ବାରବାଟୀ-କଟକ ନିର୍ବାଚନୀ ମାମଲା ଶେଷ ହେଲା ଉଭୟ ପକ୍ଷର ଯୁକ୍ତି ଉପସ୍ଥାପନ: ୨୫ରେ ପରବର୍ତ୍ତୀ ଶୁଣାଣି 

କଟକ,୧୯ା୧(କାର୍ତ୍ତିକ ସାହୁ): ବାରବାଟୀ-କଟକ ନିର୍ବାଚନୀ ମାମଲାରେ ଉଭୟ ପକ୍ଷର ଯୁକ୍ତି ଉପସ୍ଥାପନା ଶେଷ ହୋଇଛି। ଆବେଦନକାରୀ ତଥା ମାମଲାର ପ୍ରଥମ ପକ୍ଷ ଦେବାଶିଷ ସାମନ୍ତରାୟଙ୍କ ପକ୍ଷରୁ ଯୁକ୍ତି ଉପସ୍ଥାପନ ଶୁକ୍ରବାର ଶେଷ ହୋଇଛି। ସାମନ୍ତରାୟଙ୍କ ପକ୍ଷରୁ ଯୁକ୍ତି ଉପସ୍ଥାପନ ଗତ ୨ ସପ୍ତାହ ଧରି ଚାଲିଥିଲା। ସାମନ୍ତରାୟଙ୍କ ପକ୍ଷରୁ କରାଯାଇଥିବା ଯୁକ୍ତିର ଉତ୍ତର ପ୍ରତିପକ୍ଷ ବିଧାୟକ ମହମ୍ମଦ ମୋକିମଙ୍କ ପକ୍ଷରୁ ଆସନ୍ତା ୨୫ ତାରିଖରେ ପ୍ରଦାନ କରାଯିବାକୁ ଧାର୍ଯ୍ୟ ହୋଇଛି। ଏହା ପୂର୍ବରୁ ବିଧାୟକ ମୋକିମଙ୍କ ପକ୍ଷରୁ ଯୁକ୍ତି ଉପସ୍ଥାପନ ଶେଷ ହୋଇଥିଲା। ହାଇକୋର୍ଟର ବିଚାରପତି ସଙ୍ଗମ କୁମାର ସାହୁ ମାମଲାର ଶୁଣାଣି କରି ପରବର୍ତ୍ତୀ ଶୁଣାଣି ନିମନ୍ତେ ଆସନ୍ତା ୨୫ ତାରିଖକୁ ଧାର୍ଯ୍ୟ କରିଛନ୍ତି।
ଉଲ୍ଲେଖଯୋଗ୍ୟ ଯେ, ବାରବାଟୀ-କଟକ ବିଧାନସଭା ନିର୍ବାଚନୀ ମଣ୍ଡଳୀର ବିଜୟୀ ପ୍ରାର୍ଥୀ କଂଗ୍ରେସ ବିଧାୟକ ମହମ୍ମଦ୍‌ ମୋକିମ୍‌ଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିବାକୁ ହାଇକୋର୍ଟରେ ପରାଜିତ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟଙ୍କ ପକ୍ଷରୁ ଏହି ମାମଲା ରୁଜୁ କରାଯାଇଛି। ବିଧାୟକ ମୋକିମ୍‌ ତାଙ୍କ ସତ୍ୟପାଠରେ ଅନେକ ତଥ୍ୟ ଲୁଚାଇଥିବା ଆବେଦନକାରୀ ସାମନ୍ତରାୟ ଅଭିଯୋଗ କରିଛନ୍ତି। ଆବେଦନକାରୀ ଦେବାଶିଷ ସାମନ୍ତରାୟଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ମିଲନ୍‌ କାନୁନ୍‌ଗୋ, ଆଇନଜୀବୀ ଗୋପାଳ ଅଗ୍ରଓ୍ବାଲ, ସିଦ୍ଧାର୍ଥ ଦାସ ଏବଂ ପ୍ରତିପକ୍ଷ ବିଧାୟକ ମୋକିମ୍‌ଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ବିଦ୍ୟାଧର ମିଶ୍ର ଓ ତରଣୀକାନ୍ତ ବିଶ୍ୱାଳ ମାମଲା ପରିଚାଳନା କରୁଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri