ବାବୁ ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ସୁବାସ ହତ୍ୟାର ପ୍ରତିଶୋଧ ନେବାକୁ ଯାଇ ହତ୍ୟା, ୪ ଗିରଫ

ଶେରଗଡ଼/ଧରାକୋଟ,୨୯ା୧୦ (ଡି.ଏନ୍‌.ଏ.)- ଶେରଗଡ ବ୍ଲକ ଧରାକୋଟ ଥାନା ବାଦଗଡ ଗ୍ରାମରେ ଗତ ୨୩ ତାରିଖରେ ଖଣ୍ଡାରେ ହାଣି ବାବୁ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି ଧରାକୋଟ ପୋଲିସ। ଘଟଣାରେ ସମ୍ପୃକ୍ତ ୪ ଜଣଙ୍କୁ ଗିରଫ କରି ମଙ୍ଗଳବାର ଶେରଗଡ କୋର୍ଟକୁ ଚାଲାଣ କରିଛି। ସେମାନେ ହେଲେ ବାଦଗଡର ଗଙ୍ଗା ସାହୁ, ରୋହିତ ସାହୁ, କୁନା ସାହୁ, ଡାକ ସାହୁ। ଏନେଇ ଧରାକୋଟ ଥାନାରେ ନଂ.୧୫୭/୨୦୧୯ରେ ହତ୍ୟା ମାମଲା ରୁଜୁ ହୋଇଥିଲା। ଅନ୍ୟ ଦୁଇ ଅଭିଯୁକ୍ତ ଫେରାର ଅଛନ୍ତି। ବାଦଗଡ ଗ୍ରାମରୁ ଅଭିଯୁକ୍ତ ମାନେ ବ୍ୟବହାର କରିଥିବା ୩ ବାଇକ, ଦୁଇଟି କାତି, ଗୋଟିଏ ଖଣ୍ଡା ଜବତ ହୋଇଛି। ହତ୍ୟାର ପ୍ରତିଶୋଧ ନେବାକୁ ଯାଇ ଆଉ ଏକ ହତ୍ୟାକାଣ୍ଡ ଘଟିଥିବା ଧରାକୋଟ ପୋଲିସ କହିଛି। ସୁବାସ ହତ୍ୟାର ପ୍ରତିଶୋଧ ନେବାକୁ ଯାଇ ବାବୁଙ୍କୁ ହତ୍ୟା କରାଯାଇଥିବା ଧରାକୋଟ ଥାନାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ପୋଲିସ କହିଛି।

ପ୍ରକାଶ ଯେ, ଗତ ୨୦୧୭ ନିର୍ବାଚନରେ କୁଲାଗଡ ପଞ୍ଚାୟତ ବାଦଗଡ ଗ୍ରାମର ସୁବାସ ସାହୁଙ୍କ ଭାଇବୋହୁ ଓ ବାବୁଙ୍କ ସ୍ତ୍ରୀ ସମିତିସଭ୍ୟା ପ୍ରାର୍ଥୀ ହୋଇଥିଲେ। ବାବୁଙ୍କ ସ୍ତ୍ରୀ ପରାଜିତ ହୋଇଥିଲେ। ଏହାର ପ୍ରତିଶୋଧ ନେବାକୁ ବାବୁ ସୁବାସଙ୍କୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର କରିଥିଲା। ୨୫ଜୁନ୍‌ ୨୦୧୭ରେ ସୁବାସଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାରେ ବାବୁ ଗିରଫ ହୋଇଥିଲେ। କିଛିଦିନ ତଳେ ସେ ଜାମିନରେ ଆସି କୋରାପୁଟ ସେମିଳିଗୁଡାରେ ରହି ଗଞ୍ଜେଇ ଚୋରା ଚାଲାଣ କରୁଥିଲେ। ମା’ଙ୍କ ମୃତ୍ୟୁପରେ ଅନ୍ତ୍ୟେଷ୍ଟି କ୍ରିୟାରେ ଯୋଗଦେବାକୁ ବାଦଗଡ ଆସିଥିଲେ। ୨୩ ତାରିଖ ରାତିରେ ଗଁା ପୋଖରୀକୁ ଗାଧୋଇ ଯାଇଥିବାବେଳେ ପୂର୍ବରୁ ଲୁଚି ରହିଥିବା ଗଙ୍ଗା, କୁନା, ରୋହିତ, ଦିଲୁ, ଗଣେଶ, ଡାକ ତାଙ୍କୁ ଖଣ୍ଡା କାତିରେ ହାଣି ହତ୍ୟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri