ବାମୁର ଅଞ୍ଚଳରେ ଅଘୋଷିତ ବିଦ୍ୟୁତକାଟ

ବଇଣ୍ଡା,୨୭।୭(ଡି.ଏନ.ଏ.)-ଅନୁଗୋଳ ଜିଲା କିଶୋରନଗର ବ୍ଲକ ବାମୁର ବିଦ୍ୟୁତ୍‌ ସବଷ୍ଟେଶନ ଅଧିନସ୍ଥ ଧଉରାପାଲି, ଜଏରାଟ, ଝରାବେରେଣୀ, ହିମିତିରା, ସଞ୍ଜାମୁରା, ଅଙ୍ଗପଡ଼ା, ଧଡ଼ରପାଳ, ନାକିଚି, ଉରୁକୁଳା, ଠେଲକନାଳୀ, ଆମ୍ବପାଳ ଆଦି ପଞ୍ଚାୟତ ଗୁଡ଼ିକରେ ଗତ କିଛିମାସ ହେବ ଅଘୋଷିତ ବିଦ୍ୟୁତ୍‌ କାଟ ହେଉଛି। ଫଳରେ ବିଦ୍ୟୁତ୍‌ ଉପଭୋକ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ତୁରନ୍ତ ବିଦ୍ୟୁତକାଟ ବନ୍ଦ ନ ହେଲେ ବାମୁର ସେସୁ କାର୍ଯ୍ୟାଳୟଠାରେ ତାଲା ପକାଯାଇ ବିକ୍ଷୋଭ ପ୍ରଦର୍ଶନ କରାଯିବ ବୋଲି ଶନିବାର କିଶୋରନଗର ଏସୟୁସିଆଇ (କମ୍ୟୁନିଷ୍ଟ) ପକ୍ଷରୁ ଚେତାବନୀ ଦିଆଯାଇଛି।
କମିଟି ପକ୍ଷରୁ କୁହାଯାଇଛି, ଏହି ପଞ୍ଚାୟତ ଗୁଡ଼ିକରେ ଘଣ୍ଟାଘଣ୍ଟା ଧରି ବିଦ୍ୟୁତ୍‌ କାଟ ହେଉଛି। କୌଣସି କାରଣ ନ ଥାଇ ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ କାଟ କରାଯାଉଥିବା ଯୋଗୁ କିଶୋରନଗର ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାରେ ବ୍ୟାଘାତ ସୃଷ୍ଟି ହେଉଛି। ଏପରିକି ଗ୍ରାମାଞ୍ଚଳରେ ଜଳ ଯୋଗାଣ ଠିକ ଭାବେ ହୋଇପାରୁ ନାହିଁ। ସେହିପରି ଛାତ୍ରୀଛାତ୍ରମାନେ ପାଠ ପଢାରେ ବ୍ୟାପକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ନେଇ ପୂର୍ବରୁ କମିଟି ଓ ଅଞ୍ଚଳବାସୀଙ୍କ ପକ୍ଷରୁ ଆନ୍ଦୋଳନ କରାଯାଇଥିଲେ ମଧ୍ୟ କୌଣସି ସମସ୍ୟା ସମାଧାନ ହୋଇପାରୁ ନାହିଁ। ତୁରନ୍ତ ବିଦ୍ୟୁତକାଟ ବନ୍ଦ କରା ନ ଗଲେ ଆନ୍ଦୋଳନ କରାଯିବ ବୋଲି କମିଟି ସମ୍ପାଦକ ତୀର୍ଥବାସୀ ଭୋଇ, ଲକ୍ଷ୍ମଣ ବେହେରା, ରବିନ୍ଦ୍ର ସାହୁ, ରମଣି ରଞ୍ଜନ ପ୍ରଧାନ, ଚେରୁ ପ୍ରଧାନ, ପୀତାମ୍ବର ପ୍ରଧାନ ପ୍ରମୁଖ ଚେତାବନୀ ଦେଇଛନ୍ତି। ଏ ନେଇ ବାମୁର ବିଦ୍ୟୁତ ବିଭାଗର କନିଷ୍ଠ ଯନ୍ତ୍ରୀ ଲିଙ୍ଗରାଜ ବେହେରାଙ୍କୁ ପଚାରିବାରୁ ବିଦ୍ୟୁତ କାଟ ହେଉ ନାହିଁ ବୋଲି କହି ପ୍ରସଙ୍ଗକୁ ଏଡ଼ାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri