ବାରବାଟୀ ଟିକେଟ ଜାଲିଆତି ଘଟଣାର ତଦନ୍ତ ହେବ, ଦର୍ଶକ ଭଲ ଅନୁଭୂତି ନେଇ ଫେରିଛନ୍ତି: ପୋଲିସ କମିଶନର

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ): କଟକ ବାରବାଟୀରେ ରବିବାର ଅନୁଷ୍ଠିତ ତୃତୀୟ ଦିନିକିଆ କ୍ରିକେଟ ମ୍ୟାଚ୍‌ ଟିକେଟ ଜାଲିଆତି ଘଟଣାର ତଦନ୍ତ କରିବେ କଟକ ଡିସିପି ଅଖିଳେଶ୍ୱର ସିଂ। ଏଥିରେ ଯେଉଁମାନେ ସମ୍ପୃକ୍ତ ଥିବେ ସେମାନଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ କହିଛନ୍ତି। ସେ କହିଲେ, ଏଥର ଦର୍ଶକ ଶାନ୍ତି ଶୃଙ୍ଖଳାରେ ମ୍ୟାଚ୍‌କୁ ଉପଭୋଗ କରି ଭଲ ଅନୁଭୂତି ନେଇ ଘରକୁ ଫେରିଛନ୍ତି। ହେଲେ ପୂର୍ବ ସମସ୍ୟାର ଯେପରି ପୁନରାବୃତ୍ତି ନ ହେବ ସେଥିପାଇଁ ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ)କୁ କହିଥିଲୁ। କିନ୍ତୁ ମ୍ୟାଚ ସମୟରେ ପୁଣି ଦେଖିବାକୁ ମିଳିଥିଲା। ପିଇବା ପାଇଁ ପାଣି ନ ପାଇ ଦର୍ଶକ ହଇରାଣ ହେଲେ। ଏହାସହ ଖାଇବା ପାଇଁ ଖାଦ୍ୟ ନ ଥିଲା। ଏହି ସମସ୍ୟା ନଜରକୁ ଆସିବା ପରେ ପୋଲିସ ଲାଗିପଡି ସମାଧାନ କଲା। ଭବିଷ୍ୟତରେ ଯେପରି ଏହା ନ ଘଟିବ ତାହା ଆମେ ଓସିଏଠାରୁ ଆଶା କରିବୁ। ଅନ୍ୟପକ୍ଷରେ ଖେଳାଳିଙ୍କ ସୁରକ୍ଷା ପୂରାପୂରି କଡାକଡି କରାଯାଇଥିଲା। ପୋଲିସକୁ ୩ ଦିଗକୁ ଆଖି ଆଗରେ ରଖି ସୁରକ୍ଷା ବନ୍ଦୋବସ୍ତ କରାଯାଇଥିଲା। ଖେଳାଳିଙ୍କ ସହ ଖେଳପ୍ରେମୀମାନେ ଫଟୋ ଓ ଅଟୋ ଗ୍ରାଫ ନେବା, କୌଣସି ପ୍ରକାର ଅସ୍ବାଭାବିକ ସ୍ଥିତି ନ ଉପୁଜିବା ଓ ଅତି ଉତ୍ସାହିତ ହୋଇ ଯେପରି ସମର୍ଥକ ତଥା ଖେଳପ୍ରେମୀମାନେ ଖେଳାଳି ରହୁଥିବା ହୋଟେଲରେ ନ ପଶିବେ ସେଥିପ୍ରତି ଅଧିକ ଧ୍ୟାନ ଦିଆଯାଇଥିଲା। ଏପରି କି ଦୁଇ ଦେଶର ଟିମ୍‌ ଓ ମ୍ୟାନେଜମେଣ୍ଟ ଅନ୍ୟ ରାଜ୍ୟ ଅପେକ୍ଷା ଏଠାରେ ଭଲ ଥିବା କହିଥିଲେ କମିଶନର ଷଡ଼ଙ୍ଗୀ।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri