, ମହନ୍ତ ରାମକୃଷ୍ଣ ଦାସ, ସ୍ବାମୀ ଅସୀମାନନ୍ଦ ସରସ୍ବତୀ, ସ୍ବାମୀ ବ୍ରହ୍ମାନନ୍ଦ ସରସ୍ବତୀ, ମହନ୍ତ ଚିନ୍ତାମଣି ପର୍ବତ ପ୍ରମୁଖ ଯୋଗଦେବା ପାଇଁ ସ୍ବୀକୃତି ପ୍ରଦାନ କରିଛନ୍ତି। ଏହାଛଡ଼ା ସମ୍ବଲପୁରୀ ଭାଷାରେ ପାଲା ପରିବେଷଣ, ଓଡ଼ିଶୀ ଓ ପ୍ରେମାଚାର୍ଯ୍ୟଙ୍କ ଲିଖିତ ଭଜନ ପରିବେଷଣ କରାଯିବ ବୋଲି ସେବକ ତଥା ପ୍ରଚାରକ ପ୍ରୀତିରଞ୍ଜନ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ଆଜିଠୁ ଖରାଛୁଟି

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ରାଜ୍ୟରେ ଗୁରୁବାରଠାରୁ ସ୍କୁଲରେ ଗ୍ରୀଷ୍ମଛୁଟି ଆରମ୍ଭ ହେବ। ପାଠପଢ଼ା ବନ୍ଦ ରହିବ। କିନ୍ତୁ ଏହି ଛୁଟି ସମୟରେ ସମସ୍ତ ସରକାରୀ ଓ ସରକାରୀ...

ମୋକିମଙ୍କ ଝିଅ ସୋଫିଆ ଲଢ଼ିପାରନ୍ତି ନିର୍ବାଚନ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ବାରବାଟୀ-କଟକ କଂଗ୍ରେସକୁ ଚିନ୍ତା ଘାରିଛି। ବରିଷ୍ଠ କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର କରିଛନ୍ତି...

ଆଜି ଆସୁଛନ୍ତି ଶାହା, ଟାର୍ଗେଟରେ…

ଭୁବନେଶ୍ୱର,୨୫।୪: ଗୁରୁବାର ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା । ତାଙ୍କ ଗସ୍ତକୁ ନେଇ ଓଡିଶା ଭାଜପା ଶିବିରରେ ଉତ୍ସାହର ମାହୋଲ...

ନାମାଙ୍କନର ୯ ଘଣ୍ଟା ମଧ୍ୟରେ ଟିକେଟ କଟିଲା

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri