Posted inଜାତୀୟ

ବାବ୍ରୀ ମସ୍‌ଜିଦ ଭଙ୍ଗ ମାମଲା: ୯ ମାସ ମଧ୍ୟରେ ରାୟ ଦିଅ; ସ୍ବତନ୍ତ୍ର ବିଚାରପତିଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୨୦ା୭(ପି.ଟି.) : ବହୁଚର୍ଚ୍ଚିତ ବାବ୍ରୀ ମସ୍‌ଜିଦ ଭଙ୍ଗ ମାମଲାର ଶୁଣାଣି କରୁଥିବା ସ୍ବତନ୍ତ୍ର ବିଚାରପତି ଆଗାମୀ ୯ ମାସ ମଧ୍ୟରେ ରାୟ ପ୍ରଦାନ କରିବାକୁ ସୁପ୍ରିମକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାରେ ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡ଼ଭାନୀ, ମୁରଲୀ ମନୋହର ଜୋଷୀ, ଉମା ଭାରତୀ , ବିନୟ କଟିଆର୍‌ , ସାଧ୍ୱୀ ଋତମ୍ବରା ପ୍ରମୁଖ ଅଛନ୍ତି।
ଆର୍‌.ଏଫ୍‌. ନରିମନ୍‌ ଓ ବିଚାରପତି ସୂର୍ଯ୍ୟକାନ୍ତଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି ଯେ, ରାଜନୈତିକ ସମ୍ବେଦନଶୀଳ ମାମଲାର ରେକର୍ଡ଼ିଂ ତଥ୍ୟ ୬ ମାସ ମଧ୍ୟରେ ଶେଷ କର। ଏଥିସହ ସେପ୍ଟେମ୍ବର ୩୦ରେ ଅବସର ଗ୍ରହଣ କରିବାକୁ ଥିବା ସ୍ବତନ୍ତ୍ର ବିଚାରପତିଙ୍କ କାର୍ଯ୍ୟକାଳ ବୃଦ୍ଧି ଲାଗି ୪ ସପ୍ତାହ ମଧ୍ୟରେ ଉଚିତ ନିର୍ଦ୍ଦେଶନାମା ଜାରି କରିବା ଲାଗି ଖଣ୍ଡପୀଠ ଉତ୍ତରପ୍ରଦେଶ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ଶୁଣାଣି ଶେଷକରିବା ଓ ଚୂଡ଼ାନ୍ତ ରାୟ ଦେବା ଲାଗି ସ୍ବତନ୍ତ୍ର ବିଚାରପତିଙ୍କ କାର୍ଯ୍ୟକାଳ ବୃଦ୍ଧିକରାଯାଉଥିବା ସର୍ବୋଚ୍ଚ ଅଦାଲତ ସ୍ପଷ୍ଟ କରିଛନ୍ତି। କାର୍ଯ୍ୟକାଳ ବୃଦ୍ଧି ସମୟରେ ସେ ଆଲ୍ଲାହାବାଦ ହାଇକୋର୍ଟଙ୍କ ପ୍ରଶାସନିକ ନିୟନ୍ତ୍ରଣରେ ରହିବେ। ଏଠାରେ ସୂଚନାଯୋଗ୍ୟ ଯେ, ଗତ ସୋମବାର ସ୍ବତନ୍ତ୍ର ଅଦାଲତ ମାମଲା ଶେଷ କରିବା ଲାଗି ସୁପ୍ରିମକୋର୍ଟଙ୍କୁ ଅଧିକ ୬ ମାସ ସମୟ ମାଗିଥିଲେ।
ବାବ୍ରୀ ମସ୍‌ଜିଦ ଭଙ୍ଗ ମାମଲାରେ ଅନ୍ୟ ଅଭିଯୁକ୍ତଙ୍କ ମଧ୍ୟରୁ ଗିରିରାଜ କିଶୋର, ବିଶ୍ୱ ହିନ୍ଦୁ ପରିଷଦ ନେତା ଅଶୋକ ସିଂଘଲ ଓ ବିଷ୍ଣୁହରି ଡାଲମିଆ ଶୁଣାଣି ଚାଲିଥିବାବେଳେ ପ୍ରାଣ ହରାଇଥିଲେ। ସେମାନଙ୍କ ନାମ ଏବେ ମାମଲାରୁ ହଟାଇ ଦିଆଯାଇଛି। ବାବ୍ରୀ ମସ୍‌ଜିଦ ଭଙ୍ଗବେଳେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଥିବା କଲ୍ୟାଣ ସିଂ ଏବେ ରାଜସ୍ଥାନ ରାଜ୍ୟପାଳ ଥିବାରୁ ସମ୍ବିଧାନ ଦୃଷ୍ଟିରୁ କାର୍ଯ୍ୟକାଳ ଶେଷ ପର୍ଯ୍ୟନ୍ତ ତାଙ୍କୁ ଏଥିରେ ସାମିଲ କରାଯାଇ ପାରିବ ନାହିଁ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri