ବାରକୋଟରୁ କଲରାପତରିଆ ବାଘ ଚମଡ଼ା ଜବତ ଘଟଣା: ଅଭିଯୁକ୍ତଙ୍କୁ ୫ଦିନ ରିମାଣ୍ଡରେ ନେଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ଦେବଗଡ଼ ଜିଲା ବାରକୋଟରୁ କଲରାପତରିଆ ବାଘ ଚମଡ଼ା ର଼୍ୟାକେଟ୍‌ ଧରାପଡ଼ିବା ଘଟଣାରେ କ୍ରାଇମବ୍ରାଞ୍ଚ ୩ ଅଭିଯୁକ୍ତଙ୍କୁ ୫ଦିନ ରିମାଣ୍ଡରେ ନେଇଛି। ପରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ସବ୍‌ ଇନ୍ସପେକ୍ଟର ନଳିନୀକାନ୍ତ ଦାସ ଅଭିଯୁକ୍ତମାନଙ୍କୁ ଧରି ବିଭିନ୍ନ ସ୍ଥାନରେ ଚଢ଼ାଉ କରିଛନ୍ତି। ଶିକାରୀମାନଙ୍କୁ ଧରିବାକୁ ଚେଷ୍ଟା ଚାଲିଥିବା କ୍ରାଇମବ୍ରାଞ୍ଚ ଏସିପି ପି. ରାହୁଲ କହିଛନ୍ତି। ସେପଟେ ଏହି ଘଟଣା ପରେ ପଦକ୍ଷେପ ପାଇଁ ତତ୍ପର ହୋଇଉଠିଛି ବନ ବିଭାଗ। ରାଜ୍ୟ ମୁଖ୍ୟ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ତଥା ପିସିସିଏଫ୍‌ ଅଜୟ ମହାପାତ୍ର କହିଛନ୍ତି, ଆମର ଇଣ୍ଟେଲିଜେନ୍ସ ବଢ଼ାଇବାକୁ ପଡ଼ିବ। ଏ ଦିଗରେ ତୁରନ୍ତ ପଦକ୍ଷେପ ନେବାକୁ ଡିଏଫ୍‌ଓମାନଙ୍କୁ ନିର୍ଦ୍ଦେଶ ଦିଆଯିବ। ଦେବଗଡ଼ ଡିଏଫ୍‌ଓ କ୍ଷମା ଷଡ଼ଙ୍ଗୀ କହିଛନ୍ତି, ଶିକାର ହୋଇଥିବା କଲରାପତରିଆ ବାଘଟି ଦେବଗଡ଼ ଡିଭିଜନର କି ନୁହେଁ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଆମେ ତଦନ୍ତ ଜାରି ରଖିଛୁ। ଆଗକୁ ଏପରି ଘଟିଲେ ସ୍ଥାନୀୟ ରେଞ୍ଜ ଅଫିସ୍‌ ଅଧିକାରୀ ଓ କର୍ମଚାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ।

ଅନ୍ୟପକ୍ଷରେ ଓଡ଼ିଶାରେ ବାରମ୍ବାର ଏଭଳି ଘଟଣା ସାମ୍ନାକୁ ଆସିବା ପରେ ଜାତୀୟ ବ୍ୟାଘ୍ର ସଂରକ୍ଷଣ ପ୍ରାଧିକରଣ(ଏନ୍‌ଟିସିଏ) କ୍ଷୋଭ ପ୍ରକାଶ କରିବା ସହିତ ବନ ବିଭାଗର କାର୍ଯ୍ୟକଳାପ ଉପରେ ପ୍ରଶ୍ନ ଉଠାଇଛନ୍ତି। ଏନେଇ ଏନ୍‌ଟିସିଏ ମୁଖ୍ୟ ଅନୁପ ନାୟକ କହିଛନ୍ତି. ଓଡ଼ିଶାରେ ଏତେ ସଂଖ୍ୟାରେ କଲରାପତରିଆ ବାଘ ଚମଡ଼ା କ୍ରାଇମବ୍ରାଞ୍ଚ ଦ୍ୱାରା ଜବତ ହେବା ଅତ୍ୟନ୍ତ ଉଦବେଗର ବିଷୟ। ବାଘ ଶିକାର ରୋକିବା ପାଇଁ କ’ଣ ପଦକ୍ଷେପ ନେଇଛନ୍ତି ସେ ସଂକ୍ରାନ୍ତରେ ଓଡ଼ିଶା ସରକାରଙ୍କୁ ରିପୋର୍ଟ ମାଗିବୁ। ଏଥିସହ ଓଡ଼ିଶା ପାଇଁ ଏକ ଆଡ଼ଭାଇଜରି ମଧ୍ୟ ଜାରି କରିବୁ ବୋଲି ଏନ୍‌ଟିସିଏ ମୁଖ୍ୟ କହିଛନ୍ତି।

ଖୋର୍ଦ୍ଧା ଜିଲା ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ଶୁଭେନ୍ଦୁ ମଲ୍ଲିକ କୁହନ୍ତି, ପୂର୍ବରୁ କ୍ରାଇମବ୍ରାଞ୍ଚ କୁଚିଣ୍ଡାରେ ଜବତ କରିଥିବା ୪ଟି ବାଘ ଚମଡ଼ାରେ ଗୁଳି ଚିହ୍ନ ଥିଲା। ଦେବଗଡ଼ରୁ ଜବତ ଚମଡ଼ାରେ ସମାନ ପ୍ରକାରର ଚିହ୍ନ ରହିଥିବାରୁ ବାଘକୁ ଗୁଳି କରି ଶିକାର କରାଯାଇଥିବା ଜଣାପଡୁଛି। ହେଲେ ବନ୍ଧୁକ ଓ ଶିକାରୀଙ୍କୁ ଧରିବାକୁ ବନ ବିଭାଗ ଆଦୌ ପ୍ରାଥମିକତା ଦେଉନାହିଁ। ଶିମିଳିପାଳର କୋର୍‌ ଏରିଆରେ ବନ୍ଧୁକ ଚାଳନା ଭିଡିଓ ଗଣମାଧ୍ୟମରେ ପ୍ରକାଶିତ ହେଲା। ତଦନ୍ତରୁ ସତ୍ୟତା ପ୍ରମାଣିତ ହେଲା, ହେଲେ ସମ୍ପୃକ୍ତ ଦୋଷୀମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେଲାନାହିଁ। ସେହିଭଳି ବନ୍ଧୁକରେ ଯେ ଶିକାର ହେଉ ନ ଥିବ ସେକଥା କିଏ କହିବ ବୋଲି ଶୁଭେନ୍ଦୁ ପ୍ରଶ୍ନ କରିଛନ୍ତି।
ସୂଚନାଯୋଗ୍ୟ, ଶୁକ୍ରବାର କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଦେବଗଡ଼ ଜିଲାରୁ ୭ ଫୁଟର ଏକ କଲରାପତରିଆ ବାଘ ଛାଲ ଜବତ କରିବା ସହ ୩ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କ ମଧ୍ୟରେ ୨ଜଣ ଜେଲ୍‌ ବିଭାଗ କର୍ମଚାରୀଙ୍କ ପୁଅ ଅଛନ୍ତି ବୋଲି ସୂଚନା ମିଳିଛି। ଗିରଫ ଅଭିଯୁକ୍ତମାନେ ହେଲେ ରମଣୀସେନ ବେହେରା, ଯଜ୍ଞଦତ୍ତ ବେହେରା ଓ ସଚ୍ଚିକାନ୍ତ ନାୟକ। ରମଣୀସେନ ଏହି ମାମଲାର ମାଷ୍ଟର ମାଇଣ୍ଡ୍‌ ବୋଲି ଜଣାପଡ଼ିଛି। ରାଉରକେଲାରେ ବାଘ ଛାଲ ବିକ୍ରି କରିବା ପାଇଁ ଗିରଫ ଅଭିଯୁକ୍ତମାନେ ଯୋଜନା କରୁଥିଲେ ବୋଲି କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଡିଆଇଜି ଆଶିଷ ସିଂ ସୂଚନା ଦେଇଛନ୍ତି। ପୂର୍ବରୁ କୁଚିଣ୍ଡାରେ ୪ଟି ବାଘ ଛାଲ ଜବତ ସହ ୭ ଜଣଙ୍କୁ ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

ପିକନିକ୍ ହେଲା କାଳ, ଗାଧୋଇବା ବେଳେ ସମୁଦ୍ରରେ ବୁଡି ଛାତ୍ରୀ ମୃତ

ପୁରୀ ୧୭/୧୨( ଅଜିତ୍ କୁମାର ମହାନ୍ତି ): ବେଲେଶ୍ଵର ମନ୍ଦିର ସାମ୍ନା ବେଳାଭୂମିରେ ବଡ଼ ଅଘଟଣ । ପିକନିକ୍ ଆସି ଗାଧୋଇବା ବେଳେ ଅଘଟଣ ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri