ବାରବାଟୀ-କଟକ ନିର୍ବାଚନୀ ମାମଲା ଶେଷ ହେଲା ଉଭୟ ପକ୍ଷର ଯୁକ୍ତି ଉପସ୍ଥାପନ: ୨୫ରେ ପରବର୍ତ୍ତୀ ଶୁଣାଣି 

କଟକ,୧୯ା୧(କାର୍ତ୍ତିକ ସାହୁ): ବାରବାଟୀ-କଟକ ନିର୍ବାଚନୀ ମାମଲାରେ ଉଭୟ ପକ୍ଷର ଯୁକ୍ତି ଉପସ୍ଥାପନା ଶେଷ ହୋଇଛି। ଆବେଦନକାରୀ ତଥା ମାମଲାର ପ୍ରଥମ ପକ୍ଷ ଦେବାଶିଷ ସାମନ୍ତରାୟଙ୍କ ପକ୍ଷରୁ ଯୁକ୍ତି ଉପସ୍ଥାପନ ଶୁକ୍ରବାର ଶେଷ ହୋଇଛି। ସାମନ୍ତରାୟଙ୍କ ପକ୍ଷରୁ ଯୁକ୍ତି ଉପସ୍ଥାପନ ଗତ ୨ ସପ୍ତାହ ଧରି ଚାଲିଥିଲା। ସାମନ୍ତରାୟଙ୍କ ପକ୍ଷରୁ କରାଯାଇଥିବା ଯୁକ୍ତିର ଉତ୍ତର ପ୍ରତିପକ୍ଷ ବିଧାୟକ ମହମ୍ମଦ ମୋକିମଙ୍କ ପକ୍ଷରୁ ଆସନ୍ତା ୨୫ ତାରିଖରେ ପ୍ରଦାନ କରାଯିବାକୁ ଧାର୍ଯ୍ୟ ହୋଇଛି। ଏହା ପୂର୍ବରୁ ବିଧାୟକ ମୋକିମଙ୍କ ପକ୍ଷରୁ ଯୁକ୍ତି ଉପସ୍ଥାପନ ଶେଷ ହୋଇଥିଲା। ହାଇକୋର୍ଟର ବିଚାରପତି ସଙ୍ଗମ କୁମାର ସାହୁ ମାମଲାର ଶୁଣାଣି କରି ପରବର୍ତ୍ତୀ ଶୁଣାଣି ନିମନ୍ତେ ଆସନ୍ତା ୨୫ ତାରିଖକୁ ଧାର୍ଯ୍ୟ କରିଛନ୍ତି।
ଉଲ୍ଲେଖଯୋଗ୍ୟ ଯେ, ବାରବାଟୀ-କଟକ ବିଧାନସଭା ନିର୍ବାଚନୀ ମଣ୍ଡଳୀର ବିଜୟୀ ପ୍ରାର୍ଥୀ କଂଗ୍ରେସ ବିଧାୟକ ମହମ୍ମଦ୍‌ ମୋକିମ୍‌ଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିବାକୁ ହାଇକୋର୍ଟରେ ପରାଜିତ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟଙ୍କ ପକ୍ଷରୁ ଏହି ମାମଲା ରୁଜୁ କରାଯାଇଛି। ବିଧାୟକ ମୋକିମ୍‌ ତାଙ୍କ ସତ୍ୟପାଠରେ ଅନେକ ତଥ୍ୟ ଲୁଚାଇଥିବା ଆବେଦନକାରୀ ସାମନ୍ତରାୟ ଅଭିଯୋଗ କରିଛନ୍ତି। ଆବେଦନକାରୀ ଦେବାଶିଷ ସାମନ୍ତରାୟଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ମିଲନ୍‌ କାନୁନ୍‌ଗୋ, ଆଇନଜୀବୀ ଗୋପାଳ ଅଗ୍ରଓ୍ବାଲ, ସିଦ୍ଧାର୍ଥ ଦାସ ଏବଂ ପ୍ରତିପକ୍ଷ ବିଧାୟକ ମୋକିମ୍‌ଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ବିଦ୍ୟାଧର ମିଶ୍ର ଓ ତରଣୀକାନ୍ତ ବିଶ୍ୱାଳ ମାମଲା ପରିଚାଳନା କରୁଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

‘ଆମ ଦ୍ୱାରା ଦୁଇଟି ଭୁଲ ହୋଇଛି…’, ମମତାଙ୍କୁ ଭେଟିବା ପରେ ଏମିତିି କାହିଁକି କହିଲେ ଅଖିଳେଶ

କୋଲକାତା,୮।୫: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଏସପି ସୁପ୍ରିମୋ ବର୍ତ୍ତମାନ ପଶ୍ଚିମବଙ୍ଗରେ ଅଛନ୍ତି। ଟିଏମସିର ପରାଜୟ ପରେ ଅଖିଳେଶ ଯାଦବ ମମତା ବାନାର୍ଜୀଙ୍କୁ ଭେଟିବା ପାଇଁ…

ତାମିଲନାଡୁରେ ପୁଣିଥରେ ହେବ ନିର୍ବାଚନ! ଜାତୀୟ ରାଜନୀତିରେ ଚହଳ

ଚେନ୍ନାଇ,୮।୫: ତାମିଲନାଡୁ ରାଜନୀତିରେ ଉଷ୍ମତା କେବଳ ମେ ମାସ ଖରା ପାଗ ଯୋଗୁଁ ନୁହେଁ, ବରଂ କ୍ଷମତାର ପରିବର୍ତ୍ତନଶୀଳ ସମୀକରଣରୁ ଉତ୍ପନ୍ନ ହୋଇଛି। ଅଭିନେତାରୁ ରାଜନେତା ହୋଇଥିବା…

ସ୍କୁଟିକୁ ଧକ୍କାଦେଲା ‘ଆମ ବସ୍‌’

ସମ୍ବଲପୁର,୮ା୫(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲା ଥାନା ଅନ୍ତର୍ଗତ ପିସି ବ୍ରିଜ୍‌ ନିକଟରେ ଜାତୀୟ ରାଜପଥ(୫୩) ଉପରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁର୍ଘଟଣାରେ ବୁର୍ଲାର…

କରଣଙ୍କ ଚମତ୍କାର ଡେବ୍ୟୁ: ଏମିତି ଡ୍ରେସ୍‌ ପିନ୍ଧିଲେ ଚାହିଁ ରହିଗଲେ ସମସ୍ତେ

ପ୍ରଖ୍ୟାତ ଚଳଚ୍ଚିତ୍ର ନିର୍ମାତା କରଣ ଜୋହର ୨୦୨୬ ମେଟ ଗାଲାରେ ଏକ ଚମତ୍କାର ଡେବ୍ୟୁ କରିଥିଲେ। ଏହି ବିଶେଷ ଅବସର ପାଇଁ ସେ ପ୍ରଖ୍ୟାତ ଚିତ୍ରକର ରାଜା…

ଗୋଟିଏ ଟଙ୍କା ବି ଦରମା ନେଉ ନଥିଲେ ମମତା ବାନାର୍ଜୀ, କେମିତି ଚଳୁଥିଲେ ଦିଦି? ଜାଣିଲେ…

କୋଲକାତା,୮।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଆଶ୍ଚର୍ଯ୍ୟଜନକ ଫଳାଫଳ ପରେ, ପ୍ରଶାସନିକ ପୁନର୍ଗଠନ ତୀବ୍ର ହୋଇଛି। ରାଜ୍ୟପାଳ ମେ ୭ ତାରିଖରେ ପଶ୍ଚିମବଙ୍ଗ ବିଧାନସଭାକୁ ଭାଙ୍ଗି ଦେଇ ଏକ…

ତାମିଲନାଡୁରେ DMK-AIADMK ମେଣ୍ଟକୁ ନେଇ ବଡ଼ ଖୁଲାସା କଲେ ଷ୍ଟାଲିନଙ୍କ ପାଖଲୋକ, ବିଜୟ-କଂଗ୍ରେସ ଶୁଣି କାବା!

ଚେନ୍ନାଇ,୮।୫: ତାମିଲନାଡୁରେ କେଉଁ ଦଳ କିମ୍ୱା ମେଣ୍ଟ ସରକାର ଗଠନ କରିବ ସେ ସମ୍ପର୍କରେ ଚିତ୍ର ଅସ୍ପଷ୍ଟ ରହିଛି। ଗୋଟିଏ ପଟେ, ଟିଭିକେ ସର୍ୱାଧିକ ସଂଖ୍ୟକ ଆସନ…

ବାଣ୍ଟିଲେ ନାହିଁ, ବର୍ଷାପାଣିରେ ଭିଜିଲା ଛାତ୍ରୀଛାତ୍ରଙ୍କ ପାଠ୍ୟପୁସ୍ତକ

କଣାସ,୮ା୫(ବିଭୂତି ଭୂଷଣ ତ୍ରିପାଠୀ): କେନ୍ଦ୍ର ଓ ରାଜ୍ୟ ସରକାର ୧ମ ଶ୍ରେଣୀରୁ ୮ମ ଶ୍ରେଣୀ ପିଲାଙ୍କ ପାଇଁ ମାଗଣାରେ ପାଠ୍ୟପୁସ୍ତକ, ପୋଷାକ ଆଦି ଯୋଗାଇ ଦେଉଥିବାବେଳେ ମଧ୍ୟାହ୍ନଭୋଜନ…

ଆସିଲା ବଡ଼ ଅପଡେଟ୍, କେରଳ ପାଇଁ କଂଗ୍ରେସର ମୁଖ୍ୟମନ୍ତ୍ରୀ ଚୂଡ଼ାନ୍ତ!

ଥିରୁଭାନନ୍ତପୁରମ,୮ା୫: ପାଞ୍ଚଟି ରାଜ୍ୟର ନିର୍ବାଚନ ଫଳାଫଳ ଘୋଷଣା କରାଯାଇଛି। ଆସାମ ଏବଂ ପଶ୍ଚିମବଙ୍ଗରେ ଭାଜପା ଏକ ବଡ଼ ବିଜୟ ହାସଲ କରିଥିବା ବେଳେ, କେରଳରେ କଂଗ୍ରେସ ନେତୃତ୍ୱାଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri