ବାରଣ୍ଡାରେ ଶୋଇଥିବା ବେଳେ ବ୍ୟକ୍ତିଙ୍କ ମୁଣ୍ଡ କାଟି ନେଇଗଲେ ଦୁର୍ବୃତ୍ତ

ସମ୍ବଲପୁର,୧୧।୬(ବ୍ୟୁରୋ): ସମ୍ବଲପୁର ଜିଲା ଅଇଁଠାପାଲି ଥାନା ତିଲେଇମାଲ ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି । ରାତିରେ ବାରଣ୍ଡାରେ ମଶାରି ଟାଙ୍ଗି ଶୋଇଥିବା ଜଣେ ବ୍ୟକ୍ତିଙ୍କ ମୁଣ୍ଡ କାଟି ଦୁର୍ବୃତ୍ତମାନେ ନେଇଯାଇଥିବା ଜଣାପଡିଛି। ସେ ହେଲେ ସତ୍ୟନାରାୟଣ ମୁଣ୍ଡା (୫୦)। ଖବରପାଇ ଅଇଁଠାପାଲି ପୋଲିସ ସହ ସାଇଣ୍ଟିଫିକ୍‌ ଟିମ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । କେଉଁ କାରଣରୁ ଏଭଳି ଘଟଣା ଘଟିଛି ତାହା ସ୍ପଷ୍ଟ ହୋଇନାହିଁ ।