ବାମୁର ଅଞ୍ଚଳରେ ଅଘୋଷିତ ବିଦ୍ୟୁତକାଟ

ବଇଣ୍ଡା,୨୭।୭(ଡି.ଏନ.ଏ.)-ଅନୁଗୋଳ ଜିଲା କିଶୋରନଗର ବ୍ଲକ ବାମୁର ବିଦ୍ୟୁତ୍‌ ସବଷ୍ଟେଶନ ଅଧିନସ୍ଥ ଧଉରାପାଲି, ଜଏରାଟ, ଝରାବେରେଣୀ, ହିମିତିରା, ସଞ୍ଜାମୁରା, ଅଙ୍ଗପଡ଼ା, ଧଡ଼ରପାଳ, ନାକିଚି, ଉରୁକୁଳା, ଠେଲକନାଳୀ, ଆମ୍ବପାଳ ଆଦି ପଞ୍ଚାୟତ ଗୁଡ଼ିକରେ ଗତ କିଛିମାସ ହେବ ଅଘୋଷିତ ବିଦ୍ୟୁତ୍‌ କାଟ ହେଉଛି। ଫଳରେ ବିଦ୍ୟୁତ୍‌ ଉପଭୋକ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ତୁରନ୍ତ ବିଦ୍ୟୁତକାଟ ବନ୍ଦ ନ ହେଲେ ବାମୁର ସେସୁ କାର୍ଯ୍ୟାଳୟଠାରେ ତାଲା ପକାଯାଇ ବିକ୍ଷୋଭ ପ୍ରଦର୍ଶନ କରାଯିବ ବୋଲି ଶନିବାର କିଶୋରନଗର ଏସୟୁସିଆଇ (କମ୍ୟୁନିଷ୍ଟ) ପକ୍ଷରୁ ଚେତାବନୀ ଦିଆଯାଇଛି।
କମିଟି ପକ୍ଷରୁ କୁହାଯାଇଛି, ଏହି ପଞ୍ଚାୟତ ଗୁଡ଼ିକରେ ଘଣ୍ଟାଘଣ୍ଟା ଧରି ବିଦ୍ୟୁତ୍‌ କାଟ ହେଉଛି। କୌଣସି କାରଣ ନ ଥାଇ ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ କାଟ କରାଯାଉଥିବା ଯୋଗୁ କିଶୋରନଗର ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାରେ ବ୍ୟାଘାତ ସୃଷ୍ଟି ହେଉଛି। ଏପରିକି ଗ୍ରାମାଞ୍ଚଳରେ ଜଳ ଯୋଗାଣ ଠିକ ଭାବେ ହୋଇପାରୁ ନାହିଁ। ସେହିପରି ଛାତ୍ରୀଛାତ୍ରମାନେ ପାଠ ପଢାରେ ବ୍ୟାପକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ନେଇ ପୂର୍ବରୁ କମିଟି ଓ ଅଞ୍ଚଳବାସୀଙ୍କ ପକ୍ଷରୁ ଆନ୍ଦୋଳନ କରାଯାଇଥିଲେ ମଧ୍ୟ କୌଣସି ସମସ୍ୟା ସମାଧାନ ହୋଇପାରୁ ନାହିଁ। ତୁରନ୍ତ ବିଦ୍ୟୁତକାଟ ବନ୍ଦ କରା ନ ଗଲେ ଆନ୍ଦୋଳନ କରାଯିବ ବୋଲି କମିଟି ସମ୍ପାଦକ ତୀର୍ଥବାସୀ ଭୋଇ, ଲକ୍ଷ୍ମଣ ବେହେରା, ରବିନ୍ଦ୍ର ସାହୁ, ରମଣି ରଞ୍ଜନ ପ୍ରଧାନ, ଚେରୁ ପ୍ରଧାନ, ପୀତାମ୍ବର ପ୍ରଧାନ ପ୍ରମୁଖ ଚେତାବନୀ ଦେଇଛନ୍ତି। ଏ ନେଇ ବାମୁର ବିଦ୍ୟୁତ ବିଭାଗର କନିଷ୍ଠ ଯନ୍ତ୍ରୀ ଲିଙ୍ଗରାଜ ବେହେରାଙ୍କୁ ପଚାରିବାରୁ ବିଦ୍ୟୁତ କାଟ ହେଉ ନାହିଁ ବୋଲି କହି ପ୍ରସଙ୍ଗକୁ ଏଡ଼ାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଜାତି-ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ, ଆଗକୁ ବଢ଼ିବାକୁ ହେଲେ କେବଳ ଏକତା ଜରୁରୀ’

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଜାତି ଏବଂ ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ। ଆଗକୁ ବଢ଼ିବାକୁ ହେଲେ ଏକତା ମନୋଭାବ ହିଁ ଜରୁରୀ ବୋଲି ନିଖିଳ ଉତ୍କଳ…

ବିଦେଶରେ ସୁନା ଶସ୍ତା କିନ୍ତୁ ଭାରତରେ ମହଙ୍ଗା କାହିଁକି? ଲକ୍ଷେ ଟଙ୍କାର ସୁନା କିଣିଲେ ୧୮ହଜାର ଅଧିକ କାହିଁକି ଦେବାକୁ ପଡ଼େ

ନୂଆଦିଲ୍ଲୀ,୩୧ା୫: ବିବାହ ହେଉ କିମ୍ବା ଦୀପାବଳି କିମ୍ବା ଧନତେରସ ଭଳି ପର୍ବ, ଲୋକମାନେ ଏପରି ପ୍ରତ୍ୟେକ ଅବସରରେ ସୁନା କିଣିବାକୁ ପସନ୍ଦ କରନ୍ତି । ତଥାପି, ବାସ୍ତବତା…

ଗୁଗଲକୁ ବଡ଼ ଝଟକା: ହାଇକୋର୍ଟ ଲଗାଇଲେ ୩୦ ଲକ୍ଷ ଟଙ୍କାର ଜରିମାନା

ନୂଆଦିଲ୍ଲୀ,୩୧।୫: ଗୁଗଲ (Google) ଏବେ ଭାରତରେ ବଡ଼ ଆଇନଗତ ଅସୁବିଧାରେ ପଡ଼ିଛି। ଟ୍ରେଡମାର୍କ ଉଲ୍ଲଂଘନ ମାମଲାରେ ଦିଲ୍ଲୀ ହାଇକୋର୍ଟ ଗୁଗଲ ଉପରେ ୩୦ ଲକ୍ଷ ଟଙ୍କାର ଜରିମାନା…

‘ଯଦି ତୁମେ ଭାଜପାକୁ ସମର୍ଥନ କରିବ ତୁମେ ଦେଶଭକ୍ତ’, ନଚେତ୍‌…

କୋଲକାତା,୩୧ା୫: ପଶ୍ଚିମବଙ୍ଗର ଦକ୍ଷିଣ ଚବିଶି ପ୍ରଗଣା ଜିଲାର ସୋନାରପୁରରେ ତୃଣମୂଳ କଂଗ୍ରେସ (TMC) ଏମ୍‌ପି ଅଭିଷେକ ବାନାର୍ଜୀଙ୍କୁ ଏକ ବଡ଼ ଧରଣର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।…

ସ୍ବାମୀଙ୍କ ନଜରରେ ପଡିଗଲା ସ୍ତ୍ରୀଙ୍କ ପରକୀୟା ପ୍ରୀତି, ପ୍ରେମିକଙ୍କ ସହ ମିଶି କରିଥିଲେ ହତ୍ୟା ଉଦ୍ୟମ, ଏବେ ଗଲେ ଜେଲ୍

ଦିଗପହଣ୍ଡି,୩୧|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗାଁ ଛକରେ ରହୁଥିବା ଏସ.ଶଙ୍କର ରେଡ୍ଡୀଙ୍କ  ଅନୁପସ୍ଥିତିରେ ତାଙ୍କ ସ୍ତ୍ରୀ ଏସ.ରଶ୍ମିତା ରେଡ୍ଡୀ…

୨ ଓ୍ବାରେଣ୍ଟି କୋର୍ଟ ଚାଲାଣ: ଜଣେ ହତ୍ୟା ମାମଲାରେ ଥିଲେ ଫେରାର, ଆଉ ଜଣେ…

ଦିଗପହଣ୍ଡି,୩୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର ୨ ଓ୍ବାରେଣ୍ଟିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଦିଗପହଣ୍ଡି ଥାନା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା…

୧୫ ଦିନ ତଳେ କରିଥିଲେ ବିବାହ, ସ୍ବାମୀଙ୍କ ସହ ଯିବାବେଳେ ବ୍ରିଜ୍‌ ଉପରୁ ନଈକୁ ଡେଇଁପଡ଼ିଲେ ସ୍ତ୍ରୀ

ସୋନପୁର,୩୧ା୫(ମୃତ୍ୟୁଞ୍ଜୟ ଶତପଥୀ): ମେଟକାନି ମନ୍ଦିର ଦର୍ଶନ କରିବାକୁ ସ୍ବାମୀଙ୍କ ସହିତ ବାଇକ୍‌ରେ ଯାଉଥିଲେ ସ୍ତ୍ରୀ। ମହାନଦୀର ସୁନ୍ଦରତା ଉପଭୋଗ କରିବା ଓ ଫଟୋ ଉଠାଇବା ପାଇଁ ସ୍ବାମୀ-ସ୍ତ୍ରୀ…

ସଘନ ସଂଶୋଧନ (SIR)-୨୦୨୬ : ଘରେ ଘରେ ପହଞ୍ଚୁଛନ୍ତି BLO

ବଞ୍ଚୋ, ୩୧।୫ (ପ୍ରଦୋଷ କୁମାର ବିଶ୍ୱାଳ): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ କାର୍ଯ୍ୟକ୍ରମ ଅଧୀନରେ ମତଦାତା ତାଲିକାକୁ ସଠିକ୍ ଓ ନିର୍ଭୁଲ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri