ବାବୁଲିଙ୍କୁ ଗୁଳିମାଡ଼ ଘଟଣା: ୧୭ରେ ଜିଲା ବନ୍ଦ ଡାକରା, ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଚିନ୍ତାରେ ପୋଲିସ

କେନ୍ଦ୍ରାପଡା ଅଫିସ, ୧୬ା୭- ଗତ ୧୩ ତାରିଖ ସନ୍ଧ୍ୟାରେ ସଦର ଥାନା ଅନ୍ତର୍ଗତ ସହରର ଦଣ୍ଡାମୁଣ୍ଡ ଛକଠାରେ ଗୁଳିମାଡ଼ ଘଟଣା ଜିଲା ପୋଲିସ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି ା ଘଟଣାର ୪୮ ଘଣ୍ଟା ବିତିଥିଲେ ମଧ୍ୟ ଅପରାଧୀଙ୍କ ସୁରାକ ମିଳିନାହିଁ ା ଗୁଳିମାଡ଼ରେ ଧର୍ମରକ୍ଷା ସେନାର ଜିଲା ଆବାହକ ତଥା ବଜାର କମିଟି ସଭାପତି ବିବେକାନନ୍ଦ ମହାରଣା ଓରଫ ବାବୁଲି ଗୁରୁତର ହୋଇ କଟକ ବଡ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ଏନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଅପରାଧୀକୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗିରଫ କରିବାକୁ ଦାବି ହୋଇଛି ା ଦାବି ପୂରଣ ନ ହେଲେ ଆସନ୍ତା ୧୭ ତାରିଖରେ ସମଗ୍ର ଜିଲାର ସରକାରୀ ଓ ବେସରକାରୀ ଅନୁଷ୍ଠାନ ବନ୍ଦ ରହିବ ବୋଲି ଏସ୍‌ପି ନୀତିଶେଖରଙ୍କୁ ଲିଖିତ ଭାବେ ଜଣାଇଦିଆଯାଇଛି। ଅପରପକ୍ଷରେ ସେଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଟକୁରା ଗସ୍ତ କରି ନିର୍ବାଚନ ପ୍ରଚାରରେ ସାମିଲ ହେବା କାର୍ଯ୍ୟକ୍ରମ ରହିଛି। ଏନେଇ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଏନେଇ ପୋଲିସର ଚିନ୍ତା ବଢ଼ିଯାଇଛି।
ସୂଚନାଯୋଗ୍ୟ, ବାବୁଲିଙ୍କୁ ଦଣ୍ଡାମୁଣ୍ଡ ଛକରେ ୨ଜଣ ଦୁର୍ବୃତ୍ତ ଗୁଳିମାଡ଼ କରି ଫେରାର ହୋଇଯିବା ପରେ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ବିଗିଡିଯାଇଛି। ଆଇଜି ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ ଏହି ମାମଲାକୁ ଗୁରୁତ୍ୱ ଦେଇଥିଲେ ମଧ୍ୟ ତଦନ୍ତକୁ ଠିକ୍‌ ଭାବେ ପରିଚାଳନା କରାଯାଇ ପାରିନାହିଁ ା ସୋମବାର ଦିନସାରା ତିନିମୁହାଣୀ ଓ ଦଣ୍ଡାମୁଣ୍ଡ ଛକ ବନ୍ଦ ରହିଛି ା ଏହା ପୂର୍ବରୁ ରବିବାର ସହରର ଗରାପୁର,ଦଣ୍ଡାମୁଣ୍ଡ ଛକ, ତିନମୁହାଣି, ଦୁହିରିଆସ୍ଥିତ ଜାତୀୟ ଓ ରାଜ୍ୟ ରାଜପଥଠାରେ ରାସ୍ତାରୋକୋ ହେବାସହ ସହରର ପ୍ରବେଶ ସ୍ଥାନଗୁଡିକରେ ଟାୟାର ଜାଳି ରାସ୍ତାରୋକୋ କରାଯାଇଥିଲା। ଜିଲା ପୋଲିସ ପକ୍ଷରୁ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲେ ମଧ୍ୟ ଉତ୍ତେଜନା ପୂର୍ଣ୍ଣ ସ୍ଥିତି ଏବେବି ଜାରିରହିଛି । ସେହିପରି ବଜାର କମିଟି ପକ୍ଷରୁ ଏନେଇ ଏକ ବୈଠକରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବଜାର କମିଟି, ପୂଜା କମିଟି, ବିଭିନ୍ନ ସାମାଜିକ ଓ ଧାର୍ମିକ ସଂଗଠନ କର୍ମକର୍ତ୍ତା ଓ ବୁଦ୍ଧିଜୀବୀ ଯୋଗ ଦେଇଥିଲେ । ବୈଠକରେ ୫୦୦ରୁ ଊର୍ଦ୍ଧ୍ୱ ସଦସ୍ୟ ସାମିଲ ହୋଇ ଅପରାଧୀଙ୍କୁ ତୁରନ୍ତ ଗିରଫ କରିବାକୁ ଦାବି କରିଥିଲେ।
ଏ ସମ୍ପର୍କରେ ଏସପି ନୀତିଶେଖର କହିଛନ୍ତି, ସହରରେ ଆଇନଶୃଙ୍ଖଳା ପରିସ୍ଥିତି ପ୍ରତି ଦୃଷ୍ଟି ଦିଆଯାଇଛି । ଗୁଳିମାଡ଼ ଘଟଣାର ତଦନ୍ତ ଚାଲିଛି ା ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଓ ପାଟକୁରା ନିର୍ବାଚନକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?