ବାରଙ୍ଗ ଧନ୍ଦାମୂଳକ ତାଲିମ କେନ୍ଦ୍ରକୁ ଉତ୍ପାଦନମୁଖୀ କରାଯିବ

ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ବାରଙ୍ଗସ୍ଥିତ ଧନ୍ଦାମୂଳକ ତାଲିମ କେନ୍ଦ୍ରକୁ ଅଧିକ ସଶକ୍ତ ଓ କ୍ରିୟାଶୀଳ କରାଯିବ। ଏଥିସହିତ ସେଠାରେ ଭିନ୍ନକ୍ଷମମାନଙ୍କ ନିମନ୍ତେ ତାଲିମ ବ୍ୟବସ୍ଥାକୁ ଦୃଢ଼ କରାଯିବ। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ପ୍ରମୁଖ ଶାସନ ସଚିବ ନିତେନ୍‌ ଚନ୍ଦ୍ର ବୁଧବାର ଏହି ତାଲିମ କେନ୍ଦ୍ର ପରିଦର୍ଶନ କରିବା ସହିତ ଏକ ସମୀକ୍ଷା ବୈଠକ କରିଥିଲେ। ତାଲିମ କେନ୍ଦ୍ରରେ ଭିନ୍ନକ୍ଷମଙ୍କ ନିମନ୍ତେ ଅଧିକ ବନ୍ଦୋବସ୍ତ କରିବା ଉପରେ ସେ ଗୁରୁତ୍ୱରୋପ କରିଛନ୍ତି।
୨୦୦୩ରୁ ନିଷ୍କ୍ରିୟ ହୋଇଯାଇଥିବା ଏହି ତାଲିମ କେନ୍ଦ୍ରକୁ ୨୦୧୭ରୁ ପୁନଃ କାର୍ଯ୍ୟକ୍ଷମ କରାଯାଇଛି। ଚଳିତ ବର୍ଷ ଏଠାରେ ଭିନ୍ନକ୍ଷମମାନଙ୍କୁ ତାଲିମ ପ୍ରଦାନ ଆରମ୍ଭ ହୋଇଛି। ପ୍ରାୟ ୬ ଏକର ପରିମିତ ଅଞ୍ଚଳରେ ପ୍ରତିଷ୍ଠିତ ଏହି ତାଲିମ କେନ୍ଦ୍ରରେ ବିଭିନ୍ନ ପ୍ରାକୃତିକ ଚାଷ ତଥା ଆନୁଷଙ୍ଗିକ ଜୀବିକା କୌଶଳଭିତ୍ତିକ କାର୍ଯ୍ୟ କରାଯାଇପାରିବ। ବର୍ତ୍ତମାନ ଏଠାରେ ଛତୁଚାଷ ଆରମ୍ଭ ହୋଇଛି। ପରବର୍ତ୍ତୀ ପର୍ଯ୍ୟାୟରେ ମହୁଚାଷ କରାଯିବ। ଏହା ବ୍ୟତୀତ ମଶାମରା ଅଗରବତୀ ଉତ୍ପାଦନ ସହିତ ଏକ ଡାଏରୀ ଫାର୍ମ ଖୋଲାଯିବାର ପ୍ରସ୍ତାବ ରହିଛି। ଉଦ୍ୟାନ କୃଷିକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଏଠାରେ ଏକ ପ୍ରାକୃତିକ ଉଦ୍ୟାନ ଆରମ୍ଭ କରାଯିବ। ବର୍ତ୍ତମାନ ଛତୁ ଚାଷ ପାଇଁ ୧୦ଜଣ ପ୍ରଶିକ୍ଷାର୍ଥୀ ୧୫ ଦିନିଆ ତାଲିମ ନେଉଥିବାବେଳେ ପ୍ରତି ୧୫ ଦିନରେ ଭିନ୍ନକ୍ଷମଙ୍କ ନିମନ୍ତେ ବିଭିନ୍ନ ବର୍ଗରେ ତାଲିମର ବ୍ୟବସ୍ଥା କରାଯାଉଛି। ପରବର୍ତ୍ତୀ ସମୟରେ ତାଲିମ କେନ୍ଦ୍ରରୁ ଉତ୍ପାଦିତ ସାମଗ୍ରୀର ବିପଣନ ସହ ଏକ ୫୦ ଶଯ୍ୟା ବିଶିଷ୍ଟ ଛାତ୍ରାବାସ ନିର୍ମାଣ ଉପରେ ପଦକ୍ଷେପ ଗ୍ରହଣ କରିବାକୁ ସମୀକ୍ଷା ବୈଠକରେ ପ୍ରମୁଖ ଶାସନ ସଚିବ ପରାମର୍ଶ ଦେଇଛନ୍ତି। ଏହି ବୈଠକରେ ବିଭାଗ ନିର୍ଦ୍ଦେଶକ ସୁଶାନ୍ତ ମହାପାତ୍ର, ବିଭାଗୀୟ ଉପଶାସନ ସଚିବ ଅମ୍ବିକା ପଟ୍ଟନାୟକ, କଟକର ଅତିରିକ୍ତ ଜିଲାପାଳ ବିଜୟ କୁମାର ଖଣ୍ଡାୟତରାୟ, ଜିଲା ସାମାଜିକ ସୁରକ୍ଷା ଅଧିକାରୀ ଅଶୋକ କୁମାର ମିଶ୍ର, ବାରଙ୍ଗ ବିଡିଓ ଆକୁଳ ମଲ୍ଲିକ ଓ ତହସିଲଦାର ରମେଶ ଚନ୍ଦ୍ର ଜେନା ଓ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼; ଟିଏମସି ନେତା କହିଲେ ଚାଲିଛି ‘ଜଙ୍ଗଲ ରାଜ’

କୋଲକାତା,୨୬।୯: ପଶ୍ଚିମବଙ୍ଗରେ ପୁଣିଥରେ ଜଣେ ଟିଏମସି (TMC) ନେତା ଜନସାଧାରଣଙ୍କ ଆକ୍ରୋଶର ଶିକାର ହୋଇଛନ୍ତି। ଟିଏମସି ବିଧାୟକ କୁନାଲ ଘୋଷ ଅଭିଯୋଗ କରିଛନ୍ତି ଯେ ତାଙ୍କ ଗାଡ଼ି…

କବାଡ଼ିରେ ଭାରତକୁ ଦ୍ୱିତୀୟ ସ୍ବର୍ଣ୍ଣ

ନାଗୋୟା,୨୬।୯: ମହିଳା ପରେ ଭାରତୀୟ ପୁରୁଷ କବାଡ଼ି ଦଳ ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ଇରାନକୁ ପରାସ୍ତ କରି ସ୍ବର୍ଣ୍ଣ ପଦକ ହାସଲ କରିଛି। ଏକ କଡ଼ା…

ମୁରବୀ ବିହୀନ ହୋଇପଡ଼ିଛି କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗ, ନିଯୁକ୍ତିର ୪ ମାସ ପରେ ବଦଳି

କର୍ଲାମୁଣ୍ଡା,୨୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ବଦଳି ପରେ ଏବେ ଶିକ୍ଷା ବିଭାଗ ମୁରବୀ ବିହୀନ ହୋଇପଡ଼ିଛି।…

ଶ୍ରୀଜିଉଙ୍କ ସୁନାବେଶ ପାଇଁ ତିଆରି ହେବ ନୂଆ ଅଳଙ୍କାର ସେଟ୍‌

ପୁରୀ, ୨୬।୫: ଶ୍ରୀଜିଉଙ୍କ ସୁନାବେଶ ପାଇଁ ନୂଆ ଅଳଙ୍କାର ସେଟ୍‌ ତିଆରି କରାଯିବ। ଏ ନେଇ ଶ୍ରୀମନ୍ଦିର ପରିଚାଳନା କମିଟିର ଅନୁମୋଦନ ମିଳିଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…

କଳିଙ୍ଗା ଘାଟିରେ ପରିବହନ ମନ୍ତ୍ରୀ: ବିକଳ୍ପ ରାସ୍ତା ନିର୍ମାଣ ଓ ଘାଟି ରାସ୍ତା ମରାମତି ନେଇ ଅନୁଧ୍ୟାନ

ଭଞ୍ଜନଗର, ୨୬/୯ (ବାବୁଲା ପ୍ରଧାନ): ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିର ଦୁଇଟି ସ୍ଥାନରେ ଭୂସ୍ଖଳନ ହେବାରୁ ବିଗତ ୫ ଦିନ…

ସୁନିତା ଆହୁଜାଙ୍କୁ ନେଇ କୋମଲ ରାଣୀଙ୍କ ଚାଞ୍ଚଲ୍ୟକର ଦାବି; ‘ଯିଏ ତାଙ୍କ ସ୍ବାମୀଙ୍କ ହତ୍ୟା ପଛରେ ଥିଲେ…’: ଗୋବିନ୍ଦାଙ୍କ ସହ ଡେଟିଂକୁ ନେଇ…

ମୁମ୍ବାଇ,୨୬।୯: ବଲିଉଡ ଅଭିନେତା ଗୋବିନ୍ଦା ଦୀର୍ଘ ଦିନ ଧରି ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଆସିଛନ୍ତି। ତାଙ୍କ ପତ୍ନୀ ସୁନିତା ଆହୁଜା ବାରମ୍ବାର ଗୋବିନ୍ଦାଙ୍କ ଅନ୍ୟ…

ଭୟଙ୍କର ଭୂସ୍ଖଳନ: ହଠାତ୍‌ ଧସିଲା ବଡ଼ବଡ଼ ପଥର ଖଣ୍ଡ, ମାଟି ଅତଡ଼ା

ବଞ୍ଚୋ,୨୬ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅଧୀନ ତରତରା ପଂଚାୟତ ବାହିଆବାରଦଣ୍ଡା ଅଞ୍ଚଳର ବାରହାଗାଡ଼ିଆ ନିକଟରେ ଶନିବାର ଏକ ଭୟାନକ ଭୂସ୍କଳନ ଘଟିଥିବା ଜଣାପଡ଼ିଛି। ହଠାତ୍‌ ମାଟି ଓ…

ସୂର୍ଯ୍ୟଙ୍କ ସବୁଠୁ ବଡ଼ ଗୋଚର: ତୁଳା ସମେତ ଏହି ୪ ରାଶିଙ୍କୁ ଅପାର ଧନଲାଭ, ଚାକିରିରେ ବଡ଼ ଅଫର୍‌

ବୈଦିକ ଜ୍ୟୋତିଷରେ ସୂର୍ଯ୍ୟଙ୍କୁ ଆତ୍ମବଳ, ପ୍ରତିଷ୍ଠା, ଅଧିକାର, ନେତୃତ୍ୱ ଏବଂ କ୍ୟାରିୟର ସମ୍ୱନ୍ଧିତ ଗ୍ରହ ଭାବେ ବିବେଚନା କରାଯାଏ। ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟ ରାଶି ପରିବର୍ତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?