ବାରକୋଟ୍‌ରୁ କଲରାପତରିଆ ବାଘଛାଲ ଜବତ: ଏସ୍‌ଟିଏଫ୍‌ ଜାଲରେ ର଼୍ୟାକେଟର ୩ ସଦସ୍ୟ

ଭୁବନେଶ୍ୱର, ୨୨ା୬(ବ୍ୟୁରୋ): ବାଘଛାଲ ଚୋରା ଚାଲାଣ ର଼୍ୟାକେଟର ପର୍ଦ୍ଦାଫାଶ୍‌ କରିଛି କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କଫୋର୍ସ (ଏସ୍‌ଟିଏଫ୍‌)। ବୁଧବାର ବିଳମ୍ବିତ ରାତିରେ ଏସ୍‌ଟିଏଫ ପକ୍ଷରୁ ଦେବଗଡ଼ ଜିଲା ବାରକୋଟ୍‌ ଅଞ୍ଚଳରେ ଚଢାଉ କରାଯାଇ ଲକ୍ଷାଧିକ ଟଙ୍କା ମୂଲ୍ୟର କଲରାପତରିଆ ବାଘଛାଲ ଜବତ କରାଯିବା ସହ ଏହି ର଼୍ୟାକେଟର ୩ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ସୁନ୍ଦରଗଡ ଜିଲାର ଶଚୀକାନ୍ତ ନାୟକ, ଦେବଗଡ଼ ଜିଲାର ଜଗନସନ ବେହେରା ଏବଂ ରମଣୀସେନ ବେହେରା। ଏସ୍‌ଟିଏଫ୍‌ ଏସ୍‌ପି ରାହୁଲ ପି.ଆର୍‌.ଙ୍କ ସୂଚନା ଅନୁଯାୟୀ, ଦେବଗଡ ଜିଲା ବାରକୋଟ୍‌ ଅଞ୍ଚଳରେ ବାଘଛାଲ କାରବାର ନେଇ ଯୋଜନା ଚାଲିଥିବା ବିଶ୍ୱସ୍ତ ସୂତ୍ରରୁ ଖବର ମିଳିଥିଲା। ଏହାପରେ ବୁଧବାର ଏସ୍‌ଟିଏଫ୍‌ର ଦୁଇଟି ଟିମ୍‌ ଦେବଗଡ ଜିଲା ଅଭିମୁଖେ ବାହାରି ଥିଲା। ବିଳମ୍ବିତ ରାତିରେ ବାରକୋଟ୍‌ ଅଞ୍ଚଳର ଏକ ଘରେ ଡିଲ୍‌ ଚାଲିଥିବାବେଳେ ଗୋଟିଏ ଟିମ୍‌ ଚଢାଉ କରିଥିଲା। ସେଠାରେ ୩ଜଣଙ୍କ ନିକଟରୁ କଲରାପତରିଆ ବାଘଛାଲ ଜବତ କରିବା ସହ ସେମାନଙ୍କୁ ଗିରଫ କରିଥିଲା। ଜେରାବେଳେ ଅଭିଯୁକ୍ତମାନେ ସ୍ବୀକାର କରିଛନ୍ତି ଯେ, ସ୍ଥାନୀୟ ଅଞ୍ଚଳରୁ ବାଘଛାଲ କିଣିବା ପରେ ଅନ୍ତର୍ଜାତୀୟ ମାର୍କେଟକୁ ଚୋରାରେ ବିକ୍ରି କରିବାର ଯୋଜନା ରଖିଥିଲେ। ଏହି ଘଟଣାରେ କେଉଁମାନେ ଫାଇନାନ୍ସର, ମିଡିଲମ୍ୟାନ ଏବଂ ଏଜେଣ୍ଟ ସେନେଇ ତଦନ୍ତ ଜାରି ରହିଛି। ଗିରଫ ଅଭିଯୁକ୍ତମାନଙ୍କୁ ଅଧିକ ପଚରାଉଚରା ପରେ କୋର୍ଟ ଚାଲାଣ କରାଯିବ। ସେହିପରି ଅଧିକ ତଦନ୍ତ ପାଇଁ ଅଭିଯୁକ୍ତମାନଙ୍କୁ ରିମାଣ୍ଡରେ ଅଣାଯିବ ବୋଲି ରାହୁଲ କହିଛନ୍ତି। ରାଜ୍ୟରେ ବନାଞ୍ଚଳରେ ବନ୍ୟଜନ୍ତୁ ଶିକାରୀଙ୍କ ସଂଖ୍ୟା ବଢିବା ସହ ବାଘଛାଲ ଓ ହାତୀଦାନ୍ତ ଆଦି ଚୋରା କାରିବାର ବୃଦ୍ଧିପାଇବାରେ ଲାଗିଛି। ଗତ ୬ମାସରେ ୫ଥର ବାଘଛାଲ ଜବତ ହେବା ଘଟଣା ଏହାକୁ ସ୍ପଷ୍ଟ କରୁଛି। ଏ ନେଇ ପରିବେଶବିତ୍‌ ଏବଂ ବନ୍ୟପ୍ରାଣୀପ୍ରେମୀ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଫଳରେ ବନ୍ୟଜନ୍ତୁଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହେବା ସହ ରାଜ୍ୟ ଜଙ୍ଗଲ ବିଭାଗ ଉପରକୁ ଅଙ୍ଗୁଳି ଉଠିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଯୋଗଦେଲେ ଭର୍ତ୍ତୃହରି ମହତାବ, ନିକଟରେ ବିଜେଡିରୁ ଇସ୍ତଫା ଦେଇଥିଲେ

ଭୁବନେଶ୍ୱର,୨୮।୩: ନିକଟରେ ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେଇଥିବା କଟକ ଲୋକ ସଭା ଏମପି ଭର୍ତ୍ତୃହରି ମହତାବ ଭାଜପାରେ ଯୋଗ ଦେଇଛନ୍ତି। ତାଙ୍କ ସହିତ ଦୁଇଥର...

ଭାଜପାରେ ମିଶିଲେ ସିଦ୍ଧାନ୍ତ ମହାପାତ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୩: ଭାଜପାରେ ଗୁରୁବାର ଯୋଗ ଦେଇଛନ୍ତି ଅଭିନେତା ତଥା ବିଜେଡିର ପୂର୍ବତନ ଏମ୍‌ପି ସିଦ୍ଧାନ୍ତ ମହାପାତ୍ର। ଦିଲ୍ଲୀ ମୁଖ୍ୟ କାର୍ଯ୍ୟାଳୟରେ ଯୋଗଦେଇ ସେ ଭାଜପାରେ ସାମିଲ...

ଆଗାମୀ ଦୁଇ ଦିନରେ ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ତାପମାତ୍ରା

ଭୁବନେଶ୍ୱର,୨୮ା୩: ପାଗ ଶୁଖିଲା ରହୁଥିବାରୁ ଚଳିତମାସ ଶେଷ ପର୍ଯ୍ୟନ୍ତ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ...

ଏପ୍ରିଲ ପ୍ରଥମ ସପ୍ତାହରେ ଘୋଷଣା ହେବ କଂଗ୍ରେସ ଟିକେଟ୍‌

ଭୁବନେଶ୍ୱର,୨୮।୩: ମୁଣ୍ଡ ଉପରେ ନିର୍ବାଚନ। ଭାଜପା ଓ ବିଜେଡି ପର୍ଯ୍ୟାୟ କ୍ରମେ ନିଜର ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। କିନ୍ତୁ ଏଥିରେ ପଛରେ ପଡିଛି କଂଗ୍ରେସ...

ଭାଜପାରେ ମିଶିପାରନ୍ତି ଅନୁଭବ, ଆଜି ହେବ ସ୍ପଷ୍ଟ

ଭୁବନେଶ୍ୱର,୨୮ା୩: ବିଜେଡି ଟିକେଟ୍‌ରେ କେନ୍ଦ୍ରାପଡ଼ା ଲୋକ ସଭାକୁ ନିର୍ବାଚିତ ହୋଇଥିବା ଅଭିନେତା ଅନୁଭବ ମହାନ୍ତି ଗୁରୁବାର ଭାଜପାରେ ଯୋଗ ଦେଇ ପାରନ୍ତି ବୋଲି ରାଜନୈତିକ ମହଲରେ...

ଟିକେଟ୍‌ ପାଇବା ପରେ ନବୀନ ନିବାସରେ ନେତାଙ୍କ ପ୍ରବଳ ଭିଡ଼, ଭେଟିବାକୁ ଆସିଲେ…

ଭୁବନେଶ୍ୱର,୨୮ା୩: ଟିକେଟ୍‌ ପାଇବା ପରେ ବିଜେଡି ସୁପ୍ରିମୋଙ୍କୁ ଧନ୍ୟବାଦ ଜଣାଇବା ପାଇଁ ନବୀନ ନିବାସରେ ଏମ୍‌ପି ଏବଂ ବିଧାୟକ ପ୍ରାର୍ଥୀଙ୍କ ପ୍ରବଳ ଭିଡ଼ ଲାଗିଛି। ଏମାନଙ୍କ...

ଆଜି ଭାଜପାରେ ମିଶିବେ ଅଭିନେତା ସିଦ୍ଧାନ୍ତ ମହାପାତ୍ର!

ଭୁବନେଶ୍ୱର,୨୮।୩: ପାଖେଇ ଆସିଲାଣି ନିର୍ବାଚନ। ଏହାରି ଭିତରେ ଭାଜପା ଓ ବିଜେଡି ନିଜ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ଭାଜପା ଓଡିଶାର ୩ଟି ଆସନ ଛାଡିଦେଲେ...

ଆଜି ପଦ୍ମ ଧରିବେ ଭର୍ତ୍ତୃହରି! ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା

ଭୁବନେଶ୍ୱର,୨୮।୩: ପାଖେଇ ଆସିଲାଣି ନିର୍ବାଚନ। ଏହାରି ଭିତରେ ଭାଜପା ଓ ବିଜେଡି ନିଜ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ଭାଜପା ଓଡିଶାର ୩ଟି ଆସନ ଛାଡିଦେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri