ବାରକୋଟ୍‌ରୁ କଲରାପତରିଆ ବାଘଛାଲ ଜବତ: ଏସ୍‌ଟିଏଫ୍‌ ଜାଲରେ ର଼୍ୟାକେଟର ୩ ସଦସ୍ୟ

ଭୁବନେଶ୍ୱର, ୨୨ା୬(ବ୍ୟୁରୋ): ବାଘଛାଲ ଚୋରା ଚାଲାଣ ର଼୍ୟାକେଟର ପର୍ଦ୍ଦାଫାଶ୍‌ କରିଛି କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କଫୋର୍ସ (ଏସ୍‌ଟିଏଫ୍‌)। ବୁଧବାର ବିଳମ୍ବିତ ରାତିରେ ଏସ୍‌ଟିଏଫ ପକ୍ଷରୁ ଦେବଗଡ଼ ଜିଲା ବାରକୋଟ୍‌ ଅଞ୍ଚଳରେ ଚଢାଉ କରାଯାଇ ଲକ୍ଷାଧିକ ଟଙ୍କା ମୂଲ୍ୟର କଲରାପତରିଆ ବାଘଛାଲ ଜବତ କରାଯିବା ସହ ଏହି ର଼୍ୟାକେଟର ୩ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ସୁନ୍ଦରଗଡ ଜିଲାର ଶଚୀକାନ୍ତ ନାୟକ, ଦେବଗଡ଼ ଜିଲାର ଜଗନସନ ବେହେରା ଏବଂ ରମଣୀସେନ ବେହେରା। ଏସ୍‌ଟିଏଫ୍‌ ଏସ୍‌ପି ରାହୁଲ ପି.ଆର୍‌.ଙ୍କ ସୂଚନା ଅନୁଯାୟୀ, ଦେବଗଡ ଜିଲା ବାରକୋଟ୍‌ ଅଞ୍ଚଳରେ ବାଘଛାଲ କାରବାର ନେଇ ଯୋଜନା ଚାଲିଥିବା ବିଶ୍ୱସ୍ତ ସୂତ୍ରରୁ ଖବର ମିଳିଥିଲା। ଏହାପରେ ବୁଧବାର ଏସ୍‌ଟିଏଫ୍‌ର ଦୁଇଟି ଟିମ୍‌ ଦେବଗଡ ଜିଲା ଅଭିମୁଖେ ବାହାରି ଥିଲା। ବିଳମ୍ବିତ ରାତିରେ ବାରକୋଟ୍‌ ଅଞ୍ଚଳର ଏକ ଘରେ ଡିଲ୍‌ ଚାଲିଥିବାବେଳେ ଗୋଟିଏ ଟିମ୍‌ ଚଢାଉ କରିଥିଲା। ସେଠାରେ ୩ଜଣଙ୍କ ନିକଟରୁ କଲରାପତରିଆ ବାଘଛାଲ ଜବତ କରିବା ସହ ସେମାନଙ୍କୁ ଗିରଫ କରିଥିଲା। ଜେରାବେଳେ ଅଭିଯୁକ୍ତମାନେ ସ୍ବୀକାର କରିଛନ୍ତି ଯେ, ସ୍ଥାନୀୟ ଅଞ୍ଚଳରୁ ବାଘଛାଲ କିଣିବା ପରେ ଅନ୍ତର୍ଜାତୀୟ ମାର୍କେଟକୁ ଚୋରାରେ ବିକ୍ରି କରିବାର ଯୋଜନା ରଖିଥିଲେ। ଏହି ଘଟଣାରେ କେଉଁମାନେ ଫାଇନାନ୍ସର, ମିଡିଲମ୍ୟାନ ଏବଂ ଏଜେଣ୍ଟ ସେନେଇ ତଦନ୍ତ ଜାରି ରହିଛି। ଗିରଫ ଅଭିଯୁକ୍ତମାନଙ୍କୁ ଅଧିକ ପଚରାଉଚରା ପରେ କୋର୍ଟ ଚାଲାଣ କରାଯିବ। ସେହିପରି ଅଧିକ ତଦନ୍ତ ପାଇଁ ଅଭିଯୁକ୍ତମାନଙ୍କୁ ରିମାଣ୍ଡରେ ଅଣାଯିବ ବୋଲି ରାହୁଲ କହିଛନ୍ତି। ରାଜ୍ୟରେ ବନାଞ୍ଚଳରେ ବନ୍ୟଜନ୍ତୁ ଶିକାରୀଙ୍କ ସଂଖ୍ୟା ବଢିବା ସହ ବାଘଛାଲ ଓ ହାତୀଦାନ୍ତ ଆଦି ଚୋରା କାରିବାର ବୃଦ୍ଧିପାଇବାରେ ଲାଗିଛି। ଗତ ୬ମାସରେ ୫ଥର ବାଘଛାଲ ଜବତ ହେବା ଘଟଣା ଏହାକୁ ସ୍ପଷ୍ଟ କରୁଛି। ଏ ନେଇ ପରିବେଶବିତ୍‌ ଏବଂ ବନ୍ୟପ୍ରାଣୀପ୍ରେମୀ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଫଳରେ ବନ୍ୟଜନ୍ତୁଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହେବା ସହ ରାଜ୍ୟ ଜଙ୍ଗଲ ବିଭାଗ ଉପରକୁ ଅଙ୍ଗୁଳି ଉଠିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?