ବାରଣ୍ଡାରେ ଖାଉଛନ୍ତି ୧୬୯ ଛାତ୍ରୀଛାତ୍ର: ମଧ୍ୟାହ୍ନ ଭୋଜନ ପାଇଁ ଶେଡ ନିର୍ମାଣ ଦାବି

କେସିଙ୍ଗା,୨୩।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଗାଈଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇବା ପାଇଁ ଶେଡ ନଥିବାରୁ ଛାତ୍ରୀଛାତ୍ରମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବର୍ତ୍ତମାନ ୧୬୯ ଜଣ ଛାତ୍ରୀଛାତ୍ର ବିଦ୍ୟାଳୟ ବାରଣ୍ଡା, ସଭାମଣ୍ଡପ ଓ ଗଛମୂଳେ ବସି ମଧ୍ୟାହ୍ନ ଭୋଜନ କରୁଛନ୍ତି।

୧୯୬୦ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୧୬୯ ଜଣ ଛାତ୍ରୀଛାତ୍ର ପଢ଼ୁଛନ୍ତି। ଆବଶ୍ୟକତା ଅନୁଯାୟୀ ପ୍ରଧାନ ଶିକ୍ଷକଙ୍କ ସମେତ ଶିକ୍ଷୟିତ୍ରୀମାନେ ମଧ୍ୟ ନିଯୁକ୍ତ ଅଛନ୍ତି। ତେବେ ବିଦ୍ୟାଳୟର କିଛି ଶ୍ରେଣୀଗୃହ ଦୀର୍ଘଦିନ ଧରି ବିପଦସଂକୁଳ ଅବସ୍ଥାରେ ରହିଥିବା ଜଣାପଡ଼ିଛି। ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ସଂଖ୍ୟା ଅନୁସାରେ ମଧ୍ୟାହ୍ନ ଭୋଜନ ଖାଇବା ପାଇଁ ଆବଶ୍ୟକ ସ୍ଥାନ ନାହିଁ। ଫଳରେ ପିଲାମାନେ ବାରଣ୍ଡା, ସଭାମଣ୍ଡପ ଏବଂ ଗଛମୂଳେ ବସି ଭୋଜନ କରୁଛନ୍ତି। ଖରା ଓ ବର୍ଷା ସମୟରେ ଏହା ଯୋଗୁ ପିଲାମାନଙ୍କୁ ଅଧିକ ସମସ୍ୟା ହେଉଥିବା ଶିକ୍ଷା କମିଟି ପକ୍ଷରୁ କୁହାଯାଇଛି। ଏନେଇ ବିଦ୍ୟାଳୟ ଶିକ୍ଷା କମିଟି ପକ୍ଷରୁ ବ୍ଲକ ପ୍ରଶାସନ ଏବଂ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ ନିକଟରେ ମଧ୍ୟାହ୍ନ ଭୋଜନ ଶେଡ ନିର୍ମାଣ ପାଇଁ ଲିଖିତ ଦାବି କରାଯାଇଥିଲା।
ଛାତ୍ରୀଛାତ୍ରଙ୍କ ସମସ୍ୟା ଦୂର କରିବା ପାଇଁ ୫ମ ଏସଏଫ୍‌ସି ଯୋଜନାରୁ ମଧ୍ୟାହ୍ନ ଭୋଜନ ଶେଡ ନିର୍ମାଣ ପାଇଁ ୩ ଲକ୍ଷ ଟଙ୍କା ମଞ୍ଜୁର ହୋଇଥିବା ଜଣାପଡ଼ିଛି। ବିଦ୍ୟାଳୟ ପରିସରରେ ଏନେଇ ସୂଚନା ଫଳକ ମଧ୍ୟ ଲଗାଯାଇଛି। ତେବେ ଅର୍ଥ ମଞ୍ଜୁର ହେବା ସତ୍ତ୍ୱେ ଏଯାଏ ଶେଡ ନିର୍ମାଣ ଆରମ୍ଭ ହୋଇନଥିବାରୁ ଛାତ୍ରୀଛାତ୍ରଙ୍କୁ ପୁଣି ବାରଣ୍ଡା, ଗଛମୂଳ ଓ ସଭାମଣ୍ଡପରେ ବସି ଭୋଜନ କରିବାକୁ ପଡ଼ୁଛି। ତେଣୁ ଯଥାଶୀଘ୍ର ମଧ୍ୟାହ୍ନ ଭୋଜନ ଶେଡ ନିର୍ମାଣ କରିବାକୁ ପ୍ରଧାନ ଶିକ୍ଷକଙ୍କ ସମେତ ଶିକ୍ଷା କମିଟି ସଦସ୍ୟମାନେ ଦାବି କରିଛନ୍ତି।
ଏନେଇ ଗାଈଗା ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଆଛାରାମ ହରିଜନ କହିଛନ୍ତି ଯେ, ଶେଡ ନିର୍ମାଣ ପାଇଁ ସୂଚନା ଫଳକ ଲଗାଯାଇଛି। ବର୍ତ୍ତମାନ ପିଲାମାନେ ବାରଣ୍ଡାରେ ବସି ଅସୁବିଧାରେ ମଧ୍ୟାହ୍ନ ଭୋଜନ ଖାଉଛନ୍ତି। ତେଣୁ ଯଥାଶୀଘ୍ର ଶେଡ ନିaର୍ମାଣ କରାଯିବା ଆବଶ୍ୟକ ବୋଲି ସେ କହିଛନ୍ତି।
ଅନ୍ୟପକ୍ଷରେ ଏନେଇ କେସିଙ୍ଗା ବିଡିଓ ଜନ୍ମେଜୟ ସ୍ବାଇଁଙ୍କୁ ପଚାରିବାରୁ ବର୍ତ୍ତମାନ ବର୍ଷା ଲାଗି ରହିଥିବାରୁ ନିର୍ମାଣ କାମ ଆରମ୍ଭ କରାଯାଇପାରୁନାହିଁ। ବର୍ଷା ଛାଡ଼ିଲେ ଶେଡ ନିର୍ମାଣ କାମ ଆରମ୍ଭ କରାଯିବ ବୋଲି ସେ ପ୍ରକାଶ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଜଣେ ‘ହିଟ୍‌’, ଜଣେ ‘ଫ୍ଲପ୍‌’: ଜାଣନ୍ତୁ ଟିମ୍‌ଇଣ୍ଡିଆ ପାଇଁ କେମିତି ରହିଲା ଦ୍ରାବିଡ-ସେହ୍ବାଗ ପୁଅଙ୍କ ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୯: କ୍ରିକେଟ ମଇଦାନରେ ଯେତେବେଳେ ଦୁଇ କିମ୍ବଦନ୍ତୀ କ୍ରିକେଟରଙ୍କ ପୁଅ ଏକାଠି ଖେଳନ୍ତି ସେତେବେଳେ ସମସ୍ତଙ୍କ ନଜର ସେମାନଙ୍କ ପ୍ରଦର୍ଶନ ଉପରେ ରହିଥାଏ। ଭାରତ ଓ ଅଷ୍ଟ୍ରେଲିଆ…

ଇରାନକୁ ଧ୍ୱଂସ କରିଦେବୁ: ୟୁଏନ୍‌ଜିଏରେ ଧମକ ଦେଲେ ଟ୍ରମ୍ପ୍‌

ଜାତିସଂଘ,୨୩ା୯:ଇରାନ ଯଦି ଓ୍ବାଶିଂଟନ ସହ ଚୁକ୍ତି ସ୍ବାକ୍ଷର ନ କରେ ତେବେ ଏହାକୁ ସମ୍ପୂର୍ଣ୍ଣ ଧ୍ୱଂସ କରିଦିଆଯିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ମଙ୍ଗଳବାର ଜାତିସଂଘ…

ଶିଶୁର ଆମେରିକା ନାଗରିକତ୍ୱ ପାଇଁ ସରୋଗେସି ଆପଣାଉଛନ୍ତି ଚାଇନା ଦମ୍ପତି

ନ୍ୟୁୟର୍କ,୨୩ା୯:ଆମେରିକାରେ ଶିଶୁ ଜନ୍ମ କରିବାକୁ ଚାଇନାର ଅନେକ ଧନୀ ପରିବାର ଆକାଂକ୍ଷା ରଖୁଛନ୍ତି। କାଲିଫର୍ନିଆରେ ବଢ଼ିଚାଲିଥିବା ସରୋଗେସି ଶିଳ୍ପ ଏଭଳି ଧନୀ ଚାଇନିଜ୍‌ ପରିବାରଗୁଡ଼ିକୁ ଆକର୍ଷିତ କରୁଛି,…

କାର୍‌କୁ ଧକ୍କା ପରେ ରାସ୍ତାରେ ଓଲଟିଲା କଦଳୀ ବୋଝେଇ ଟ୍ରକ୍‌

ଭୁବନେଶ୍ୱର,୨୩।୯: ରାଜଧାନୀ ଭୁବନେଶ୍ୱରର ଜୟଦେବ ବିହାର ଜାତୀୟ ରାଜପଥରେ ଏକ କାର୍‌କୁ ଧକ୍କା ଦେଇ କଦଳୀ ବୋଝେଇ ଟ୍ରକ୍‌ ଓଲଟିପଡ଼ିଛି। ଏହି ଦୁର୍ଘଟଣାରେ ଟ୍ରକ୍‌ ଡ୍ରାଇଭର ଗୁରୁତର…

କପିଳେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି: ଦଳକୁ ମଜଭୁତ କରିବା ଲକ୍ଷ୍ୟ

ରାଜକନିକା, ୨୩।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ନୂତନ ବିଜେଡି ସଭାପତି ଭାବେ ପ୍ରାକ୍ତନ ରାଜକନିକା ପଞ୍ଚାୟତ ସମିତି ଅଧ୍ୟକ୍ଷ କପିଳେନ୍ଦ୍ର ମଲ୍ଲିକଙ୍କୁ…

ମାତ୍ର ୩୨ ରନ୍‌ କରି ଐତିହାସିକ ବିଜୟ ହାସଲ କଲା ଭାରତ, ଚମତ୍କାର କଲେ ଅକ୍ଷର ପଟେଲ

ନୂଆଦିଲ୍ଲୀ,୨୩।୯: ସାନୋ ଷ୍ଟାଡିୟମରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଜାପାନକୁ ୨ ରନ୍‌ରେ ହରାଇଛି ଭାରତ। ବର୍ଷା ଯୋଗୁ ମ୍ୟାଚ୍‌କୁ ୫-୫ ଓଭରକୁ କମାଇ ଦିଆଯାଇଥିଲା। ଭାରତ…

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?