ବାରଣ୍ଡାରେ ମଧ୍ୟାହ୍ନଭୋଜନ ରୋଷେଇ

ବନ୍ତ, ୬।୭(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବନ୍ତ ବ୍ଲକର ଅଧିକାଂଶ ସ୍କୁଲରେ ରୋଷେଇ ଘର ନ ଥିବାବେଳେ ଆଉ କେତେକ ସ୍କୁଲରେ ଅଧାପନ୍ତରିଆ ଅବସ୍ଥାରେ ପଡ଼ିରହିଛି। ଫଳରେ ଛାତ୍ରୀଛାତ୍ରଙ୍କ ପାଇଁ ଖାଦ୍ୟ ପ୍ରସ୍ତୁତି ବାରଣ୍ଡାରେ ହେଉଥିବା ଦେଖାଯାଇଛି। ଏଭଳି ଅବ୍ୟବସ୍ଥା ନେଇ ଅସନ୍ତୋଷ ପ୍ରକାଶ ପାଇଛି। ତୁରନ୍ତ ଏହାର ସମାଧାନ କରାଯାଉ ବୋଲି ସାଧାରଣରେ ଦାବି କରାଯାଇଛି।
ପ୍ରକାଶ ଯେ, ବନ୍ତ ବ୍ଲକରେ ମୋଟ ୨୩୫ଟି ସ୍କୁଲକୁ ମଧ୍ୟାହ୍ନଭୋଜନ ଯୋଗାଇ ଦିଆଯାଉଥିବା ବେଳେ ସେଥିମଧ୍ୟରୁ ୧୭୯ ସ୍କୁଲରେ ରୋଷେଇ ଘର ଅଛି। ୫୬ ସ୍କୁଲରେ ରୋଷେଇ ଘର ନ ଥିବା ତଥ୍ୟ ସାମ୍ନାକୁ ଆସିଛି। ସେଥିମଧ୍ୟରୁ କେତେକ ସ୍କୁଲରେ ଆଦୌ ରୋଷେଇ ଘର ନ ଥିବାବେଳେ ଆଉ କେତେକ ସ୍କୁଲରେ ଗୃହ ନିର୍ମାଣ କରାଯାଇ ଅଧାରେ ଅଟକି ରହିଛି। ପଧାନପଡ଼ା ପଞ୍ଚାୟତ ଆଦିବାସୀ ସାହି ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟରେ ରୋଷେଇ ଘର ନ ଥିବାରୁ ବାରଣ୍ଡାରେ ମଧ୍ୟାହ୍ନଭୋଜନ ପ୍ରସ୍ତୁତ କରାଯାଉଥିବା ଦେଖିବାକୁ ମିଳିଛି। ୨୦୦୮ ମସିହାରେ ଏଠାରେ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିବା ବେଳେ ପଧାନପଡ଼ା, ଆଦିବାସୀ ସାହି ଓ ନିମପଲ୍ଲୀ ଆଦି ଗ୍ରାମରୁ ଅନୁସୂଚିତ ଜାତି ଏବଂ ଜନଜାତି ସମ୍ପ୍ରଦାୟର ପିଲା ଅଧ୍ୟୟନ କରୁଛନ୍ତି। ଖୋଲାସ୍ଥାନରେ ରୋଷେଇ ହେଉଥିବାରୁ ଝଡ଼ ବର୍ଷା ସମୟରେ ନାନା ଅସୁବିଧା ହେଉଛି। ସେହିପରି ପାଚେରି ନ ଥିବାରୁ ବିଦ୍ୟାଳୟ ଅସୁରକ୍ଷିତ ହୋଇପଡ଼ିଛି। ଏହି ସମସ୍ୟା ସମ୍ପର୍କରେ ସ୍ଥାନୀୟ ଲୋକେ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଆସୁଥିଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିବା ଅଭିଯୋଗ ହେଉଛି। ଏ ବିଷୟରେ ବ୍ଲକ ଶିକ୍ଷାଧିକାରୀ ବାସନ୍ତୀ କୁମାରୀ ମିଶ୍ରଙ୍କୁ ପଚାରିବାରୁ ଯେଉଁଠି ରୋଷେଇ ଘର ନାହିଁ, ସେସବୁ ସ୍କୁଲର ତାଲିକା ଡିପିସି ଅଫିସ୍‌କୁ ପଠାଯାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

ସେପ୍ଟେମ୍ୱର ୧୭ରେ ବଦଳିବ ବୁଧଙ୍କ ଚଳନ, ୪ ରାଶିର ଭାଗ୍ୟ ଚମକିବ, ଆଲମାରୀରେ ଭର୍ତ୍ତି ହୋଇଯିବ ଟଙ୍କା!

୨୦୨୬ ମସିହା ସେପ୍ଟେମ୍ୱର ୧୭ ତାରିଖରେ ବିଶ୍ୱକର୍ମା ପୂଜା ପାଳନ କରାଯିବ। ଏହି ଦିନ ବୁଧ ଗ୍ରହ ନିଜର ଦିଗ ପରିବର୍ତ୍ତନ କରୁଛନ୍ତି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ,…

ନିଟ୍‌ କୃତକାର୍ଯ୍ୟ ସୁଦାମଙ୍କୁ ସହାୟତା

ବଞ୍ଚୋ,୨୭ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଘଷିପୁରା ବ୍ଲକ୍‌ ଶାମୁକାନେଣ୍ଡି ପଞ୍ଚାୟତର ନିଟ୍‌ରେ କୃତକାର୍ଯ୍ୟ ହୋଇଥିବା ସୁଦାମ ହାଁସଦାଙ୍କୁ ଭାଜପା ନେତା ସହାୟତା କରିଛନ୍ତି। ସୁଦାମ ଶୁକ୍ରବାର ନାମ…

ଶାଶୁ, ନଣଦେଇଙ୍କ ନାଁରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଲେ ବିଧବା ମହିଳା

ଛତ୍ରପୁର,୨୭।୮(ଦିଲ୍ଲୀପ ସାମଲ): ଜଣେ ବିଧବା ମହିଳା ନିଜ ଶାଶୁ ଓ ନଣଦେଇଙ୍କ ନାଁରେ ଯୌତୁକ ଏବଂ ଶାରୀରିକ ନିର୍ଯାତନା ଦେଉଥିବା ନେଇ ଛତ୍ରପୁର ଥାନାରେ ଏକ ଲିଖିତ…

ଅଲ୍‌ ଓଡ଼ିଶା ଲିଲି କପ୍‌ ବାସ୍କେଟବଲ୍‌ ଟୁର୍ଣ୍ଣାମେଣ୍ଟ: ଏମ୍‌-୩ ପାନ୍ଥର୍ସ କଟକ ଚମ୍ପିୟାନ

କଟକ ସଦର,୨୭।୮(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ଲିଲି ଇଣ୍ଟରନ୍ୟାଶନାଲ ସ୍କୁଲ ପରିସରରେ ‘ଅଲ ଓଡ଼ିଶା ଲିଲି କପ୍‌’ ବାସ୍କେଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ପ୍ରତିଯୋଗିତାରେ…

ଗଭୀର ସମୁଦ୍ରରୁ ଉଦ୍ଧାର ହେଲା ଟ୍ରଲର: ବଞ୍ଚିଛନ୍ତି ମତ୍ସ୍ୟଜୀବୀ, ୩ ତାରିଖରୁ ଥିଲେ ନିଖୋଜ

ଭୋଗରାଇ,୨୭।୮(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ଉପକୂଳ ଗଭୀର ସମୁଦ୍ରରୁ ଆନ୍ଧ୍ରପ୍ରଦେଶର ଏକ ମାଛ ଧରା ଟ୍ରଲର ଭାସମାନ ଅବସ୍ଥାରେ ବିପଦରେ ଥିବା…

CJP ନିର୍ବାଚନ ଲଢିଲେ ଭୋଟ୍‌ ଦେବେ କି? ଚମକାଇଲା ସର୍ଭେ ରିପୋର୍ଟ…ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୨୭।୮: ଦିଲ୍ଲୀର ଯନ୍ତର-ମନ୍ତରଠାରେ ହୋଇଥିବା ଛାତ୍ର ଆନ୍ଦୋଳନ ପରେ କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ଚର୍ଚ୍ଚାରେ ଅଛି। CJP ପକ୍ଷରୁ ଆଉ ଥରେ ସେପ୍ଟେମ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri